Posted inଖେଳ

ବାଂଲାଦେଶର ରୋମାଞ୍ଚକ ବିଜୟ

ସିଲ୍‌ହେଟ୍‌, ୪।୩- ଏଠାରେ ଖେଳାଯାଇଥିବା ୨ୟ ଦିନିକିଆ ମ୍ୟାଚ୍‌ରେ ଘରୋଇ ବାଂଲାଦେଶ ୪ ରନରେ ରୋମାଞ୍ଚକ ଭାବେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ବାଂଲାଦେଶ ପ୍ରଥମେ ବ୍ୟାଟିଂ କରି ୮ ଉଇକେଟ୍‌ରେ ୩୨୨ ରନ କରିଥିବାବେଳେ ଜିମ୍ବାଓ୍ବେ (୩୧୮/୮) ୪ ରନ ଦୂରରେ ରହିଯାଇଥିଲା। ବିଜୟ ସହ ଘରୋଇ ଦଳ ୩ ମ୍ୟାଚ୍‌ବିଶିଷ୍ଟ ସିରିଜକୁ ୨-୦ରେ ଆଗୁଆ କବ୍‌ଜା କରିନେଇଛି। ପୂର୍ବରୁ ପ୍ରଥମ ମ୍ୟାଚ୍‌କୁ ବାଂଲାଦେଶ ୧୬୯ ରନରେ ଜିତିଥିଲା। ସିରିଜର ଅନ୍ତିମ ମ୍ୟାଚ୍‌ ଶୁକ୍ରବାର ଖେଳାଯିବ।
ହାଇସ୍କୋରିଂ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ବାଂଲାଦେଶ ଭେଟେରାନ ଓପନର୍‌ ତମିମ୍‌ ଇକବାଲଙ୍କ ୧୫୮ ରନ (୨୦ ଚୌକା, ୩ ଛକା) ବଳରେ ୫୦ ଓଭରରେ ୮ ଉଇକେଟ୍‌ ହରାଇ ୩୨୨ ରନ କରିଥିଲା। ଅନ୍ୟମାନଙ୍କ ମଧ୍ୟରେ ମୁସଫିକର ରହିମ ୫୫, ମହମ୍ମଦୁଲା ୪୧ ରନ କରିଥିଲେ। ଜଣେ ବାଂଲାଦେଶ ବ୍ୟାଟ୍ସମ୍ୟାନ ଭାବେ ତମିମ ଦିନିକିଆରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର କରିବାର ରେକର୍ଡ କରିଛନ୍ତି। ତମିମ ନିଜ ନାମରେ ରହିଥିବା ରେକର୍ଡକୁ ନିଜେ ଭଙ୍ଗ କରିଛନ୍ତି। ୨୦୦୯ରେ ସେ ଜିମ୍ବାଓ୍ବେ ବିପକ୍ଷରେ ୧୫୪ ରନ କରିଥିଲେ, ଯାହା ଆଜି ପର୍ଯ୍ୟନ୍ତ ରେକର୍ଡ ହୋଇ ରହିଥିଲା। ସେହିଭଳି ଏହି ଇନିଂସ ଅବସରରେ ପ୍ରଥମ ବାଂଲାଦେଶ ବ୍ୟାଟ୍ସମ୍ୟାନ ଭାବେ ୭ ହଜାର ଦିନିକିଆ ରନ୍‌ ପୂରଣ କରିଛନ୍ତି। ଜିମ୍ବାଓ୍ବେ ପକ୍ଷରୁ କାର୍ଲ ମୁମ୍ବା ଓ ଡୋନାଲ୍ଡୋ ତିରିପାନୋ ୨ଟି ଲେଖାଏ ଉଇକେଟ୍‌ ନେଇଛନ୍ତି। ଜବାବରେ ଜିମ୍ବାଓ୍ବେ ମଧ୍ୟ ଓ ନିମ୍ନକ୍ରମ ବ୍ୟାଟ୍ସମ୍ୟାନଙ୍କ ଉପଯୋଗୀ ଇନିଂସ ବଳରେ ନିର୍ଦ୍ଧାରିତ ଓଭରରେ ୮ ଉଇକେଟ୍‌ରେ ୩୧୮ ରନ କରିଥିଲା। ଅନ୍ତିମ ଓଭରରେ ୨୦ ରନ ଆବଶ୍ୟକ ହେଉଥିବାବେଳେ ଜିମ୍ବାଓ୍ବେ ୧୫ ରନ କରିପାରିଥିଲା। ଦଳ ପକ୍ଷରୁ ତିନାସି କାମୁନ୍‌ହୁକାମଓ୍ବି ୫୧, ଓ୍ବେସଲୀ ମାଧଭେରେ ୫୨, ସିକନ୍ଦର ରାଜା ୬୬, ତିରିପାନୋ ୫୫* ଓ ତିନୋତେନ୍ଦା ମୁତୁମ୍ବୋଜି ୩୪ ରନ କରିଥିଲେ। ବିଜୟୀ ଦଳର ତାଇଜୁଲ ଇସଲାମ ୩ଟି ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ପ୍ରେମିକାଙ୍କ ‘ବ୍ୟକ୍ତିଗତ ମୁହୂର୍ତ୍ତ’ ଭାଇରାଲ୍, ଓଡ଼ିଶାରେ ଥାଇ ମିଡିଆ ଉପରେ ବର୍ଷିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୯ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜ ପ୍ରେମିକା ମହିକା ଶର୍ମାଙ୍କ ଭିଡିଓ ଏବଂ ଫଟୋ ଅନୁଚିତ ଆଙ୍ଗେଲ୍‌ରେ ଉଠାଇଥିବା ପାପାରାଜିଙ୍କ ଉପରେ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ବଡ଼ ବୟାନ ଦେଲେ ଗାଙ୍ଗୁଲି, କହିଲେ ସୂର୍ଯ୍ୟକୁମାର ଯାଦବ ନୁହେଁ ଏହି ଖେଳାଳିଙ୍କୁ ଦିଆଯାଉ ଟିମ ଇଣ୍ଡିଆର ଟି-୨୦ କ୍ୟାପଟେନଶିପ

ନୂଆଦିଲ୍ଲୀ,୯।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଆଜି, ଡିସେମ୍ବର ୯,୨୦୨୫ରେ ଆରମ୍ଭ ହେବାକୁ ଯାଉଛି। ସିରିଜର ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri