ଚମ୍ପୁଆ, ୧୧।୧୦(ଡି.ଏନ.ଏ.) କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଟୋଲକନଣ୍ଡା ଠାରେ ଏକ ଯାତ୍ରୀବାହି ବସ୍ ସହ ବାଇକ ଦୁର୍ଘଟଣା ଘଟିବାରୁ ଘଟଣା ସ୍ଥଳରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ ଜଣେ ଗୁରୁତର ଆହତଙ୍କୁ ଚମ୍ପୁଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ଶଶାଙ୍ଗ ଗ୍ରାମର ଦୁଲୁ ନାଏକ, ଆକାଶ ମହାକୁଡ ଓ ସୁନିଲ ମହାକୁଡ ବ୍ରହ୍ମପୁର କରଞ୍ଜିଆକୁ ଯାଉଥିବା ବେଳେ ଟୋଲକନଣ୍ଡା ଭାଲୁକା ନାଳ ନିକଟରେ ଅପରଦିଗରୁ ଆସୁଥିବା ଏକ ଯାତ୍ରୀବାହି ବସ ସହ ଦୁର୍ଘଟଣା ଘଟିଥିଲା। ଘଟଣା ସ୍ଥଳରେ ଆକାଶ ମହାକୁଡ ଓ ସୁନିଲ ନାଏକ ମୃତ୍ୟୁବରଣ କରିଥିବା ବେଳେ ଗୁରୁତର ଆହାତ ଦୁଲୁ ନାଏକଙ୍କୁ ଚମ୍ପୁଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମଧ୍ୟ ମୃତ୍ୟୁ ହୋଇଯାଇଥିବା ଡାକ୍ତର ଯୋଗେନ୍ଦ୍ର ନାଥ ଆଧିଆ ସୂଚନା ଦେଇଛନ୍ତି। ଦୁର୍ଘଟଣା ପରେ ବସଟି ବିଲକୁ ଗଡି ଯାଇଥିବା ବେଳେ ଚମ୍ପୁଆ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
Posted inଆମ ଜିଲା ଖବର, କେନ୍ଦୁଝର View All
ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ
ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…
ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ
ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…
ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍ ଭାଙ୍ଗିଲେ…
ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…
ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ
ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…
ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..
ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…
ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର
ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…
ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ
ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…
ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ
ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…
Archives

