ବସ୍‌ ମାଡିଯିବାରୁ ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଗୁରୁତର

ଦିଗପହଣ୍ଡି,୫।୧୨(ଡି.ଏନ.ଏ.): ଦିଗପହଣ୍ଡି ସହର ଉପକଣ୍ଠ କୃଷି କାର୍ଯ୍ୟାଳୟ ନିକଟ ମୁଖ୍ୟରାସ୍ତାରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦିଲଖୁସ ନାମକ ଘରୋଇ ଯାତ୍ରୀବାହୀ ବସ୍‌ (ନଂ-ଓଡି୦୭ୱାଇ-୯୪୯୩) ମାଡ଼ିଯିବାରୁ ପାଟପୁର ଥାନା ମାଟିଆ ବୋରେଇ ଗାଁର ନାରାୟଣ ସେଠୀ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ତାଙ୍କ ସ୍ତ୍ରୀ ରୂପା ସେଠୀ ଗୁରୁତର ଆହତ ହୋଇଛନ୍ତି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଇ ଦିଆଯାଇଛି। ଦିଗପହଣ୍ଡି ବ୍ଲକ ରାଜପୁର ଗାଁରେ ରହୁଥିବା ନାରାୟଣଙ୍କ ଶାଳକ ଗୁରୁବାର ସକାଳେ ମୃତ୍ୟୁବରଣ କରିଥିବା ଖବର ପାଇ ବାଇକ୍‌ ଯୋଗେ ସ୍ତ୍ରୀଙ୍କୁ ନେଇ ରାଜପୁର ଗାଁକୁ ଯାଉଥିଲେ। ବିପରୀତ ଦିଗରୁ ଦ୍ରୁତ ଗତିରେ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଯାତ୍ରୀବାହୀ ବସ୍‌ଟି ନିୟନ୍ତ୍ରଣ ହରାଇ ବାଇକ୍‌କୁ ଧକ୍କା ଦେଇଥିଲା। ନାରାୟଣ ରାସ୍ତା ଉପରେ କଚାଡି ହୋଇ ପଡ଼ିଯିବା ପରେ ତାଙ୍କ ମୁଣ୍ଡ ଉପରେ ବସ୍‌ ଚକା ମାଡିଯାଇଥିଏେ। ଦିଗପହଣ୍ଡି ଥାନା ଆଇଆଇସି ବସନ୍ତ କୁମାର ସେଠୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇଥିଲେ। ବ୍ୟବଚ୍ଛେଦ ପରେ ପୋଲିସ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ପୋଲିସ ମକଦ୍ଦମା ରୁଜୁ କରି ଦୁର୍ଘଟଣା ଘଟାଇଥିବା ଯାତ୍ରୀବାହୀ ବସ ଓ ମୃତ ନାରାୟଣଙ୍କ ବାଇକକୁ ଜବତ କରିଛି। ଗିରଫ ଭୟରେ ଯାତ୍ରୀବାହୀ ଗାଡ଼ି ଚାଳକ ଫେରାର ଥିବା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

ଅକ୍ଟୋବର ୨୯ ପର୍ଯ୍ୟନ୍ତ ସାବଧାନ: ମେଷ ସମେତ ୩ ରାଶିଙ୍କ ଉପରେ ମାଡିଆସୁଛି ବଡ଼ ବିପଦ! ପାଖରୁ ପଳାଇବ ଧନ

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହଙ୍କୁ ପ୍ରେମ, ସୁଖ-ସମୃଦ୍ଧି, ଐଶ୍ୱର୍ଯ୍ୟ ଓ ଆର୍ଥିକ ସ୍ଥିତିର କାରକ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ଶୁକ୍ର ନିଜ ରାଶି ତୁଳାରେ…

୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍‌ ଗର୍ଲ

ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ…

ବୈଭବଙ୍କ ରହସ୍ୟମୟ ପୋଷ୍ଟକୁ ନେଇ ହଇଚଇ: ଦେଲେ ଏଭଳି ସଙ୍କେତ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୩।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ T20I ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ଖେଳିବାର ସୁଯୋଗ ମିଳିନାହିଁ। ଟିମ ଇଣ୍ଡିଆର ମ୍ୟାନେଜମେଣ୍ଟ ସଞ୍ଜୁ ସାମସନଙ୍କ ଉପରେ ଭରସା ଦେଖାଇଛି। ତେବେ…

୩୮ ବର୍ଷ ବୟସରେ ଟିମ୍‌ ବଦଳାଇଲେ ଏହି କ୍ରିକେଟର୍‌: ପ୍ରଥମ ମ୍ୟାଚ୍‌ରେ କଲେ ଚମତ୍କାର

ଚଣ୍ଡିଗଡ଼,୧୩।୧୦: ଭାରତୀୟ କ୍ରିକେଟ ଦଳରୁ ଦୀର୍ଘଦିନ ଧରି ବାହାରେ ଥିବା ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ରଣଜୀ ଟ୍ରଫି ୨୦୨୬-୨୭ ସରିଜ୍‌ରେ ଜବରଦସ୍ତ ଆରମ୍ଭ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?