ବାଇକ୍‌କୁ ଧକ୍କା ଦେଲା ଟ୍ରକ :ଦୁଇ ପୁଅ ସହ ବାପାଙ୍କ ଜୀବନ ଗଲା

ଖୋର୍ଦ୍ଧା ଅଫିସ,୨୮ା୮:କୋଲକାତା-ଚେନ୍ନାଇ୧୬ନଂ. ଜାତୀୟ ରାଜପଥର ଗଡ଼ଖୋର୍ଦ୍ଧା ଛକ ନିକଟରେ ମଙ୍ଗଳବାର ରାତି ପ୍ରାୟ ସାଢ଼େ ୧୦ଟାରେ ଏକ ଅଣ୍ଡା ବୋଝେଇ ଟ୍ରକ୍‌ ଧକ୍କାରେ ୩ଜଣ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜଙ୍କିଆ ଥାନା ମଳିପଡ଼ା ଗ୍ରାମର କୃଷ୍ଣଚନ୍ଦ୍ର ପାତାଳ ସିଂହ(୪୯), ତାଙ୍କ ବଡପୁଅ ସଞ୍ଜୟ(୨୪) ଓ ସାନପୁଅ ବିକ୍ରମ(୧୯)।
ସୂଚନା ଅନୁଯାୟୀ, କୃଷ୍ଣଚନ୍ଦ୍ର ଭୁବନେଶ୍ୱରରୁ ଏକ ବାଇକ୍‌ (ଓଡି୦୨ ଏମ ୭୨୯୧)ରେ ଦୁଇ ପୁଅଙ୍କ ସହ ଘରକୁ ଫେରୁଥିଲେ। ଗଡ଼ଖୋର୍ଦ୍ଧା ଛକ ନିକଟରେ ଏକ ଅଣ୍ଡା ବୋଝେଇ ଟ୍ରକ (ଓଡି୧୪ ଏମ ୫୯୫୯)ପଛ ପଟୁ ତାଙ୍କ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ବଡପୁଅ ସଞ୍ଜୟଙ୍କ ମୃତ୍ୟୁ ଘଟିଥିଲା। ଖବରପାଇ ଖୋର୍ଦ୍ଧା ଆଦର୍ଶ ଥାନାର ଶିଳ୍ପାଞ୍ଚଳ ଫାଣ୍ଡି ପୋଲିସ ପହଞ୍ଚି କୃଷ୍ଣଚନ୍ଦ୍ର ଓ ତାଙ୍କ ଦୁଇ ପୁଅଙ୍କୁ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର କୃଷ୍ଣଚନ୍ଦ୍ର ଓ ସାନ ପୁଅଙ୍କୁ ମୃତ ଘୋଷଣା କରିଥିଲେ। ଦୁର୍ଘଟଣା ଘଟାଇବା ପରେ ଟ୍ରକ୍‌ ଡ୍ରାଇଭର ଓ ହେଲପର ଫେରାର ହୋଇଯାଇଥିଲେ। ରାଜପଥ ମଝିରେ ଦୁର୍ଘଟଣା ପରେ ରାସ୍ତା ଜାମ ହୋଇଯାଇଥିଲା। ଫଳରେ ଉଭୟ ପାର୍ଶ୍ୱରୁ ଆସୁଥିବା ଯାନବାହନ ଅଟକି ରହିଥିଲା। ପୋଲିସ ରାସ୍ତାରୁ ଗାଡି ହଟାଇବା ପରେ ଯାନବାହନ ଚଳାଚଳ ସ୍ବାଭାବିକ ହୋଇଥିଲା। ଗୋଟିଏ ପରିବାରର ୩ଜଣଙ୍କ ମୃତ୍ୟୁକୁ ନେଇ ମଳିପଡା ଗ୍ରାମରେ ଶୋକର ଛାୟା ଖେଳି ଯାଇଛି। ରିପୋର୍ଟ ଲେଖା ହେବା ବେଳକୁ ଡାକ୍ତରଖାନାରେ ମୃତକଙ୍କ ପରିବାର ଲୋକ ପହଞ୍ଚି ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?