ବାଇକ୍‌ ଚୋରି ର଼୍ୟାକେଟ୍‌ ଠାବ: ଶଳା, ଭିଣୋଇ ଗିରଫ: ୩ ବାଇକ୍‌ ଜବତ

ବାଲେଶ୍ୱର ଅଫିସ, ୯।୮-ବାଲେଶ୍ୱର ସହର ତଥା ଆଖପାଖ ଅଞ୍ଚଳରେ କିଛି ଦିନ ହେଲା ବାଇକ୍‌ ଚୋରି ପୋଲିସର ନିଦ ହଜାଇ ଦେଇଥିଲା। ପୋଲିସ ଏହି ଚୋରି ର଼୍ୟାକେଟକୁ ଠାବ କରିବାରେ ସଫଳ ହୋଇଛି। ଏହି ଚୋରିରେ ସମ୍ପୃକ୍ତ ଶଳା, ଭିଣୋଇଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଜୟନ୍ତ କୁମାର ବରାଳ (୨୭) ଓ ତାଙ୍କ ଭିଣୋଇ ରେମୁଣା ଥାନା ନରହରିପୁର ଗ୍ରାମର ବିଜୟ କୁମାର ମହାନ୍ତି (୩୩)। ଉଭୟଙ୍କଠାରୁ ୩ଟି ବାଇକ୍‌ ଜବତ କରାଯାଇଛି। ଏନେଇ ସହଦେବଖୁଣ୍ଟା ମଡ଼େଲ ଥାନାରେ ମାମଲା (ନଂ. ୨୨୪/୧୯) ରୁଜୁ କରାଯାଇ ଅଭିଯୁକ୍ତଦ୍ୱୟଙ୍କୁ କୋର୍ଟ ଚାଲାଣ କରାଯାଇଛି।
ଗତ ୫ତାରିଖରେ ସଦର ଥାନା ବୁଆଁଳ ଗ୍ରାମର କାର୍ତ୍ତିକ ଚନ୍ଦ୍ର ବିଶ୍ୱାଳ ଏକ ବାଇକ୍‌ (ନଂ. ଓଆର୍‌୦୧ଏସ୍‌-୮୩୯୬) ରଖି ଏଡ଼ିଏମ୍‌ ଛକ ନିକଟସ୍ଥ ଥିବା ଜିଲା ଶ୍ରମ କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରୁ ଆସିବା ପରେ ତାଙ୍କର ବାଇକ୍‌ ନ ଥିବାର ଦେଖି ସହଦେବଖୁଣ୍ଟା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଉକ୍ତ ମାମଲାକୁ ତଦନ୍ତ କରୁଥିବା ବେଳେ ଜୟନ୍ତଙ୍କ ଘରୁ ଚୋରି ବାଇକ୍‌ ମିଳିଥିଲା। ଜୟନ୍ତଙ୍କ କହିବାନୁସାରେ ତାଙ୍କ ଭିଣୋଇ ବିଜୟଙ୍କ ସହିତ ମିଶି ଗତ ୫ ତାରିଖରେ ଉକ୍ତ ବାଇକ୍‌କୁ ଚୋରି କରିଥିଲେ। ପୋଲିସ ବିଜୟଙ୍କ ଘର ଉପରେ ଚଢ଼ାଉ କରି ଗିରଫ କରିବା ସହ ଜିଲା ମୁଖ୍ୟଚିକିତ୍ସାଳୟ ପରିସରରୁ ଚୋରି ହୋଇଥିବା ୨ଟି ମୋଟରସାଇକେଲ ମଧ୍ୟ ଜବତ କରିଛି। ମିଳିଥିବା ସୂଚନାରୁ ଉଭୟ ଶଳା-ଭିଣୋଇ ପୂର୍ବରୁ ମିଳିତ ଭାବେ ସହରର ବହୁ ଜାଗାରୁ ଚୋରି କରି ଗାଡ଼ିଗୁଡ଼ିକର ନମ୍ବରପ୍ଲେଟ ବଦଳ କରି ଅନ୍ୟତ୍ର ବିକ୍ରି କରିଥାନ୍ତି ବୋଲି ସହଦେବଖୁଣ୍ଟା ଥାନା ଆଇଆଇସି ପରେଶ ରାଉତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri