ବାଇକ୍‌ ଡିକିରୁ ଅଢ଼େଇ ଲକ୍ଷ ଟଙ୍କା ଲୁଟ୍‌, ଜାଣିବା ପରେ ସଜ୍ଞାହୀନ ହେଲେ ବ୍ୟବସାୟୀଙ୍କ ସହଯୋଗୀ

ଢେଙ୍କିକୋଟ,୨୯।୬(ଡି.ଏନ୍‌.ଏ.): ଢେଙ୍କିକୋଠ ଫାଣ୍ଡି ଅନ୍ତର୍ଗତ ଢେଙ୍କିକୋଟ ସାପ୍ତାହିକ ହାଟରୁ ଶନିବାର ପୂର୍ବାହ୍ନରେ ଜଣେ ବ୍ୟବସାୟୀଙ୍କ ବାଇକ୍‌ ଡିକିରୁ ଅଢ଼େଇ ଲକ୍ଷ ଟଙ୍କା ଲୁଟ ହୋଇଛି। ବ୍ୟବସାୟୀ ମକରନ୍ଦ ସାହୁ ତାଙ୍କ ସହଯୋଗୀ ଟଙ୍କଧର ମହାନ୍ତଙ୍କୁ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଶାଖାରୁ ୩ଲକ୍ଷ ଟଙ୍କାର ଚେକ୍‌ ଦେଇ ଟଙ୍କା ଆଣିବା ଲାଗି ପଠାଇଥିଲେ। ଟଙ୍କଧର ଟଙ୍କା ଉଠାଇବା ପରେ ପଚାଶ ହଜାର କାଢ଼ି ରଖି ଅଢ଼େଇ ଲକ୍ଷ ଟଙ୍କା ଏକ ବ୍ୟାଗ୍‌ରେ ରଖି ଗାଡ଼ି ଡିକିରେ ରଖିଥିଲେ। ପରେ ସେ ମକରନ୍ଦଙ୍କ ପୁଅଙ୍କ ଦୋକାନକୁ ଯାଇଥିଲେ। ମାତ୍ର ସେ କାମ ସାରି ଫେରିବା ପରେ ଗାଡି ଡିକି ଖୋଲାଯାଇଥିବା ଦେଖିବାକୁ ପାଇଥିଲେ। ଏଥିସହ ଗାଡ଼ିରେ ଟଙ୍କା ନ ଥିବା ଜାଣିବା ପରେ ସେ ସଜ୍ଞାହୀନ ହୋଇ ପଡ଼ିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ପାଣି ଛିଞ୍ଚି ଚେତାକୁ ଆଣିବା ପରେ ସେ ଢେଙ୍କିକୋଟ ଫାଣ୍ଡି ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏ ନେଇ ଘଟଗାଁ ଥାନାରେ ଏକ ମାମଲା ରୁଜୁ ହୋଇଛି। ଘଟଣାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ରାଜଧାନୀରେ ୨୪ଘଣ୍ଟାରେ ୫ଜଣଙ୍କୁ ହତ୍ୟା, ଘର ଭିତରେ ପଶି ମା’ପୁଅଙ୍କୁ ମାରିଦେଲେ

ନୂଆଦିଲ୍ଲୀ,୨୧।୫: ଜୀତାୟ ରାଜଧାନୀରେ ଅପରାଧ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ହୋଇଛି । ଏବେ ଦିଲ୍ଲୀର…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

​ମା’ ସହ ଅବୈଧ ସମ୍ପର୍କ ସନ୍ଦେହ ହେଲା କାଳ, ଯୁବକଙ୍କୁ ସାଇକେଲ୍ କ୍ରାଙ୍କରେ ପିଟି ପିଟି ନିର୍ମମ ହତ୍ୟା

​ଝାରସୁଗୁଡା,୨୦ା୫(ଆଶିଷ ରଞ୍ଜନ ଦାଶ): ପରକୀୟା ପ୍ରୀତି ସନ୍ଦେହକୁ କେନ୍ଦ୍ର କରି ଝାରସୁଗୁଡା ଜିଲାରେ ଏକ ଅଭାବନୀୟ ତଥା ହୃଦୟବିଦାରକ ହତ୍ୟାକାଣ୍ଡ ଘଟିଯାଇଛି । ମା’ ଅନ୍ୟ ଜଣେ…

ଗାଧୋଇ ଯିବାବେଳେ ଯୁବକଙ୍କୁ ପକାଇଥିଲେ କଟୁରି ଚୋଟ, ଆଜି ଜେଲ୍‌ ଗଲେ

ଦିଗପହଣ୍ଡି,୨୦ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ବଡ଼ସାହିର ଦୀପକ ସେଠୀଙ୍କ କଟୁରି ଚୋଟରେ ପଡ଼ୋଶୀ ଡି.ବିଜୟ(୪୫) ମଙ୍ଗଳବାର ସକାଳେ ଗୁରୁତର ହୋଇଥିଲେ। ପୂର୍ବାହ୍ନ…

ଶୋଇଥିଲେ ଦମ୍ପତ୍ତି, ପେଟ୍ରୋଲ ଢିଳି ନିଆଁ ଲଗାଇଦେଲେ ଦୁର୍ବୃତ୍ତ: ଆଉ ତା’ପରେ…

ବାଲେଶ୍ୱର,୨୦।୫(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଚକ୍ରଡା ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଛି ଅଭାବନୀୟ ଘଟଣା l ଏହି ଗ୍ରାମର ବିଜୟ ବେହେରାଙ୍କ ପରିବାର…

ସ୍ତ୍ରୀଙ୍କ ଅଶ୍ଲୀଳ ଫଟୋ ଭାଇରାଲ କଲେ ସ୍ବାମୀ: ଆଉ ତା’ପରେ ଘଟିଲା…

ବାଲେଶ୍ୱର,୨୦ା୫(ବାଞ୍ଛାନିଧି ଦେ):ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ଏବଂ ଭିଡିଓ ଭାଇରାଲ୍‌ ଅଭିଯୋଗରେ ବାଲେଶ୍ବର ଜିଲା ବାଲିଆପାଳ ଥାନା ଅଞ୍ଚଳର ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅନୁଯାୟୀ, ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri