ବହିରାଗତଙ୍କୁ ନେଇ ୨ ଗୋଷ୍ଠୀ ମୁହାଁମୁହିଁ

କୁଆମରା,୨୯।୪(ଡି.ଏନ୍‌.ଏ.)-କରୋନା ଯୋଗୁ ବହିରାଗତଙ୍କୁୁ ନେଇ ପ୍ରଶାସନର ଚିନ୍ତା ବଢିଛି। ପୂର୍ବରୁ ବାହାର ରାଜ୍ୟ ଓ ଜିଲାକୁ ଯାଇଥିବା ଶ୍ରମିକମାନେ ଏବେ ଲୁଚିଛପି ରାତିରେ ଚାଲିଚାଲି ନିଜ ନିଜ ଗାଁକୁ ପଳାଇ ଆସୁଛନ୍ତି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇବା ସହ ସେମାନଙ୍କୁ ବାରଣ କରାଯିବା ନେଇ ବିଭିନ୍ନ ସ୍ଥାନରେ ଗଣ୍ଡଗୋଳର ସୂତ୍ରପାତ ଘଟୁଛି। ମଙ୍ଗଳବାର ଏହିପରି ଏକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ଆରପଟା ପଞ୍ଚାୟତର ଆରପଟା ଗ୍ରାମରେ। ଏହି ଗାଁର ୨ ଜଣ ବ୍ୟକ୍ତି ବାଲେଶ୍ୱର ଜିଲାର ଏକ ଚିଙ୍ଗୁଡିଘେରିରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ଲକ୍‌ଡାଉନ ଯୋଗୁ କାର୍ଯ୍ୟ ବନ୍ଦ ହୋଇଯିବାରୁ ଉଭୟ ସେଠାରେ ବହୁ କଷ୍ଟରେ ଚଳୁଥିଲେ। ଖାଇବାକୁ ନ ପାଇ ସେମାନେ ସୋମବାର ରାତିରେ ଚାଲି ଚାଲି ପଳାଇ ଆସି ମଙ୍ଗଳବାର ସକାଳେ ଗ୍ରାମରେ ପହଞ୍ଚି ଥିଲେ। ମାତ୍ର ଗ୍ରାମବାସୀ ବିରୋଧ କରିବାରୁ ସରପଞ୍ଚଙ୍କ ନିର୍ଦ୍ଦେଶକ୍ରମେ ଉଭୟଙ୍କୁ ଆଶ୍ରମ ସ୍କୁଲରେ ରଖାଯାଇଥିଲା। ମାତ୍ର ଆଶ୍ରମ ସ୍କୁଲକୁ ଲାଗି ରହିଥିବା ହରିବଂଶ ସାହିର ଲୋକେ ମଧ୍ୟ ସେମାନଙ୍କ ରହଣିକୁ ବିରୋଧ କରିଥିଲେ। ଫଳରେ ଦୁଇଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜି ଥିଲା। ଖବରପାଇ ସ୍ଥାନୀୟ ତହସିଲଦାର, ଅତିରିକ୍ତ ତହସିଲଦାର, ବିଡିଓ, ଆରଆଇ, ସରପଞ୍ଚ ଏବଂ ପୋଲିସ ପହଞ୍ଚି ଉଭୟ ପକ୍ଷଙ୍କ ସହ ଆଲୋଚନା କରିବା ପରେ ୨ ବହିରାଗତଙ୍କୁ ସେହି ବିଦ୍ୟାଳୟରେ ରଖାଯାଇଛି। ସେହିିଭଳି କୁଶଳଦା, ରାଣିବନ୍ଧ, ପୁରୁଣା ବାରିପଦା, ଜୟପୁର ଆଦି ପଞ୍ଚାୟତରେ ୬୦ରୁ ଊର୍ଦ୍ଧ୍ୱ ବହିରାଗତଙ୍କୁ ସ୍ଥାନୀୟ ବିଦ୍ୟାଳୟଗୁଡିକରେ ରଖାଯାଇଛି। ସେମାନଙ୍କ ପାଇଁ ସରକାରଙ୍କ ଯୋଜନା ଅନୁଯାୟୀ ସ୍ବୟଂସହାୟିକା ଗୋଷ୍ଠୀ ଦ୍ୱାରା ରନ୍ଧାଖାଦ୍ୟ ପ୍ରଦାନ କରାଯାଉଥିବା ବିଡିଓ ରବୀନ୍ଦ୍ର ମଲ୍ଲିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri