ବସ-ଟ୍ରକ ମୁହାଁମୁହିଁ ଧକ୍କା: ଦୁଇ ମୃତ, ୨୮ ଗୁରୁତର

ଭଦ୍ରକ ଅଫିସ, ୩।୧: ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥ ବନ୍ତ ଛକ ନିକଟରେ ଏକ ଅଭାବନୀୟ ଘଟଣା ଘଟଛି। ବସ-ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ୨୮ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ଥିବା ସୂଚନା ମିଳିଛି। ବସ୍‌ରେ ଡ୍ରାଇଭର ସମେତ ଅନେକ ଯାତ୍ରୀ ଚାପି ହୋଇଥିବାବେଳେ ସେମାନଙ୍କୁ ଅଗ୍ନିଶମ ବାହିନୀ କଟର ସାହାଯ୍ୟରେ କାଟି ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ଧାମନଗର ଉର୍ତ୍ସ ପର୍ବରୁ ବସ୍‌ରେ ଯାତ୍ରୀମାନେ ଆସୁଥିବା ସମୟରେ ଟ୍ରକ ସହ ସାମ୍ନା ପଟୁ ଧକ୍କା ହୋଇଥିଲା। ବସ୍‌ଟି ଯାତ୍ରୀମାନଙ୍କୁ ନେଇ ଧାମନଗରରୁ ଷ୍ଟେଶନ ଅଭିମୁଖେ ଯାଉଥିବାବେଳେ ଜାତୀୟ ରାଜପଥ ସମ୍ପ୍ରସାରଣ ଚାଲୁଥିବାରୁ ଗୋଟିଏ ରୁଟରେ ଟ୍ରକଟି ବିପରୀତ ଦିଗରୁ ଆସୁଥିଲା। ଫଳରେ ଟ୍ରକ-ବସ୍‌ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡିଛି। ସୌଭାଗ୍ୟବଶତଃ ଦୁର୍ଘଟଣାଗ୍ରସ୍ତ ବସ୍‌ଟି ଜାତୀୟ ରାଜପଥରେ ଥିବା ସୁରକ୍ଷା ପାଚେରୀରେ ଅଟକି ରହିଥିଲା। ଫଳରେ ଅନେକ ଯାତ୍ରୀଙ୍କ ଜୀବନ ରକ୍ଷା ହୋଇପାରିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଗ୍ନିଶମ, ଆମ୍ବୁଲାନ୍ସ ଗାଡି ଦ୍ୱାରା ଆହତମାନଙ୍କୁ ମେଡିକାଲରେ ଭର୍ତ୍ତି କରିଛନ୍ତି। ବସ୍‌ ଭିତରୁ ଭିତରୁ ଯାତ୍ରୀମାନଙ୍କୁ ବାହାରକୁ ଆଣିବା ପାଇଁ ପ୍ରାୟ ୨ ଘଣ୍ଟା ଲାଗିଥିଲା। ବସରେ ଥିବା ସମସ୍ତ ଯାତ୍ରୀ ଶ୍ରଦ୍ଧାଳୁ ଥିଲେ। ଉର୍ତ୍ସ ପର୍ବ ପାଇଁ ବିଭିନ୍ନ ଅଞ୍ଚଳରୁ ଧାମନଗରକୁ ଆସିଥିବା ଜଣାପଡିଛି। ଦୀର୍ଘ ସମୟ ଧରି ୧୬ ନଂ ଜାତୀୟ ରାଜପଥ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଆହତମାନଙ୍କ ମଧ୍ୟରୁ ୨ଜଣଙ୍କ ୨ଜଣଙ୍କୁ ବାଲେଶ୍ୱର ଚିକିତ୍ସା ପାଇଁ ପଠାଯାଇଛି। ଜିଲା ଚିକିତ୍ସାଳୟରେ ଜିଲାପାଳ ଜ୍ଞାନରଞ୍ଜନ ଦାସ, ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ର, ଉପଜିଲାପାଳ ପିତାମ୍ବର ସାମଲ. ଏମ୍‌ପି ମଞ୍ଜୁଲତା ମଣ୍ଡଳ ପହଞ୍ଚି ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?