ବାଂଲାଦେଶ ମୁହାଁଇଲା ‘ବୁଲ୍‌ବୁଲ୍‌’

ଭୁବନେଶ୍ୱର,୮-୧୧(ବ୍ୟୁରୋ):ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ବାତ୍ୟା ‘ବୁଲ୍‌ବୁଲ୍‌’ରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହି ସାମୁଦ୍ରିକ ଝଡ ଭୟଙ୍କର ରୂପ ଧାରଣ କରି ପୂର୍ବ- କେନ୍ଦ୍ରୀୟ ବଙ୍ଗୋପ ସାଗରରୁ ଉତ୍ତର ପଶ୍ଚିମ ଦିଗ ଦେଇ ଘଣ୍ଟାକୁ ୨୧ କିଲୋମିଟର ବେଗରେ ଗତି କରୁଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ବୁଲ୍‌ବୁଲ ପାରାଦୀପଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗଠାରୁ ୫୬୦ କିଲୋମିଟର, ଆଣ୍ଡାମାନର ମାୟାବନ୍ଦରଠାରୁ ଦକ୍ଷିଣ- ଦକ୍ଷିଣ ପୂର୍ବ ଦିଗର ୬୮୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଭୟଙ୍କର ସାମୁଦ୍ରିକ ଝଡ(ସିଭିୟର ସାଇକ୍ଲୋନିକ ଷ୍ଟର୍ମ)ରେ ପରିଣତ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗ ଦେଇ ଗତି କରିବ। ଆସନ୍ତା ୯ ତାରିଖ ସକାଳେ ବାତ୍ୟା ପଶ୍ଚିମବଙ୍ଗ ଉପକୂଳ ଓ ବାଂଲାଦେଶ ଦେଇ ସ୍ଥଳଭାଗ ଅତିକ୍ରମ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସ୍ଥଳଭାଗକୁ ଛୁଇଁବା ବେଳକୁ ବୁଲ୍‌ବୁଲର ଘଣ୍ଟା ପ୍ରତି ବେଗ ୧୨୦ରୁ ୧୪୫ କିଲୋମିଟର ରହିବ ବୋଲି ଅନୁମାନ କରାଯାଇଛି। ୧୦ ତାରିଖ ବେଳକୁ ଏହାର ବେଗ କମି ଆସିବ ଏବଂ ୧୨ ତାରିଖରେ ସମ୍ପୂର୍ଣ୍ଣ ଦୁର୍ବଳ ହୋଇଯିବ। ଓଡିଶା ଉପରେ ବାତ୍ୟାର ପ୍ରଭାବ ନ ଥିଲେ ମଧ୍ୟ ଉପକୂଳବର୍ତ୍ତୀ ଜିଲାଗୁଡିକରେ ଝଡବର୍ଷା ହେବାର ଆଶଙ୍କା ରହିଛି। ୮ ତାରିଖରେ ଜଗତ୍‌ସିଂହପୁର, କେନ୍ଦ୍ରାପଡା, ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ଘଣ୍ଟାକୁ ୪୫ରୁ ୫୦ ଏବଂ ବେଳେ ବେଳେ ଏହା ୬୫ କିଲୋମିଟର ବେଗରେ ପବନ ବହିବ। ସେହିପରି ୯ ତାରିଖରେ ଉକ୍ତ ଜିଲାଗୁଡିକରେ ପବନର ବେଗ ୭୦ରୁ ୮୦ ଓ ବେଳେ ବେଳେ ୯୦ କିଲୋମିଟର ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଏହି ସମୟରେ ପୁରୀ, ଗଞ୍ଜାମ ଏବଂ ଯାଜପୁର ଜିଲାରେ ମଧ୍ୟ ଘଣ୍ଟାକୁ ୪୦ରୁ ୫୦ କିଲୋମିଟର ବେଗରେ ଝଡବର୍ଷା ହେବାର ସମ୍ଭାବନା ରହିଛି। ବାତ୍ୟା ପ୍ରଭାବରେ ଉପକୂଳ ଅଶାନ୍ତ ରହିବ। ୮ରୁ ୧୦ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।
ବାତ୍ୟା ପ୍ରଭାବରେ ୮ ଓ ୯ ତାରିଖରେ ଉପକୂଳବର୍ତ୍ତୀ ଜିଲାଗୁଡିକରେ ପ୍ରବଳ ଓ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ୮ ତାରିଖରେ ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡା ଓ ଭଦ୍ରକ ଜିଲାରେ ଝଡ ବର୍ଷା ହେବ। ସେହି ସବୁ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ସେହିପରି ୯ ତାରିଖରେ କଟକ, ଯାଜପୁର ଓ ମୟୂରଭଞ୍ଜ ଜିଲାରେ ପ୍ରବଳ ଏବଂ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଏବଂ ଜଗତ୍‌ସିଂହପୁର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ କରିଛି। ଏହି ଦୁଇଦିନ ପାଇଁ ବିଭାଗ ପକ୍ଷରୁ ୟେଲୋ ଏବଂ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଉପକୂଳ ଜିଲାଗୁଡିକରେ ଧାନ, ବିରି, ମୁଗ ଓ ପନିପରିବା କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି। ପାଚିଲା ଧାନ ଖଳାକୁ ନେଇ ଯିବାକୁ କୃଷି ବିଭାଗ ପକ୍ଷରୁ ପରାମର୍ଶ ଜାରି କରାଯାଇଛି। ବାତ୍ୟା ଯୋଗୁ ଉତ୍ତର ଓଡିଶା ଉପକୂଳବର୍ତ୍ତୀ ଜିଲାଗୁଡିକରେ କଚ୍ଚା ଘର, ଗଛ, ଲୁଣାବନ୍ଧ ଭାଙ୍ଗିବା ସହ ବିଦ୍ୟୁତ୍‌ ବ୍ୟବସ୍ଥା ଆଂଶିକ କ୍ଷତିଗ୍ରସ୍ତ ହେବ। ଏପରିକି କେତେକ ସ୍ଥାନରେ ବର୍ଷାଜଳରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହେବା ସହିତ ସମୁଦ୍ର ନିକଟବର୍ତ୍ତୀ ଜମିରେ ବ୍ୟାପକ ଫସଲ ହାନିର ସମ୍ଭାବନା ରହିଛି। ସମୁଦ୍ରକୂଳକୁ ପର୍ଯ୍ୟଟକମାନଙ୍କୁ ନ ଛାଡିବା ଲାଗି ପରାମର୍ଶ ଦିଆଯାଇଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି କେନ୍ଦ୍ରାପଡା, ଜଗତ୍‌ସିଂହପୁର ଓ ପୁରୀ ଜିଲାର ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଶୁକ୍ରବାର ଓ ଶନିବାର ଛୁଟି ଘୋଷଣା କରାଯାଇଛି। ଏଥିସହିତ ଉକ୍ତ ଜିଲାଗୁଡିକର ସମସ୍ତ ସରକାରୀ କର୍ମଚାରୀଙ୍କର ଛୁଟିକୁ ମଧ୍ୟ ବାତିଲ କରାଯାଇଛି। ସ୍ବତନ୍ତ୍ର ରିଲିଫ କମିଶନର(ଏସଆରସି) ପ୍ରଦୀପ କୁମାର ଜେନା ପ୍ରଭାବିତ ହେବାକୁ ଥିବା ଜିଲାଗୁଡିକର ଜିଲାପାଳଙ୍କ ସହ ବରାବର ଯୋଗାଯୋଗରେ ରହିଛନ୍ତି। ସମସ୍ତ ପ୍ରକାର ପ୍ରତିକାରମୂଳକ ପଦକ୍ଷେପ ନେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ପ୍ରସ୍ତୁତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ ଏସ୍‌ଆରସି କହିଛନ୍ତି ଯେ ବାତ୍ୟା ବୁଲ୍‌ବୁଲ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଆଡକୁ ମୁହାଁଇଛି। ଏହାର ପ୍ରଭାବରେ ୪ଟି ଜିଲାରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ୟେଲୋ ଓ୍ବାର୍ନିଂ ଜାରି କରିଛି। ଯଦିଓ ବାତ୍ୟା ଓଡିଶା ଉପକୂଳ ଦେଇ ଅତିକ୍ରମ କରିବ ନାହିଁ ତେବେ ବି ଏହାର ପ୍ରଭାବରେ ଉତ୍ତର ଓଡିଶାର ଉପକୂଳବର୍ତ୍ତୀ ଜିଲାଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଚାଷୀମାନେ ସେମାନଙ୍କ ଧାନକୁ ଘୋଡାଇ ରଖିବାକୁ ପରାମର୍ଶ ଦିଆଯାଇଛି। ବାତ୍ୟା ମୁକାବିଲା ନେଇ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପ୍ରମୁଖ ସଚିବ ପ୍ରମୋଦ କୁମାର ମିଶ୍ରଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ବାତ୍ୟା ଆଶଙ୍କା ଥିବା ରାଜ୍ୟଗୁଡିକ ସହିତ ଆଲୋଚନା ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri