ଦିଗପହଣ୍ଡି,୧୫ା୧୦(ଡି.ଏନ୍.ଏ.)-ଦିଗପହଣ୍ଡି ମୁଖ୍ୟ ରାସ୍ତାରେ ଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ ନିକଟରୁ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରେ ବାଇକ୍ ଡିକିରୁ କୌଣସି ଦୁର୍ବୃତ୍ତ ଜଣେ ଚାଷୀଙ୍କ ୨ ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଚାଷୀ ଜଣକ ହେଲେ କୈଠଡା ପଞ୍ଚାୟତ ଗୁହାଳପୁର ଗ୍ରାମର ସତ୍ୟ ନାରାୟଣ ଅଧିକାରୀ। ନଂ. ୨୦୭/୧୯ ଦଫା ୩୭୯ରେ ମାମଲା ରୁଜୁ କରି ଦିଗପହଣ୍ଡି ଆଇଆଇସି ବସନ୍ତ କୁମାର ସେଠୀ ୨ ଜଣ ଯୁବକଙ୍କୁ ଅଟକ ରଖିଛନ୍ତି।
ସତ୍ୟନାରାୟଣଙ୍କ କହିବା ପ୍ରକାରେ, ସେ ଧାନ ବିକ୍ରି କରି ପାଇଥିବା ୨ ଲକ୍ଷ ଟଙ୍କା ବ୍ୟାଙ୍କରେ ଜମା କରିବାକୁ ଦିଗପହଣ୍ଡି ଆନ୍ଧ୍ର ବ୍ୟାଙ୍କକୁ ଆସିଥିଲେ। ପାନ କାର୍ଡ ନ ଥିବାରୁ ଶାଖା ପରିଚାଳକ ମନା କରିଦେଇଥିଲେ। ତେଣୁ ସେ ଟଙ୍କା ଆଣି ବାଇକ ଡିକିରେ ରଖି ଷ୍ଟେଟ ବ୍ୟାଙ୍କକୁ ଯାଇଥିଲେ। ସେଠାରୁ ଫେରିବା ବେଳେ ଡିକି ଖୋଲା ଥିବା ଏବଂ ସେଥିରେ ଟଙ୍କା ନ ଥିବା ଦେଖିଥିଲେ। ପରେ ଥାନାରେ ପହଞ୍ଚତ୍ ଏତଲା ଦେଇଥିଲେ।
ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ
ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…
ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ
ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…
ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…
ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…
କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ
କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…
ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ
ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…
ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ
ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…
ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ
ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…
Archives

