ବହୁଚର୍ଚ୍ଚିତ ସୁଦାମ ସ୍ବାଇଁ ହତ୍ୟା ମାମଲା: ମହିଳାଙ୍କ ସମେତ ୪ଜଣଙ୍କୁ ଆଜୀବନ କାରାଦଣ୍ଡ

ନୟାଗଡ଼ ଅଫିସ,୨ା୬- ୨୦୧୬ରେ ବହୁଚର୍ଚ୍ଚିତ ସୁଦାମ ସ୍ବାଇଁ ହତ୍ୟା ମାମଲାର ଶୁଣାଣି କରି ଶନିବାର ନୟାଗଡ଼ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ପ୍ରସନ୍ନ କୁମାର ପଣ୍ଡା ଜଣେ ମହିଳାଙ୍କ ସମେତ ୪ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି। ସେମାନେ ହେଲେ ଓଡ଼ଗାଁ ଥାନା ନନ୍ଦିଘୋର ଗ୍ରାମର ବାସନ୍ତୀ ପ୍ରଧାନ (୩୩), ଲିଟୁ ପ୍ରଧାନ (୨୬), ବିପିନ କୁମାର ସାହୁ (୩୨) ଓ ପ୍ରକାଶ ବେହେରା(୨୫)। ମାମଲାର ବିବରଣୀରୁ ପ୍ରକାଶ ଯେ, ୭ ମେ ୨୦୧୬ ରାତିରେ ବୁଢ଼ାବୁଢ଼ିଆଣୀ ଡ୍ୟାମ ନିକଟ ବିଲେଇପଲ୍ଲୀ ଛକଠାରେ ଶରଣକୁଳ ଥାନା ପଞ୍ଚରିଡ଼ା ମାନପୁର ଗ୍ରାମର ସୁଦାମ ସ୍ବାଇଁଙ୍କ ମୃତଦେହ ପଡ଼ିଥିବା ନେଇ ତାଙ୍କ ଭାଇ ସୁବଳଙ୍କୁ ଫୋନ୍‌ ଆସିଥିଲା। ବିଳମ୍ବିତ ରାତିରେ ସୁବଳ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଚିହ୍ନଟ କରିବା ସହିତ ତାଙ୍କୁ ହତ୍ୟା କରାଯାଇଥିବା ଦେଖିବାକୁ ପାଇଥିଲେ। ପରଦିନ ଅର୍ଥାତ୍‌ ୮ ତାରିଖରେ ସୁଦାମଙ୍କ ସ୍ତ୍ରୀ ଝିଲି ସ୍ବାଇଁ ଏ ନେଇ ଓଡ଼ଗାଁ ଥାନାରେ ଅଭିଯୋଗ କରିଥିଲେ। ପୂର୍ବ ଶତ୍ରୁତାରୁ ତାଙ୍କୁ ହତ୍ୟା କରାଯାଇଥିବା ସେ ତାଙ୍କ ଅଭିଯୋଗରେ ଦର୍ଶାଇଥିଲେ। ୭ ତାରିଖ ସନ୍ଧ୍ୟାରେ ନନ୍ଦିଘୋର ଗ୍ରାମର ପ୍ରକାଶ ଓ ବିପିନ ସୁଦାମଙ୍କୁ ଫୋନ୍‌ କରି ଭୋଜି ଖାଇଯିବାକୁ ଡାକିଥିଲେ। ପରେ ସୁଦାମଙ୍କୁ ବିଲେଇପଲ୍ଲୀ ଛକଠାରେ ବାସନ୍ତୀ ଓ ଲିଟୁଙ୍କ ସହଯୋଗରେ ହତ୍ୟା କରି ରାସ୍ତାକଡ଼କୁ ପିଙ୍ଗି ଅଭିଯୁକ୍ତମାନେ ପଳାଇ ଯାଇଥିଲେ। ଓଡ଼ଗାଁ ପୋଲିସ ୬୦/୧୬ରେ ମାମଲା ରୁଜୁ କରି ଅଭିଯୁକ୍ତମାନଙ୍କ ଫୋନ୍‌ ଟ୍ୟାପ୍‌ କରି ୪ଜଣଙ୍କୁ ଗିରଫ କରିଥିଲା। ଜଣେ ଜେଲ୍‌ରେ ଥିବାବେଳେ ଅନ୍ୟ ୩ ଜଣ ବେଲ୍‌ରେ ଆସି ଗ୍ରାମରେ ରହୁଥିଲେ। ଶନିବାର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ପଣ୍ଡା ୨୦ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ୪ ଜଣଙ୍କୁ ଆଜୀବନ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଲେଖାଏ ଜରିମାନା ଶୁଣାଣି କରିଥିଲେ। ଜରିମାନା ଅନାଦାୟ ଏକବର୍ଷ ଅଧିକ କାରାଦଣ୍ଡ ଭୋଗ କରିବାକୁ ପଡ଼ିବ। ସରକାରୀ ଓକିଲ ଅନୱର ମଲ୍ଲିକ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?