ବହିଷ୍କୃତ ହେଲେ କଣ୍ଟ୍ରୋଲ ଡିଲର

ବାହାନଗା, ୧୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଥରପେଣ୍ଠ ଗ୍ରାମର ପିଡିଏସ ସାମଗ୍ରୀ ବିକ୍ରି କରୁଥିବା କଣ୍ଟ୍ରୋଲ ଡିଲରଙ୍କୁ ବାଲେଶ୍ୱର ଉପଜିଲାପାଳ ନିଲୁ ମହାପାତ୍ର ବହିଷ୍କୃତ କରିଛନ୍ତି ା ପଥରପେଣ୍ଠ ଗ୍ରାମର କଣ୍ଟ୍ରୋଲ ଡିଲର ଅଜିତ୍‌ ମଳ୍ଲିକ ପିଡିଏସ ଚାଉଳ ଦେବାରେ ହେରଫେର କରିବା ସହିତ କାଗଜପତ୍ର ହେରଫେର ଓ ଆକାଉଣ୍ଟ ଖାତାରେ ଟଙ୍କା ଠିକ୍‌ ଭାବେ ଉଲ୍ଲେଖ ନ କରିବା ସହିତ ଲୋକମାନଙ୍କୁ ଚାଉଳ ଦେବା ପରିବର୍ତ୍ତେ ଟଙ୍କା ଦେଉଥିବା ଅଭିଯୋଗ ହୋଇଥିଲା ା ବାହାନଗା ବ୍ଲକ ମାର୍କେଟିଂ ଅଧିକାରିଣୀ ଏଲିନା ସାହୁ ତଦନ୍ତ କରି ବାଲେଶ୍ୱର ଉପଜିଲାପାଳଙ୍କୁ ରିପୋର୍ଟ ଦେଇଥିଲେ ା ତଦନ୍ତ ରିପୋର୍ଟକୁ ଉପଜିଲାପାଳ ଦେଖି ସମସ୍ତ ଖାତାପତ୍ର ନିଜେ ଯାଞ୍ଚ କରିବା ପରେ ଡିଲର ଅଜିତ ମଲ୍ଲିକଙ୍କୁ ବହିଷ୍କାର କରିଛନ୍ତି ା ଚଳିତ ମାସ ୬ତାରିଖରେ ସେ ଲୋକମାନଙ୍କୁ ଚାଉଳ ପରିବର୍ତ୍ତେ ଟଙ୍କା ଦେଉଥିବା ବେଳେ ତାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ତଦନ୍ତ ଆରମ୍ଭ ହୋଇଥିଲା। ତଦନ୍ତ ପରେ ଉପଜିଲାପାଳ ଚିଠି ନମ୍ବର ୨୦୦/୨୦୨୦ରେ ତାଙ୍କୁ ବହିଷ୍କାର କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri