ବହଳଦା ବ୍ଲକରେ ପ୍ରଥମ କରୋନା ରୋଗୀ ଚି଼ହ୍ନଟ

ବହଳଦା,୬।୬(ଡି.ଏନ୍‌.ଏ.): ମୟୁରଭଞ୍ଜ ଜିଲା ବହଳଦା ବ୍ଲକରେ ପ୍ରଥମ କରୋନା ରୋଗୀ ଚି଼ହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତ ଜଣଙ୍କ ଶଶ ଗାଁ ର ଜଣେ ୨୩ବର୍ଷୀୟା ବିବାହିତା ମହିଳା ବୋଲି ଜଣାପଡିଛି। ଗତ ମେ ୯ ତାରିଖରେ ମହିଳା ଜଣକ ସ୍ବାସ୍ଥ୍ୟ ଖରାପ୍‌ ହେବାରୁ ନିକଟସ୍ଥ ବହଳଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ ଡାକ୍ତର ତାଙ୍କୁ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ସେଠାରୁ ପୁଣି ତାଙ୍କୁ ତାଙ୍କୁ କରଞ୍ଜିଆ ପଠାଯାଇ ସ୍ବାବ ଟେଷ୍ଟ କରାଯାଇଥିଲା। ତେବେ ରିପୋର୍ଟ ନେଗେଟିଭ ଆସିବାରୁ ସେ ହସ୍ପିଟାଲରୁ ଫେରି ନିଜ ବାପଘର କୁଲଗୀରେ କିଛିଦିନ ରହିଥିଲେ। କିନ୍ତୁ ସେଠାରେ ପୁଣି ଅସୁସ୍ଥ ଅନୁଭବ କରିବାରୁ ରାଇରଙ୍ଗପୁର, ବାରିପଦା ଓ ଶେଷରେ ମେ ୩୧ରେ ତାଙ୍କୁ କଟକ ପଠାଯାଇଥିଲା। ସେଠାରେ ତାଙ୍କର କରୋନା ଯାଞ୍ଚ କରାଯାଇଥିଲା। ଶନିବାର ଆସିଥିବା ରିପୋର୍ଟରେ ତାଙ୍କର କାରୋନା ପଜିଟିଭ୍‌ ବାହାରିଥିବା ଜଣାପଡ଼ିଛି। ଏନେଇ ସ୍ଥାନୀୟ ବିଡିଓ ସୂଚନା ଦେଇଛନ୍ତି। ଅପରପକ୍ଷେ ମହିଳା ଜଣଙ୍କ ବାହାରକୁ ଯାଇ ନ ଥିବା ବେଳେ କୌଣସି ସନ୍ଦିଗ୍ଧଙ୍କ ସଂସ୍ପର୍ଶରେ ମଧ୍ୟ ଆସିନାହାନ୍ତି। ତେବେ ସେ କିଭଳି ସଂକ୍ରମିତ ହେଲେ ଏନେଇ ଏବେ ପ୍ରଶାସନର ଚିନ୍ତା ବଢ଼ିଯାଇଛି। ଅପରପକ୍ଷେ ଦ୍ୱିତୀୟ କରୋନା ରୋଗୀ ଜଣକ ବହଳଦା ଆଦର୍ଶ ବିଦ୍ୟାଳୟ କ୍ୱାରାର୍ଟାଇନ୍‌ ସେଣ୍ଟରର ଆଉ ଜଣେ ମହିଳା ବୋଲି ଜଣାପଡିଛି। ବାରିପଦା କୋଭିଡ କେନ୍ଦ୍ରରେ ସ୍ବାବ ଟେଷ୍ଟ ହେବା ପରେ ତାଙ୍କର ବି ରିପୋର୍ଟ ପଜିଟିଭ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

Bankipur By-Election: ବାଙ୍କିପୁରରେ BJPକୁ କାହିଁକି ହରାଇବା ଦରକାର? ୩ କାରଣ କହିଲେ ପିକେ

ପାଟନା,୧୦।୭: ଜନ ସୁରାଜ ପ୍ରାର୍ଥୀ ପ୍ରଶାନ୍ତ କିଶୋର ବାଙ୍କିପୁର ନିର୍ବାଚନମଣ୍ଡଳୀରେ ସକ୍ରିୟ ଭାବରେ ଗସ୍ତ କରୁଛନ୍ତି, ଲୋକଙ୍କୁ ବୁଝାଉଛନ୍ତି ଯେ ଉପନିର୍ବାଚନରେ ଭାଜପାକୁ କାହିଁକି ପରାସ୍ତ କରାଯିବା…

ଇଂଲଣ୍ଡ ଗସ୍ତ ସହ ଶେଷ ହେଲା ଏହି ୩ ଖେଳାଳିଙ୍କ T20 କ୍ୟାରିୟର! ଲଗାତାର ଫ୍ଲପ୍‌ ପରେ…

ନୂଆଦିଲ୍ଲୀ,୧୦।୭: ବ୍ୟାକ-ଟୁ-ବ୍ୟାକ ବିଶ୍ୱବିଜେତା ହେବା ପରେ ଟିମ ଇଣ୍ଡିଆ ଏବେ କ୍ରମାଗତ ୨ଟି ଟି-୨୦ ସିରିଜ ହାରିଛି। ପ୍ରଥମେ ଆୟରଲ୍ୟାଣ୍ଡ ଏବଂ ଏବେ ଇଂଲଣ୍ଡ, ଦୁଇ ଦେଶ…

ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷାମନ୍ତ୍ରୀ, କହିଲେ ବ୍ଲକ୍‌ଗ୍ରାଣ୍ଟ କଲେଜକୁ ସରକାର ଟଙ୍କା ଦେବେ

ଭୁବନେଶ୍ୱର,୧୦ା୭: କେଜିରୁ ପିଜି ମାଗଣା ଶିକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ପ୍ରଫେଶନାଲ ଓ ସେଲ୍ଫ ଫାଇନାନ୍ସିଂ କୋର୍ସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri