ବସ୍‌ ଧକ୍କାରେ ଛାତ୍ରଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ୨୬ ନଂ. ଜାତୀୟ ରାଜପଥ ଅବରୋଧ

ଜୁନାଗଡ,୨।୯(ଡି.ଏନ.ଏ.)
କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ମଥୁରା ଛକ ୨୬ ନଂ. ଜାତୀୟ ରାଜପଥରେ ରବିବାର ସକାଳେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣକ ହେଲେ ମଥୁରା ଗ୍ରାମର ଧର୍ମାନନ୍ଦ ବଗର୍ତ୍ତୀ ଓରଫ ମିଲୁ (୧୩)। ଖବର ପାଇ ଉତ୍ତ୍ୟକ୍ତ ମଥୁରା ଗ୍ରାମବାସୀ ଓ ସମ୍ପର୍କୀୟ ଲୋକେ ସକାଳ ୭ଟାରୁ ପୂର୍ବାହ୍ନ ୧୦ଟା ଯାଏ କ୍ଷତିପୂରଣ ଦାବିରେ ମୃତଦେହ ରଖି ୨୬ ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ଖବର ପାଇ ଜୁନାଗଡ ଆଇଆଇସି ପ୍ରଭାତ କୁମାର ସେଠୀ, ଏସ୍‌ଆଇ କୃଷ୍ଣଚନ୍ଦ୍ର ସ୍ବାଇଁ, ସାବିତ୍ରୀ ପ୍ରଧାନ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ସେଠାରେ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ପରେ ବସ୍‌ ମାଲିକଙ୍କ ପକ୍ଷରୁ ମୃତକଙ୍କ ପରିବାରଙ୍କୁ ପୋଲିସ ଉପସ୍ଥିତିରେ ଦେଢଲକ୍ଷ ଟଙ୍କା ଦିଆଯିବା ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ହଟିଥିଲା। ୩ ଘଣ୍ଟା ଧରି ଜାତୀୟ ରାଜପଥ ଅବରୋଧ ଯୋଗୁ ଯାନବାହନ ଚଳାଚଳ ବ୍ୟାଘାତ ହୋଇଥିଲା। ଫଳରେ ଯାତ୍ରୀମାନେ ନାହଁି ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ।
ପ୍ରାପ୍ତ ସୂଚନା ଅନୁଯାୟୀ, ଜୁନାଗଡ ବ୍ଲକ ମଥୁରା ଗ୍ରାମର ଧର୍ମାନନ୍ଦ ଘରେ ପୂଜା କରିବା ପାଇଁ ରବିବାର ସକାଳେ ଛକ ନିକଟସ୍ଥ ରାସ୍ତାକଡର ଏକ ଘରକୁ ଫୁଲ ତୋଳିବାକୁ ଯାଇଥିଲେ। ସେଠାରୁ ସାଇକେଲରେ ଘରକୁ ଫେରୁଥିବା ବେଳେ ପଛପଟୁ ଏକ ଗାୟତ୍ରୀ ନାମକ ଏକ ଘରୋଇ ବସ୍‌ (ନଂ.ଓଡି୦୩ଏଚ୍‌-୮୨୨୪) ତାଙ୍କୁ ଧକ୍କା ଦେଇଥିଲା। ଧର୍ମାନନ୍ଦ ରାସ୍ତାରେ ଛିଟିକି ପଡି ଘଟଣାସ୍ଥଳରେ ମୃତ୍ୟୁବରଣ କରିଥିଲେ। ଏକମାତ୍ର ପୁଅକୁ ହରାଇ ମା’, ବାପା ଏବେ ଦୁଃଖରେ ଭାଙ୍ଗିପଡିଛନ୍ତି। ଧର୍ମାନନ୍ଦ ସ୍ଥାନୀୟ ରାଧାକୃଷ୍ଣ ଉଚ୍ଚ ବିଦ୍ୟାଳୟରେ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିଲେ। ଦୁର୍ଘଟଣା ଘଟାଇଥିବା ବସ୍‌କୁ ସ୍ଥାନୀୟ ପୋଲିସ ଥାନାରେ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri