ଟ୍ରାକ୍ଟରକୁ ପଛପଟୁ ଧକ୍କା ଦେଲେ ବାଇକ୍‌ ଆରୋହୀ: ଆଉ ତା’ପରେ ଘଟିଲା…

ଥୁଆମୂଳ ରାମପୁର, ୭।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ପେଟ୍ରୋଲ ପମ୍ପ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଟ୍ରାକ୍ଟର ଓ ବାଇକ ମଧ୍ୟରେ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଛି। ଆହତ ଯୁବକ ଜଣକ କର୍ଲାପାଟ ଅଞ୍ଚଳ ଅନ୍ତର୍ଗତ ଭେଜିଗୁଡ଼ା ଗ୍ରାମର କାଳିଆ ନାଏକଙ୍କ ପୁଅ ସିଦ୍ଧାନ୍ତ ନାଏକ (୨୬) ବୋଲି ଜଣାପଡ଼ିଛି।

ସୂଚନା ଅନୁଯାୟୀ, ସିଦ୍ଧାନ୍ତ ନିଜ ଗ୍ରାମରୁ ପଲସର ବାଇକ (ଓଡ଼ି-୦୮-ୟୁ-୫୯୭୦) ଯୋଗେ ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଥିବା ‘ମାଁ ଦୁର୍ଗା ହୋଟେଲ’କୁ କାମ କରିବା ପାଇଁ ଆସୁଥିଲେ। ପେଟ୍ରୋଲ ପମ୍ପ ନିକଟରେ ତାଙ୍କ ବାଇକ ଏକ ଟ୍ରାକ୍ଟର ସହ ଧକ୍କା ହୋଇଥିଲା। ଧକ୍କା ପରେ ସିଦ୍ଧାନ୍ତ ରାସ୍ତା ଉପରେ ପଡ଼ି ରକ୍ତାକ୍ତ ଅବସ୍ଥାରେ ଛଟପଟ ହେଉଥିଲେ। ଦୁର୍ଘଟଣାର କାରଣକୁ ନେଇ ପ୍ରତ୍ୟକ୍ଷଦର୍ଶୀ ଓ ଆହତ ଯୁବକଙ୍କ ମଧ୍ୟରେ ଭିନ୍ନ ମତ ପ୍ରକାଶ ପାଇଛି। କେତେକ ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଟ୍ରାକ୍ଟରଟି ରାସ୍ତା କଡ଼ରେ ଅଟକିଥିବା ବେଳେ ବାଇକ୍‌ଟି ଆସି ତାହାକୁ ଧକ୍କା ଦେଇଥିଲା।

ଅନ୍ୟପକ୍ଷରେ, ସିଦ୍ଧାନ୍ତଙ୍କ କହିବା ଅନୁସାରେ, ଟ୍ରାକ୍ଟରଟି ପେଟ୍ରୋଲ ପମ୍ପରୁ ହଠାତ୍‌ ମୁଖ୍ୟ ରାସ୍ତାକୁ ଚାଲିଆସିଥିଲା। ଫଳରେ ଟ୍ରାକ୍ଟରକୁ ଏଡ଼ାଇବା ପାଇଁ ସୁଯୋଗ ନପାଇ ସେ ଟ୍ରାକ୍ଟରର ପଛପଟେ ଧକ୍କା ଦେଇ ତଳେ ପଡ଼ିଯାଇଥିଲେ। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଅନେକ ଲୋକ ଉପସ୍ଥିତ ଥିଲେ ମଧ୍ୟ ତାଲବନ୍ଧ ପଡ଼ାର କେତେକ ସଚେତନ ଯୁବକ ସିଦ୍ଧାନ୍ତଙ୍କୁ ଉଦ୍ଧାର କରିଥିଲେ। ସେମାନେ ତୁରନ୍ତ ଏକ ଅଟୋ ଯୋଗେ ତାଙ୍କୁ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ଭର୍ତ୍ତି କରିଥିଲେ।

ଦୁର୍ଘଟଣାରେ ସିଦ୍ଧାନ୍ତଙ୍କ ମୁହଁ ଓ ଆଖିରେ ଗଭୀର ଆଘାତ ଲାଗିଥିବା ବେଳେ ତାଙ୍କ ଜିଭର କିଛି ଅଂଶ କଟିଯାଇଥିବା ଜଣାପଡ଼ିଛି। ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଡାକ୍ତର ଶକ୍ତି ସାଗର ତାଙ୍କୁ ଅଧିକ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ରେଫର କରିଛନ୍ତି। ଖବର ପାଇ ଥୁଆମୂଳ ରାମପୁର ଥାନା ଏସଆଇ ସନ୍ତୋଷ କୁମାର ସେଠୀ ମେଡିକାଲରେ ପହଞ୍ଚି ଘଟଣା ସମ୍ପର୍କରେ ତଦନ୍ତ ଆରମ୍ଭ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଧସିଲା ରାସ୍ତା: ଗାଡ଼ି ଚଳାଚଳ ବନ୍ଦ, ବଢ଼ିଲା ଲୋକଙ୍କ ଦୁଃଖ

ମୋହନା,୨୯ା୧୦(ମନ୍ମଥ ମିଶ୍ର): ଅର୍ଣ୍ଣବଶର ପ୍ରକୋପରେ ଗତ ଦୁଇଦିନ ତୁହାକୁ ତୁହା ଲଗାଣ ବର୍ଷାଦ୍ୱାରା ମୋହନା ଅଞ୍ଚଳରେ ଜଳମଗ୍ନ ଦେଖିବାକୁ ମିଳିଛି। ବୁଧବାର ମଧ୍ୟରାତ୍ରିଠାରୁ ବର୍ଷା କମିବା ଦ୍ବାରା…

ଧୋଇଲା ଭୂତପଙ୍କାଳ ବ୍ରିଜ୍‌: ଦାରିଙ୍ଗବାଡ଼ିରୁ ବ୍ରହ୍ମପୁର ଯାତାୟାତ ଠପ୍‌, ଅନିର୍ଦ୍ଦିଷ୍ଟ କାଳ…

ଦାରିଙ୍ଗବାଡ଼ି,୨୯।୧୦(ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଓ ବନ୍ୟାଜନିତ ପରିସ୍ଥିତି ଗମ୍ଭୀର ହୋଇପଡ଼ିଛି। ଗଞ୍ଜାମ ଜିଲାର ଗାଜଲବାଡ଼ି ନିକଟରେ ଥିବା ଭୂତପଙ୍କାଳ ବ୍ରିଜ…

ଇଶାନ କିଶନଙ୍କ ରେକର୍ଡକୁ ବିପଦ! ମାତ୍ର ଏତିକି ରନ୍‌ କଲେ ଇତିହାସ ରଚିବେ ଅଭିଷେକ

ନୂଆଦିଲ୍ଲୀ, ୨୯।୧୦: ଭାରତୀୟ ଓପନର୍‌ ଅଭିଷେକ ଶର୍ମାଙ୍କ ବ୍ୟାଟ ଏବେ ଜୋର୍‌ଦାର ଚାଲୁଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ଟି-୨୦ ଅନ୍ତର୍ଜାତୀୟ ସିରିଜରେ ମଧ୍ୟ ଏହି ଭାରତୀୟ ଓପନର୍ସଙ୍କ…

ଘରକୁ ଆସି ପାର୍ସଲ ଡେଲିଭରି କରିବ ଭାରତୀୟ ରେଳବାଇ: କୋରିୟର କମ୍ପାନୀ ଭଳି ଡୋରଷ୍ଟେପ ସେବା; ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୯।୧୦: ଭାରତୀୟ ରେଳବାଇ ଏବେ କୋରିୟର କମ୍ପାନୀଗୁଡ଼ିକ ଭଳି ଘରୁ ପାର୍ସଲ ସଂଗ୍ରହ କରିବା ଏବଂ ତାହାକୁ ସିଧାସଳଖ ଆପଣଙ୍କ ଦିଆଯାଇଥିବା ଠିକଣାରେ ପହଞ୍ଚାଇବା ପାଇଁ ପ୍ରସ୍ତୁତି…

ଅର୍ଣ୍ଣବ ପ୍ରଭାବ: ଗାଁରେ ପଶିଲା ପାଣି, ଯୋଗାଯୋଗ ବିଚ୍ଛିନ୍ନ

ପୁରୁଷୋତ୍ତମପୁର,୨୯ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ ଅଞ୍ଚଳରେ ଲଗାଣ ବର୍ଷା ଜନଜୀବନକୁ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ କରିଦେଇଛି। ଗତ ୩ ଦିନ ହେବ କ୍ରମାଗତ ଭାବେ ଲାଗିରହିଥିବା…

ବ୍ରହ୍ମପୁର-ଭୁବନେଶ୍ୱରରୁ ବିଚ୍ଛିନ୍ନ ଭଞ୍ଜନଗର: ଘରେ ପଶିଲା ପାଣି, ଭାସିଲା ଗାଡ଼ି

ଭଞ୍ଜନଗର,୨୯।୧୦(ବାବୁଲା ପ୍ରଧାନ):ଜାତୀୟ ବିପର୍ଯ୍ୟୟ ପରିଚାଳନା ଦିବସରେ ଗଞ୍ଜାମ ଜିଲାର ଭଞ୍ଜନଗର ଉପଖଣ୍ଡରେ ପ୍ରବଳ ବର୍ଷା ଯୋଗୁ ସୃଷ୍ଟି ହୋଇଛି ଭୟାବହ ବନ୍ୟା ପରିସ୍ଥିତି। ମାତ୍ର ୧୨ ଘଣ୍ଟାର…

ବିଧାନ ପରିଷଦ ନିର୍ବାଚନରେ ରୋଚକ ଲଢ଼େଇ: ଭାଜପା ନା କଂଗ୍ରେସ, କିଏ ମାରିଲା ବାଜି, ଜାଣନ୍ତୁ…

ନୂଆଦିଲ୍ଲୀ, ୨୯।୧୦: ୪ଟି ରାଜ୍ୟର ୨୮ଟି ବିଧାନ ପରିଷଦ ଆସନ ପାଇଁ ହୋଇଥିବା ନିର୍ବାଚନରେ ଭାଜପା ଏବଂ ଏହାର ସହଯୋଗୀ ଦଳଗୁଡ଼ିକ ଉତ୍ତରପ୍ରଦେଶ ଓ କର୍ନାଟକରେ ଅନେକ…

ଚାଷୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, କହିଲେ ପଶୁ-ପକ୍ଷୀ ମୃତଦେହ ଖାଇଲେ ହିଁ….

ମୁମ୍ବାଇ,୨୯।୧୦: ଚାଷୀଙ୍କ ଆତ୍ମହତ୍ୟାକୁ ନେଇ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସିଛନ୍ତି ମହାରାଷ୍ଟ୍ରର ବୁଲଢାଣାରୁ ଶିବସେନା (ଏକନାଥ ସିନ୍ଦେ ଗୋଷ୍ଠୀ) ବିଧାୟକ ସଞ୍ଜୟ ଗାଏକୱାଡ଼। ସେ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?