ବସ୍‌ ମାଲିକଙ୍କୁ ଆକ୍ରମଣ ଘଟଣା:୨ ଗିରଫ

ଭୁବନେଶ୍ୱର,୧୨ା୩ (ବ୍ୟୁରୋ): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁର୍ବୁତ୍ତମାନେ ରବିବାର ବସ୍‌ ମାଲିକ ଆଇଗିଣିଆର ବିମ୍ବାଧର ସୁନ୍ଦରାୟଙ୍କୁ ଗୁଳି ମାଡ଼ କରିବା ସହ ଗୋଡେଇ ଗୋଡେଇ ହାଣିଥିଲେ। ଏହି ଘଟଣାରେ ଖଣ୍ଡଗିରି ଥାନା ପୋଲିସ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ସିଜୁଆର ଡମ୍ବରୁ ଜୟସିଂହ(୨୬) ଓ ବରମୁଣ୍ଡାର ସ୍ବରୂପାନନ୍ଦ ସ୍ବାଇଁ(୨୪)। ଉଭୟ ଅଭିଯୁକ୍ତଙ୍କୁ ପଚରାଉଚରା ପରେ କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ଦୁଇ ଅଭିଯୁକ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଘଟଣାରେ ସମ୍ପୃକ୍ତ ୨୦ରୁ ଊର୍ଦ୍ଧ୍ୱ ଅଭିଯୁକ୍ତ ଫେରାର ଥିବାରୁ ସେମାନଙ୍କୁ ଧରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି। ବିମ୍ବାଧରଙ୍କ ମୁଣ୍ଡ ଓ ହାତରେ ଗଭୀର ଆଘାତ ଲାଗିଥିବାରୁ ସେ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।
ସୂଚନା ମୁତାବକ ରବିବାର ସକାଳେ ବିମ୍ବାଧରଙ୍କ ପୁତୁରା ଲକି ତମାଣ୍ଡୋରେ ଥିବା ଜିମ୍‌ ସେଣ୍ଟରକୁ ଯାଇଥିଲେ। ସେଠାରେ ସିଜୁଆର ଡମ୍ବରୁ ସହିତ କୌଣସି କାରଣକୁ ନେଇ ତାଙ୍କର ବଚସା ହୋଇଥିଲା। ଡମ୍ବୁରୁ ତାଙ୍କୁ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ଏ ନେଇ ସେ ଘରେ ଜଣାଇବା ପରେ ବିମ୍ବାଧର ତମାଣ୍ଡୋ ଥାନାରେ ଏତଲା ଦେଇଥିଲେ। ପୋଲିସ ଡମ୍ବରୁକୁ ଖୋଜିବାରୁ ସେ ପ୍ରତିଶୋଧ ପରାୟଣ ହୋଇପଡିଥିଲା। ଅପରାହ୍ଣ ପ୍ରାୟ ୨ଟା ବେଳେ ଆଇଗିଣିଆ ଦୁର୍ଗାମଣ୍ଡପ ନିକଟରେ ଥିବା କ୍ଲବ ସମ୍ମୁଖରେ ବିମ୍ବାଧର ବସିଥିଲେ। ଏହି ସମୟରେ ସିଜୁଆର ୨୫ରୁ ଉର୍ଦ୍ଧ୍ୱ ଯୁବକ ହାତରେ ବନ୍ଧୁକ, ଖଣ୍ଡା, ଭୁଜାଲି, ଲୁହାରଡ ଓ ଲାଠି ଧରି ସେଠାରେ ପହଞ୍ଚତ୍ ଆତଙ୍କ ଖେଳାଇଥିଲେ। ସେମାନେ ଲକିଙ୍କୁ ଖୋଜିବା ସହିତ କ୍ଲବରେ ବ୍ୟାପକ ଭଙ୍ଗାରୁଜା କରିଥିଲେ। ବିମ୍ବାଧର ଏହାର ପ୍ରତିବାଦ କରିବାରୁ ତାଙ୍କୁ ସେମାନେ ଆକ୍ରମଣ କରିଥିଲେ। ବିମ୍ବାଧର ଫୋନ୍‌ କରି ସାହିର କେତେଜଣ ଯୁବକଙ୍କୁ ଘଟଣାସ୍ଥଳକୁ ଡାକିବାକୁ ଉଦ୍ୟମ କରିଥିଲେ। ଏହି ସମୟରେ ତାଙ୍କ ଉପରକୁ ହୋଇଥିଲା ଗୁଳିମାଡ଼। ସୌଭାଗ୍ୟ ଗୁଳିଟି ମୋବାଇଲ ଫୋନରେ ବାଜିଥିଲା। ଫଳରେ ନିଶ୍ଚିତ ମୃତ୍ୟୁରୁ ବିମ୍ବାଧର ବର୍ତ୍ତି ଯାଇଥିବାବେଳେ ଫୋନଟି ଫୁଟିଯାଇଥିଲା। ଏହାପରେ ଯୁବକମାନେ ବିମ୍ବାଧରକୁ ଗୋଡ଼େଇ ଗୋଡ଼େଇ ହାଣି ପକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri