ବସ୍‌ ଦୁର୍ଘଟଣା ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ: ଶକ୍ତିମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ, ଭାଜପା

ଭୁବନେଶ୍ୱର,୧୧ା୨(ବ୍ୟୁରୋ):ଗଞ୍ଜାମ ଜିଲା ମେଣ୍ଡରାଜ୍‌ପୁରଠାରେ ରବିବାର ଏକ ବସ୍‌ ୧୧କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ୧୦ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ଗୁରୁତର ଆହତ ହୋଇଛନ୍ତି। ରାଜ୍ୟରେ ଏଭଳି ମର୍ମନ୍ତୁଦ ଘଟଣା ବାରମ୍ବାର ଘଟିବା ସତ୍ତ୍ୱେ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ନ ନେବା ପ୍ରଶାସନ ଓ ରାଜ୍ୟ ସରକାରଙ୍କ ଉଦାସୀନତାକୁ ପଦାରେ ପକାଇଛି। ଏହାକୁ ଯେତେ ନିନ୍ଦା କଲେ ମଧ୍ୟ କମ୍‌ ହେଉଛି। ସ୍ଥାନୀୟ ବାସିନ୍ଦାଙ୍କ ବାରମ୍ବାର ଅଭିଯୋଗ ସତ୍ତ୍ୱେ କୌଣସି ପଦକ୍ଷେପ ଗ୍ରହଣ କରା ନ ଯିବା ଏବଂ ଅବହେଳା ଓ ଉଦାସୀନତା ଯୋଗୁ ମେଣ୍ଡରାଜ୍‌ପୁରଠାରେ ଏଭଳି ଘଟଣା ଘଟିଲା। ଏହି ଘଟଣାରେ ପ୍ରତି ମୃତକଙ୍କ ପରିବାରକୁ କ୍ଷତିପୂରଣ ବାବଦରେ ୧୦ଲକ୍ଷ ଟଙ୍କା ପ୍ରଦାନ ଏବଂ ଆହତ ଯାତ୍ରୀଙ୍କୁ ମାଗଣା ଚିକିତ୍ସା ସେବା ଯୋଗାଇ ଦେବାକୁ ଭାଜପା ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର ଦାବି କରିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସୋମବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଗୋଲକ ମହାପାତ୍ର କହିଛନ୍ତି ଯେ, କାର୍ଯ୍ୟରେ ଅବହେଳା ଯୋଗୁ ବିଜୁଳି ବିତରକ କମ୍ପାନୀ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ସାଉଥକୋ ସିଇଓଙ୍କୁ ତୁରନ୍ତ ଗିରଫ କରାଯାଉ। ବିଜୁଳି ସେବା ଯୋଗାଉଥିବା ବିତରକ କମ୍ପାନୀ ପ୍ରତି ସରକାରଙ୍କ କୌଣସି ନିୟନ୍ତ୍ରଣ ନାହିଁ। ବିଜୁଳି ବିତରକ କମ୍ପାନୀଗୁଡିକ ମନମୁଖି କାର୍ଯ୍ୟ କରୁଛନ୍ତି। ଗୁଣାତ୍ମକ ବିଦ୍ୟୁତ୍‌ ସେବା ଯୋଗାଇବାରେ ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ବିଜୁଳି ଭିତ୍ତିଭୂମି ସଜାଡିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବହୁ ପରିମାଣର ଅର୍ଥ ଆସିଥିଲା। ମାତ୍ର ଭିତ୍ତିଭୂମି ସଜାଡିବାରେ ସରକାର ବିଫଳ ହେଲେ। ଏକ ଉଚ୍ଚସ୍ତରୀୟ ତଦନ୍ତ କମିଟି ଗଠନ କରାଯାଇ ଏହାର ଉଚିତ ତଦନ୍ତ ହେବା ଆବଶ୍ୟକ। ଏହି ମର୍ମନ୍ତୁଦ ଘଟଣା ପାଇଁ ନୈତିକତା ଦୃଷ୍ଟିରୁ ରାଜ୍ୟ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ତୁରନ୍ତ ଇସ୍ତଫା ଦିଅନ୍ତୁ ବୋଲି ଗୋଲକ ଦାବି କରିଛନ୍ତି। ଦକ୍ଷିଣ ଓଡିଶାର ସବୁଠାରୁ ବଡ ଏମ୍‌କେସିଜି ମେଡିକାଲରେ ଜଳାପୋଡା ବିଭାଗରେ ଚିକିତ୍ସା ସୁବିଧା ନାହିଁ। ଏମ୍‌କେସିଜି ମେଡିକାଲର ଉନ୍ନତୀକରଣ ପାଇଁ କେନ୍ଦ୍ର ସରକାର ୧୫୦କୋଟି ଟଙ୍କାର ଅନୁଦାନ ଦେଇଥିଲେ ମଧ୍ୟ କାହିଁକି ଟ୍ରମା ୟୁନିଟ୍‌ ଏବଂ ଟ୍ରମା କେୟାର ସେଣ୍ଟର ହୋଇପାରିଲା ନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି।
ଏହି ଘଟଣାକୁ ନେଇ କଂଗ୍ରେସ ନେତା ସତ୍ୟ ପ୍ରକାଶ ନାୟକ କହିଛନ୍ତି ଯେ, ଗଞ୍ଜାମ ଜିଲାରେ ବିଦ୍ୟୁତ୍‌ ବିତରକ କମ୍ପାନୀ ଓ ଶକ୍ତି ବିଭାଗର ଦାୟିତ୍ୱହୀନତା ଯୋଗୁ ୧୦ଜଣ ନିରୀହ ଯାତ୍ରୀଙ୍କ ଜୀବନ ଅକାଳରେ ଝଡି ପଡିଛି। ଏହା ବିରୋଧରେ କାର୍ଯ୍ୟାନୁଷ୍ଠାନ ସ୍ବରୂପ ଶକ୍ତିମନ୍ତ୍ରୀ ଇସ୍ତଫା ଦିଅନ୍ତୁ। ଦୁର୍ଘଟଣା ଘଟିବା ସମୟରେ ୧୧ କେଭି ବିଦ୍ୟୁତ୍‌ ତାର ବସ୍‌ ସଂସ୍ପର୍ଶରେ ଆସି ଜୀବନହାନି ଘଟିଥିବା ବେଳେ ଟ୍ରିପ୍‌ ମିଟର ନ ଥିବା ଯୋଗୁ ବିଦ୍ୟୁତ୍‌ ସରବରାହ ବନ୍ଦ ହୋଇ ନ ଥିଲା। ଏଠାରେ ସାଧାରଣରେ ପ୍ରଶ୍ନ ଆସୁଛି ବିଦ୍ୟୁତ୍‌ ବିତରଣ କମ୍ପାନୀ ଯେଉଁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବା କଥା ତାହା ନେଇ ନ ଥିଲେ ଏବଂ ବିଦ୍ୟୁତ୍‌ ବିତରଣ କମ୍ପାନୀର କାର୍ଯ୍ୟକୁ ଯେଉଁ ଅଧିକାରୀମାନେ(ଇଲେକ୍ଟ୍ରିକାଲ ଇନ୍‌ସପେକ୍ଟର) ତଦାରଖ କରିବା କଥା ତାହା କରାଯାଇ ନ ଥିଲା। ଖାଲି ସେତିକି ନୁହେଁ, ସରକାର ସାଧାରଣ କମ୍ପାନୀ ଏବଂ ପ୍ରତିଷ୍ଠାନଗୁଡିକରେ ଅଘଟଣ ଘଟିଲେ ଯେଭଳି ପଦକ୍ଷେପ ନେବା କଥା ତାହା ନିଅନ୍ତୁ ବୋଲି ସତ୍ୟ ପ୍ରକାଶ ନାୟକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri