ବାଇକ୍‌କୁ ଧକ୍କା ଦେଲା ଆମ୍ବୁଲାନ୍ସ, ୨ ମୃତ

ତୁମୁଡ଼ିବନ୍ଧ,୧୬ା୩( ଡି.ଏନ୍‌.ଏ.) କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ୫୯ନଂ. ଜାତୀୟ ରାଜପଥର ମୁଣ୍ଡିଗଡଠାରେ ରବିବାର ଅପରାହ୍ନରେ ଏକ ବାଇକ୍‌କୁ ପଛପଟୁ ଆମ୍ବୁଲାନ୍ସ ଧକ୍କା ଦେବାରୁ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମୁଣ୍ଡିଗଡ ପଞ୍ଚାୟତର ସନ୍ଦିପଦର ଗ୍ରାମର ପ୍ରଭାତ ବଡସେଠ୍‌ ଓ ବାଟିକିଲୁ ଗ୍ରାମର ନିଳିମା ମାଝି। ନିଳିମାଙ୍କ ଦେଢ଼ ବର୍ଷର ଶିଶୁ ଓ ଅନ୍ୟ ଜଣେ ମହିଳା ରିବିକା ମାଝି ଗୁରୁତର ହୋଇଛନ୍ତି। ଦୁର୍ଘଟଣା ଘଟାଇ ପଳାଉଥିବା ଘରୋଇ ଆମ୍ବୁଲାନ୍ସକୁ ଲୋକେ ଅଟକାଇ ତୁମୁଡ଼ିବନ୍ଧ ଥାନା ଜିମା ଦେଇଥିଲେ। କିଛି ସମୟ ଅଟକ ରଖିବା ପରେ ଚାଳକଙ୍କୁ ଆମ୍ବୁଲାନ୍ସ ସହ ପୋଲିସ ଛାଡ଼ି ଦେଇଥିବାରୁ ମୁଣ୍ଡିଗଡ଼, ସନ୍ଦିପଦର ଓ ବାଟିକିଲୁ ଗ୍ରାମର ଶତାଧିକ ମହିଳା ଏବଂ ପୁରୁଷ ରାସ୍ତା ଅବରୋଧ କରିଥିଲେ। ମୃତକଙ୍କ ପରିବାରକୁ ସହାୟତା, ଆମ୍ବୁଲାନ୍ସ ଚାଳକଙ୍କୁ ଗିରଫ ଆଦି ପୂରଣ ନ ହେବା ପର୍ଯ୍ୟନ୍ତ ରାସ୍ତା ଅବରୋଧ କରିବେ ବୋଲି ଜିଦ୍‌ ଧରିଥିଲେ। ରାତି ପ୍ରାୟ ୧୦ଟାରେ ବାଲିଗୁଡ଼ା ଏସଡିପିଓ ମାନସ ରଞ୍ଜନ ବାରିକ, ତୁମୁଡ଼ିବନ୍ଧ ବିଡିଓ ଅଗସ୍ତି ପ୍ରଧାନ, ବ୍ଲକ ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ପାତ୍ର ଓ ଏମ୍‌ପି ପ୍ରତିନିଧି ପ୍ରମୋଦ କୁମାର ସାହୁ ପହଞ୍ଚି ସେମାନଙ୍କୁ ବୁଝାଶୁଝା କରିଥିଲେ। ପ୍ରଶାସନ ପକ୍ଷରୁ ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଦିଆଯିବ ବୋଲି ପ୍ରତିଶୁତି ମିଳିବା ପରେ ରାସ୍ତାରୋକା ହଟିଛି।
ପ୍ରକାଶ ଯେ, ପ୍ରଭାତ କୌଣସି କାମରେ ମୁଣ୍ଡିଗଡ ପଞ୍ଚାୟତ କାର୍ଯ୍ୟାଳୟକୁ ଆସିଥିଲେ ା ଏହି ସମୟରେ ବାଟିକିଲୁର ଶିଶୁପୁତ୍ର ସହ ନିଳିମା ଓ ରିବିକା ସେଠାରୁ ଭତ୍ତା ଟଙ୍କା ଧରି ଗାଁକୁ ଆସିବାକୁ ବାହାରି ଥିଲେ। ପ୍ରଭାତ ସେମାଙ୍କୁ ନିଜ ବାଇକରେ ବସାଇ ବାଟିକିଲୁ ଗ୍ରାମକୁ ଆସୁଥିବା ବେଳେ ମୁଣ୍ଡିଗଡ଼ଠାରେ ତୁମୁଡ଼ିବନ୍ଧ ଅଭିମୁଖେ ଆସୁଥିବା ଏକ ଘରୋଇ ଆମ୍ବୁଲାନ୍ସ ପଛପଟୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ପ୍ରଭାତଙ୍କ ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ଆହତ ଶିଶୁଙ୍କ ସମେତ ଝିଲିମା ଓ ରିବିକାଙ୍କୁ ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ ା ପ୍ରାଥମିକ ଚିିକିତ୍ସା ପରେ ସମସ୍ତଙ୍କୁ ବାଲିଗୁଡା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଝିଲିମାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri