ବାଂଲାଦେଶର ରୋହିଙ୍ଗ୍ୟା ଶିବିରରେ ବଢୁଛି ଏଚ୍‌ଆଇଭି ସଂକ୍ରମିତଙ୍କ ସଂଖ୍ୟା

ଢାକା,୨୭।୧୨: ବାଂଲାଦେଶରେ ଶରଣ ନେଇଥିବା ରୋଗିଙ୍ଗ୍ୟାଙ୍କ ମଧ୍ୟରେ ଏବେ ଏଚ୍‌ଆଇଭି ଓ ଅନ୍ୟ ଯୌନ ରୋଗ ସଂକ୍ରମଣ ବଢିବାରେ ଲାଗିଛି। ବିଶେଷଜ୍ଞଙ୍କ କହିବା କଥା ହେଲା ଯେକୌଣସି ରୋଗ ବଢିବାର ମୁଖ୍ୟ କାରଣ ହେଲା ଏହାର ସଚେତନତାର ଅଭାବ। ତେଣୁ ରୋହିଙ୍ଗ୍ୟା ଶିବିରରେ ଏଚ୍‌ଆଇଭିକୁ ନେଇ କୌଣସି ସଚେତନତା ନ ଥିବାରୁ ଏବେ ଏହା ବୃଦ୍ଧି ପାଇବାରେ ଲାଗିଛି। କେବଳ ଏଚ୍‌ଆଇଭି ନୁହେଁ ଏମାନଙ୍କ ପାଖରେ ଅନ୍ୟ ଯୌନ ରୋଗ ମଧ୍ୟ ବୃଦ୍ଧି ପାଇଛି। ରୋହିଙ୍ଗ୍ୟାମାନଙ୍କ ମତରେ ଯଦି ଜଣେ ଏଚ୍‌ଆଇଭିରେ ପୀଡିତ ବୋଲି ଅନ୍ୟ କେହି ଜାଣନ୍ତି ତେବେ ତାଙ୍କୁ ବଡ ରୋଗ ହୋଇଛି ବୋଲି କହି ବାସନ୍ଦ କରି ଦେଇଥାଆନ୍ତି। ତେଣୁ ଏମାନେ ଏଚ୍‌ଆଇଭିରେ ପୀଡିତ ହେବା ପରେ ମଧ୍ୟ ଡାକ୍ତରଙ୍କ ପାଖକୁ ଯାଆନ୍ତି ନାହିଁ ଅବା ଡାକ୍ତରଙ୍କୁ ଏହା ଲୁଚାଇ ଥାଆନ୍ତି। ଫଳରେ ଏବେ ବାଂଲାଦେଶରେ ରହୁଥିବା ରୋହିଙ୍ଗ୍ୟା ଶିବିରରେ ଏଚ୍‌ଆଇଭି ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ନିକଟରେ ବାଂଲାଦେଶ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ଏକ ରିପୋର୍ଟରୁ ଜଣାଯାଇଛି କେବଳ କକ୍ସ ବଜାର ରୋଗିଙ୍ଗ୍ୟା ଶିବିରରେ ଏବେସୁଦ୍ଧା ପାଖାପାଖି ୩୯୫ ଜଣ ଏଚ୍‌ଆଇଭି ସଂକ୍ରମିତ ରହିଛନ୍ତି। ସେମାନଙ୍କ ମଧ୍ୟରୁ ୧୦୫ ଜଣଙ୍କୁ ଚଳିତ ବର୍ଷ ଚିହ୍ନଟ କରାଯାଇଛି। ଏହାଠାରୁ ମଧ୍ୟ ଅଧିକ ଏଚ୍‌ଆଇଭି ସଂକ୍ରମିତ ଥାଇପାରନ୍ତି ବୋଲି କୁହାଯାଉଛି। ତେବେ ବାଂଲାଦେଶ ସରକାର ଏହାକୁ ରୋକିବା ପାଇଁ ବିଶେଷଜ୍ଞଙ୍କ ପରାମର୍ଶ ନେବା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri