ବାଇକ୍‌ ଡିକି ଭାଙ୍ଗି ଦେଢ଼ଲକ୍ଷ ଟଙ୍କା ଲୁଟ୍‌

ପାଟଣା/ଢେଙ୍କିକୋଟ,୨୦।୯(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଏକ କମ୍ପାନୀ ଶୋ’ ରୁମ ନିକଟରୁ ଶୁକ୍ରବାର ଅପରାହ୍ନରେ ଜଣେ ବ୍ୟକ୍ତିଙ୍କ ବାଇକ ଡିକି ଭାଙ୍ଗି ଦେଢ଼ଲକ୍ଷ ଟଙ୍କା ଲୁଟ ହୋଇଛି। ଏ ନେଇ ତୁରୁମୁଙ୍ଗା ଥାନାରେ ଅଭିଯୋଗ ହେବା ପରେ ପୋଲିସ ତନାଘନା ଆରମ୍ଭ କରିଛି।
ପୋଲିସ ସୂଚନା ଅନୁଯାୟୀ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ରାଜନଗର ଗ୍ରାମର ପ୍ରଭାତ ରଣା ଗୃହ ନିର୍ମାଣ କାର୍ଯ୍ୟ ପାଇଁ ତାଙ୍କ ମା’ଙ୍କ ପେନସନ ଟଙ୍କାରୁ ଋଣକରି ତୁରୁମୁଙ୍ଗା ସ୍ଥିତ ବ୍ୟାଙ୍କ ଅଫ ଇଣ୍ଡିଆରୁ ଶୁକ୍ରବାର ଅପରାହ୍ନ ସମୟରେ ଏହି ଟଙ୍କା ଉଠାଇଥିଲେ। ସେ ଏହି ଟଙ୍କା ନିଜ ବାଇକ୍‌ରେ ରଖି ଏକ ମାଂସ ଦୋକାନ ସମ୍ମୁଖରେ କିଛି ସମୟ ଅଟକିଥିଲେ। ସେଠାରେ ସେ ମାଂସ କିଣୁଥିବା ବେଳ କେହି ଦୁର୍ବୁତ୍ତ ତାଙ୍କ ବାଇକ ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ସହ ବ୍ୟାଙ୍କ ପାସ ବହି , ୪ ଟି ଏଟିଏମ କାର୍ଡ, ଗୋଟାଏ ପାନ କାର୍ଡ ଓ ଗୋଟାଏ ପୋଷ୍ଟାଲର ପିଏଲ ବହି ଲୁଟି ନେଇଥିବା ତୁରୁମୁଙ୍ଗା ଥାନାରେ ଅଭିଯୋଗ ହୋଇଛି। ଥାନାଧିକାରୀ ଅମିତାଭ ଦାଶ ଘଟଣାର ତଦନ୍ତ ଆରମ୍ଭ କରିଥିବା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri