ବାଇକକୁ ଧକ୍କା ଦେଲା ବୁଲେଟ, ୪ ଗୁରୁତର

ପରଜଙ୍ଗ, ୯ା୩(ଡି.ଏନ.ଏ)- ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁକ୍ତାପଶି-ବଡ଼କମର ଗ୍ରାମ୍ୟ ନିର୍ମାଣ (ଆର୍ଡ଼ି) ରାସ୍ତାର କଟାବାହାଳ ଛକ ନିକଟରେ ସୋମବାର ମଧ୍ୟାହ୍ନରେ ଏକ ବାଇକକୁ ବୁଲେଟ ଧକ୍କା ଦେଇଛି। ଏଥିରେ ୪ ଜଣ ଗୁରୁତର ହୋଇଛନ୍ତି। ଘଟଣାରୁ ପ୍ରକାଶ, ବାଇକ ଚାଳକ ଜଟିଆ ଗ୍ରାମର ବାସୁଦେବସାହୁ (୪୩) ତାଙ୍କ ଝିଅ ଧରିତ୍ରୀ ସାହୁ (୧୪), ଭାଣିଜୀ ବସୋଇ ଗ୍ରାମର ଶୁଭଶ୍ରୀ ସାହୁ (୧୩)ଙ୍କୁ ନେଇ ଯାତ୍ରା ଦେଖିବାକୁ ପାଟରପଦା ସ୍ଥିତ ବନ୍ଧୁ ଘରକୁ ଯାଉଥିବା ବେଳେ ସମ୍ମୁଖରୁ ଆସୁଥିବା ପାଟରପଦା ଗ୍ରାମର ଟେମ୍ସ ବିଶ୍ୱାଳ (୩୦)ଙ୍କ ବୁଲେଟ ସହ ଧକ୍କା ହୋଇଥିଲା। ସମସ୍ତ ୪ ଜଣଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।  ଅବସ୍ଥା ସଙ୍କଟାପନ୍ନ ହେବାରୁ ୧୦୮ ଆମ୍ବୁଲାନ୍ସ ଯୋଗେ ଆହତଙ୍କୁ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି। ପୋଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ତଦନ୍ତ୍ର ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri