ବସ୍‌ ମାଡିଯିବାରୁ ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଗୁରୁତର

ଦିଗପହଣ୍ଡି,୫।୧୨(ଡି.ଏନ.ଏ.): ଦିଗପହଣ୍ଡି ସହର ଉପକଣ୍ଠ କୃଷି କାର୍ଯ୍ୟାଳୟ ନିକଟ ମୁଖ୍ୟରାସ୍ତାରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦିଲଖୁସ ନାମକ ଘରୋଇ ଯାତ୍ରୀବାହୀ ବସ୍‌ (ନଂ-ଓଡି୦୭ୱାଇ-୯୪୯୩) ମାଡ଼ିଯିବାରୁ ପାଟପୁର ଥାନା ମାଟିଆ ବୋରେଇ ଗାଁର ନାରାୟଣ ସେଠୀ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ତାଙ୍କ ସ୍ତ୍ରୀ ରୂପା ସେଠୀ ଗୁରୁତର ଆହତ ହୋଇଛନ୍ତି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଇ ଦିଆଯାଇଛି। ଦିଗପହଣ୍ଡି ବ୍ଲକ ରାଜପୁର ଗାଁରେ ରହୁଥିବା ନାରାୟଣଙ୍କ ଶାଳକ ଗୁରୁବାର ସକାଳେ ମୃତ୍ୟୁବରଣ କରିଥିବା ଖବର ପାଇ ବାଇକ୍‌ ଯୋଗେ ସ୍ତ୍ରୀଙ୍କୁ ନେଇ ରାଜପୁର ଗାଁକୁ ଯାଉଥିଲେ। ବିପରୀତ ଦିଗରୁ ଦ୍ରୁତ ଗତିରେ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଯାତ୍ରୀବାହୀ ବସ୍‌ଟି ନିୟନ୍ତ୍ରଣ ହରାଇ ବାଇକ୍‌କୁ ଧକ୍କା ଦେଇଥିଲା। ନାରାୟଣ ରାସ୍ତା ଉପରେ କଚାଡି ହୋଇ ପଡ଼ିଯିବା ପରେ ତାଙ୍କ ମୁଣ୍ଡ ଉପରେ ବସ୍‌ ଚକା ମାଡିଯାଇଥିଏେ। ଦିଗପହଣ୍ଡି ଥାନା ଆଇଆଇସି ବସନ୍ତ କୁମାର ସେଠୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇଥିଲେ। ବ୍ୟବଚ୍ଛେଦ ପରେ ପୋଲିସ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ପୋଲିସ ମକଦ୍ଦମା ରୁଜୁ କରି ଦୁର୍ଘଟଣା ଘଟାଇଥିବା ଯାତ୍ରୀବାହୀ ବସ ଓ ମୃତ ନାରାୟଣଙ୍କ ବାଇକକୁ ଜବତ କରିଛି। ଗିରଫ ଭୟରେ ଯାତ୍ରୀବାହୀ ଗାଡ଼ି ଚାଳକ ଫେରାର ଥିବା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri