ବସ୍‌ ଭିତରୁ ଯାତ୍ରୀଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗୀର ଅଫିସ, ୩୧। ୫: ବାଲେଶ୍ୱରରୁ ବଲାଙ୍ଗୀର ଆସୁଥିବା ଏକ ବସ୍‌ରୁ ଶୁକ୍ରବାର ସକାଳେ ଜଣେ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି ଜଣକ ହେଲେ ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅନ୍ତର୍ଗତ ହିଡିଗଁାର ରବୀନ୍ଦ୍ର କୁମାର ସାମନ୍ତ (୫୫) । ସେ ଜଣେ ଟାଇଲ୍ସ ଠିକାଦାର ଭାବେ ବଲାଙ୍ଗୀରରେ କାମ କରନ୍ତି । ବସଟି ଶୁକ୍ରବାର ସକାଳ ୭ଟାରେ ବଲାଙ୍ଗୀର ଯାଦବ ଭବନ ପାଖରେ ପହଞ୍ଚତ୍ବା ପରେ ସମସ୍ତ ଯାତ୍ରୀ ଓହ୍ଳାଇଥିଲେ । ମାତ୍ର ରବୀନ୍ଦ୍ର ତାଙ୍କ ସ୍ଲିପର ସିଟ୍‌ରେ ଶୋଇରହିଥିତ୍ବା ଦେଖାଯାଇଥିଲା । ବସ୍‌ କର୍ମଚାରୀ ରବୀନ୍ଦ୍ରଙ୍କୁ ଉଠାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ସେ ଉଠି ନ ଥିଲେ । ଶେଷରେ ଏ ନେଇ ବଲାଙ୍ଗୀର ଟାଉନ୍‌ ଥାନାକୁ ସୂଚନା ଦିଆଯାଇଥିଲା । ପୋଲିସ ପହଞ୍ଚତ୍ବା ପରେ ଆମ୍ବୁଲାନ୍ସ ଡକାଯାଇ ରବୀନ୍ଦ୍ରଙ୍କୁ ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲକୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତଦେହକୁ ଡାକ୍ତରଖାନା ଶବାଗାରରେ ରଖାଯାଇଛି । ରବୀନ୍ଦ୍ରଙ୍କ ପାଖରୁ ମିଳିଥିତ୍ବା ଭୋଟର ପରିଚୟ ପତ୍ର ଓ ଫୋନ୍‌ ନମ୍ବରରୁ ତାଙ୍କ ପରିବାର ଲୋକଙ୍କୁ ଖବର ଦିଆଯାଇଛି।
ବସ୍‌ କର୍ମଚାରୀଙ୍କ ସୂଚନା ମୁତାବକ ଗୁରୁବାର ରାତି ପ୍ରାୟ ୮ଟାରେ ରବୀନ୍ଦ୍ର ବାଲେଶ୍ୱରରୁ ଉକ୍ତ ବସ୍‌ରେ ବଲାଙ୍ଗୀର ଅଭିମୁଖେ ଆସିଥିଲେ । ରାତି ପ୍ରାୟ ୨ଟାରେ ଦଶପଲ୍ଲା ନିକଟରେ ବସ୍‌ଟି ଅଟକିଥିଲା ା ଯାତ୍ରୀମାନେ ପରିସ୍ରା ପାଇଁ ପଦାକୁ ଯାଇଥିଲେ । ସେତେବେଳେ ରବୀନ୍ଦ୍ର ମଧ୍ୟ ତଳକୁ ଓହ୍ଲାଇ ଥିଲେ । ହେଲେ ସକାଳ ୭ଟାରେ ବସ୍‌ଟି ବଲାଙ୍ଗୀର ପହଞ୍ଚତ୍ବା ପରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଥିଲା । ମୃତ୍ୟୁର କାରଣ ଜଣାପଡିନାହିଁ। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସବୁ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ଜମନକିରା,୧୪।୭(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି…

ଘରେ ଝିଅକୁ ସ୍ତନ୍ୟପାନ କରାଉଥିଲେ ମା’: ମାଡ଼ିଗଲା ଟ୍ରକ୍‌, ଆଉ ତା’ପରେ ଯାହା ଘଟିଲା…

ସମ୍ବଲପୁର,୧୪।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ସଦର ଥାନା ଅନ୍ତର୍ଗତ ବାରିବନ୍ଧ ନିକଟ ଜାତୀୟ ରାଜପଥ(୫୩)ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ବାରିବନ୍ଦ…

ସମ୍ବଲପୁର କୋର୍ଟକୁ ତୃତୀୟ ଥର ପାଇଁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ଓକିଲଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ

ସମ୍ବଲପୁର,୧୩।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କୋର୍ଟକୁ ପୁଣି ଥରେ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି। ତୃତୀୟ ଥର ପାଇଁ ଏଭଳି ଧମକପୂର୍ଣ୍ଣ ମେଲ ଆସିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri