ବସ୍‌ ମାଡିଯିବାରୁ ନାବାଳକ ମୃତ, ରାସ୍ତାରୋକୋ

ଦିଗପହଣ୍ଡି,୨୪ା୧୧(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡଗଁା ପଞ୍ଚାୟତ ଦାଉଣି ଗଁା ଛକରେ ଶନିବାର ଅପରାହ୍ନରେ ଯାତ୍ରୀବାହୀ ବସ୍‌ ମାଡିଯିବାରୁ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗୋପୀନାଥପୁର ଗ୍ରାମର ସାରଥି ସାହୁଙ୍କ ପୁଅ ଜ୍ୟୋତି ଓରଫ ସୁଲୁ (୫)। ପ୍ରକାଶ ଯେ, ବ୍ରହ୍ମପୁରରୁ ଭ୍ରମରପୁର ଭାୟା ଦିଗପହଣ୍ଡି ଦେଇ ଯାଉଥିବା କନକଦୁର୍ଗା (ନଂ. ଟିଏନ୪ବି-୨୬୩୩) ନାମକ ଘରୋଇ ବସ୍‌ରେ ସାରଥି, ତାଙ୍କ ସ୍ତ୍ରୀ ଓ ପୁଅ ଘରକୁ ଫେରୁଥିଲେ। ଅପରାହ୍ନ ପ୍ରାୟ ସାଢେ ୩ଟାରେ ଦାଉଣୀ ଗଁା ଛକରେ ବସ୍‌ ପହଞ୍ଚତ୍ଥିଲା। ଜ୍ୟୋତି ତାଙ୍କ ବାପା ବସ୍‌ରୁ ଓହ୍ଲାଉଥିବାବେଳେ ଛାଡିଦେଇଥିଲା। ଜ୍ୟୋତି ତଳେ ପଡିଯିବାରୁ ଚକା ଚଢିଯାଇଥିଲା। ତାଙ୍କୁ ଉଦ୍ଧାର କରି ଗୌଡଗଁା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାପରେ ଚାଳକ ଫେରାର ହୋଇଯାଇଥିବାବେଳେ ଗ୍ରାମବାସୀ ମୃତଦେହ ରଖି ରାସ୍ତାରୋକୋ କରିଥିଲେ। କେ. ନୂଆଗଁା ପୋଲିସ ପହଞ୍ଚତ୍ ବୁଝାଶୁଝା କରିବା ପରେ ଅବରୋଧ ହଟିଥିଲା। ପରେ ପୋଲିସ ମୃତଦେହ ଜବତକରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri