ବହୁ ତଳିଆ ଗାଁ ଜଳବନ୍ଦୀ

କେନ୍ଦୁଝର,୧୫ା୮ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଲଘୁଚାପଜନିତ ବର୍ଷା ଯୋଗୁ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଅନେକ ଗ୍ରାମ, ବସ୍ତି, ଓ୍ବାର୍ଡ ଜଳବନ୍ଦୀ ହୋଇଛି। ତେବେ ଏନେଇ ପ୍ରଶାସନ ପାଖରେ ଠିକ ସୂଚନା ନାହିଁ। ନଦୀନାଳରେ ଜଳସ୍ତର ବୃଦ୍ଧି ପାଉଥିବାରୁ ଅନେକ ସ୍ଥାନରେ ପୋଲ ଉପରେ ପାଣି ପ୍ରବାହିତ ହୋଇ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଜଙ୍ଗଲ ଓ ପାହାଡ଼ି ଅଞ୍ଚଳରେ ସବୁ ନଦୀନାଳରେ ଜଳପତ୍ତନ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ରାସ୍ତା ଉପରେ ପାଣି ପ୍ରବାହିତ ହେଉଥିବାରୁ ଲୋକେ ଯାତାୟାତ କରିପାରୁନାହାନ୍ତି। ଅନେକ ଗାଁ ଓ ସାହିରେ ଲଗାଣ ବର୍ଷା ଯୋଗୁ ମାଟି ଘର ଭାଙ୍ଗିଯାଇଛି। ଜିଲାର ପ୍ରମୁଖ ବୈତରଣୀ ନଦୀରେ ଜଳ ପତ୍ତନ ବୃଦ୍ଧି ପାଇବାରେ ଲାଗିଛି। ଜିଲା ମୁଖ୍ୟାଳୟର ଭାଲୁକିପତଳା,ଜଗନ୍ନାଥପୁର, କାଶୀପୁର, ଟିକର ଗୁମୁରା ଆଦି ସାହିର ବହୁ ଲୋକ ଦୀର୍ଘ ତିନି ଧରି ପାଣି ଘେରରେ ରହିଛନ୍ତି। ନରଣପୁର ପେଟ୍ରୋଲ ପମ୍ପ ନିକଟରେ ଗଛ ଉପୁଡି ଏକ ଅଟୋ ଉପରେ ଖସି ପଡିଥିଲା। ଫଳରେ ଅଟୋରେ ଯାଉଥିବା ଯାତ୍ରୀମାନେ ଆହତ ହୋଇଛନ୍ତି। ଭାଟୁଣିଆ ମାଛ କାନ୍ଦଣା ପୋଲ, କାଦଗଡ ରେଲଓ୍ବେ ଫାଟକ, ଘସଡା ପୋଲ, ହାତୀକୁଚା ଝିଟିଙ୍ଗା ଓ ହାତୀକୁଚା ପୁରୁଣାସାହି ଆଦି ପୋଲ ଉପରେ ପାଣି ପ୍ରବହିତ ହେଉଛି। ହରିଚନ୍ଦନପୁର- ଦୈତାରୀ ରାସ୍ତାର ମୂଷଳ ନାଳ ପୋଲ ଉପରେ ୩ ଫୁଟ ପାଣି ପ୍ରବାହିତ ହେଉଥିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri