ବାଇକ୍‌ ଡିକି ଭାଙ୍ଗି ୧ ଲକ୍ଷ ଟଙ୍କା ଲୁଟ୍‌

ନାଉଗାଁ,୫ା୧(ସ୍ବ.ପ୍ର.): ନାଉଗାଁ ବ୍ଲକ ଅନ୍ତର୍ଗତ ଶାଳିଜଙ୍ଗା ମହିମା ଆଶ୍ରମ ସମ୍ମୁଖରୁ ଦୁଇ ଦୁର୍ବୃତ୍ତ ଏକ ବାଇକ୍‌ ଡିକି ଭାଙ୍ଗି ୧ ଲକ୍ଷ ଟଙ୍କା ସହିତ ବ୍ୟାଙ୍କ ପାସବୁକ ଓ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଲୁଟ୍‌ କରିଛନ୍ତି। ଏନେଇ ଶୁକ୍ରବାର ନାଉଗାଁ ଥାନାରେ ରଞ୍ଜିତ ଦାସ ନାମକ ବ୍ୟକ୍ତି ଅଭିଯୋଗ କରିଛନ୍ତି। ସେ ତାଙ୍କ ଅଭିଯୋଗରେ ଦର୍ଶାଇଛନ୍ତି, ମହିମା ଆଶ୍ରମର ମା’ ରିନାରାଣୀ ଦାସଙ୍କ ବ୍ୟାଙ୍କ ପାସବୁକରୁ ଉକ୍ତ ଆଶ୍ରମର ରଞ୍ଜତ୍ତ ଦାସ ଓ ମହେଶ ଜେନା ନାମଙ୍କ ଦୁଇ କର୍ମଚାରୀ ଡେରିକିସ୍ଥିତ ବ୍ୟାଙ୍କରୁ ଏକଲକ୍ଷ ଟଙ୍କା ଉଠାଇ ସେମାନଙ୍କ ସିଡି ଡିଲକ୍ସ ବାଇକ ଡିକିରେ ରଖିଥିଲେ। ପରେ ଆଶ୍ରମର ଜେନେରେଟର ଓ ଟ୍ରାକ୍ଟର ପାଇଁ ନାଉଗାଁର ଏସାର ପେଟ୍ରୋଲ ପମ୍ପରୁ ଡିଜେଲ ଆଣିଥିଲେ। ସେଠାରୁ ଆସି ଆଶ୍ରମ ସମ୍ମୁଖରେ ବାଇକ ରଖି ଡିଜେଲ ରଖିବାକୁ ଆଶ୍ରମ ଭିତରକୁ ଯାଇଥିଲେ। ବାହାରକୁ ଆସି ଦେଖିବା ବେଳକୁ ଦୁଇ ଅଚିହ୍ନା ଯୁବକ ତାଙ୍କ ବାଇକ ଡିକି ଭାଙ୍ଗି ଟଙ୍କା ଓ ସମସ୍ତ କାଗଜପତ୍ର ନେଇ ଏକ କଳା ପଲସରରେ ଫେରାର ହୋଇ ଯାଇଥିଲେ। ସ୍ଥାନୀୟ ଲୋକ ଏହା ଦେଖି ଡାକ ପକାଇଥିଲେ ମଧ୍ୟ ଉକ୍ତ ଦୁଇ ଯୁବକ ନାଉଗାଁ ଆଡକୁ ପଳାଇ ଯାଇଥିଲେ। ଅଭିଯୋଗ ପାଇବା ପରେ ଥାନା ପକ୍ଷରୁ ୧/୨୦ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଆରମ୍ଭ କରାଯାଇଥିବା ଥାନାଧିକାରୀ ପ୍ରଜ୍ଞା ରିତାମ୍ଭର କର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri