ବାଇକ୍‌ରୁ ଖସି ଯୁବତୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୩୦ା୧୨-ବାଇକ୍‌ରୁ ଖସିପଡ଼ି ଗୁରୁତର ଆହତ ହୋଇଥିବା ଜଣେ ଯୁବତୀଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ରାତିରେ ମୃତ୍ୟୁ ଘଟିଛି। ସେ ହେଲେ ବଡ଼ଗଡ଼ ଥାନା ଅନ୍ତର୍ଗତ ରାଇବନ୍ଧ ଗ୍ରାମର ରାଜଲଷ୍ମୀ ଗୌଡ଼। ମେଡିକାଲ ଫାଣ୍ଡି ପୋଲିସ ରବିବାର ତାଙ୍କ ମୃତଦେହ ଜବତ କରିଛି । ଏ ନେଇ ନଂ.୬୭୮/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ଆସନ୍ତା ମାସରେ ରାଜଲଷ୍ମୀଙ୍କ ବିବାହ ହେବାର ଥିଲା। ଶନିବାର ସକାଳେ ସେ ତାଙ୍କ ଭାଇଙ୍କ ସହିତ ବାଇକ୍‌ରେ ଶେରଗଡ ବଜାରକୁ ଯାଇଥିଲେ। ମଧ୍ୟାହ୍ନରେ ଉଭୟେ ଘରକୁ ଫେରୁଥିବା ବେଳେ ଗାଁ ନିକଟ ମହୁଲି ଛକରେ ଏକ ବଳଦ ସହ ବାଇକ୍‌ଟି ଧକ୍କା ଦେଇଥିଲା। ଫଳରେ ବାଇକ ପଛରେ ବସିଥିବା ରାଜଲକ୍ଷ୍ମୀ ଛିଟିକି ପଡ଼ିବାରୁ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ତାଙ୍କୁ ପ୍ରଥମେ ବଡ଼ଗଡ଼ ସ୍ବାସ୍ଥ୍ୟକେନ୍ଦ୍ର ଓ ସେଠାରୁ ଅଧିକ ଚିକିତ୍ସା ଲାଗି ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଶନିବାର ରାତିରେ ରାଜଲକ୍ଷ୍ମୀଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

ପ୍ରଶାସନ ସାଜିଛି ନୀରବଦ୍ରଷ୍ଟା: ନକଲି ଜମି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କେବେ?

ପୁରୁଷୋତ୍ତମପୁର,୧୧।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟର ଅଫିସରେ ଜମି ଦୁର୍ନିତିର ପର୍ଦ୍ଦାପାଶ ହୋଇଛି। ଜମିର ପ୍ରକୃତ ମାଲିକ ମୃତ୍ୟୁବରଣ କରିଥିବା ସତ୍ତ୍ବେ ଅନ୍ୟ ଜଣେ...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

ଶତପ୍ରତିଶତ ପରୀକ୍ଷା ଫଳ ଉପରେ ଗୁରୁତ୍ୱ: କେନ୍ଦ୍ରୀୟ ବିଦ୍ୟାଳୟ…

ଭଞ୍ଜନଗର,୧୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପରିଚାଳନା କମିଟି ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଟିତ ହୋଇଯାଇଛି। ଏଥିରେ ଉପଜିଲାପାଳ ତଥା କଲେଜ ପରିଚାଳନା...

ବାଇକ୍‌ରେ ଯାଉଥିଲେ ଯୁବକ, ଅଗରୁ ଜଗି ରହିଥିଲେ ଦୁର୍ବୃତ୍ତ: ପେଟରେ ଛୁରି ପୁରାଇ …

ଆସିକା,୧୧।୧୨(ସୁରେନ୍ଦ୍ରନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଗବନଳା-ଅତରଙ୍ଗ ରାସ୍ତା ତତରାନାଳ ନିକଟରେ ଜଣେ ଯୁବକଙ୍କୁ ସଙ୍ଘ ବଧ୍ୟ ଆକ୍ରମଣ ହୋଇଛି। ଦୁର୍ବୃତ୍ତ ଛୁରିରେ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri