ବାଇକ୍‌ ଡିିକି ଭାଙ୍ଗି ଦେଢ଼ ଲକ୍ଷ ଲୁଟ୍‌

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ଖାରବେଳନଗର ଥାନା ଅଧୀନ ୟୁନିଟ ୪ସ୍ଥିତ ଗାଙ୍ଗୁରାମ ମିଠା ଦେକାନ ନିକଟରୁ ଜଣେ ବ୍ୟାଙ୍କ ଏଜେଣ୍ଟଙ୍କ ବାଇକ୍‌ ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ୍‌ ହୋଇଛି। ଏ ନେଇ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ସୂଚନା ମୁତାବକ, ଖାରବେଳନଗର ଥାନା ଅନ୍ତର୍ଗତ ନିକୋ ପାର୍କ ଅଞ୍ଚଳରେ କମଳାକାନ୍ତ ନାୟକ ରୁହନ୍ତି। ସେ ବିଭିନ୍ନ ବ୍ୟାଙ୍କରୁ ଖୁଚୁରା ଟଙ୍କା ଓ ପଇସା ଆଣି ଜଣେ ଏଜେଣ୍ଟ ଭାବେ ବ୍ୟବସାୟୀଙ୍କୁ ଯୋଗାଇଥାନ୍ତି ା ପ୍ରତିଦିନ ପରି ଗୁରୁବାର ଅପରାହ୍ନ ସାଢେ ୩ଟାରେ କମଳାକାନ୍ତ କ୍ୟାପିଟାଲ ଥାନା ଅଧୀନ ୟୁନିଟ୍‌-୧ ସ୍ଥିତ ଷ୍ଟେଟ୍‌ ବ୍ୟାଙ୍କରୁ ୨୦ହଜାର ଟଙ୍କା ଉଠାଇଥିଲେ ା ପରେ ସେ ଦେଢ ଲକ୍ଷ ଟଙ୍କାର ଖୁଚୁରା ନୋଟ ଧରି ଖାରବେଳନଗର ଥାନା ଅଧୀନ ୟୁନିଟ୍‌-୪ ନିକଟ ଉକ୍ତ ଦୋକାନକୁ ବାଇକରେ ଯାଉଥିଲେ ା ଏହି ମଉକାରେ ଲୁଟେରା କମଳାକାନ୍ତଙ୍କୁ ପିଛା କରିଥିଲେ। କମଳାକାନ୍ତ ବାଇକ ଡିକିରେ ଟଙ୍କା ରଖି ମିଠା ଦୋକାନକୁ ଯାଇଥିବା ବେଳେ ଲୁଟେରା ଜଣକ ବାଇକ ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟି ନେଇ ଫେରାର ହୋଇଯାଇଥିଲେ। କମଳାକାନ୍ତ ମିଠା ଦୋକାନରୁ ଫେରି ତାଙ୍କ ବାଇକ ଡିିକି ଭାଙ୍ଗିପଡ଼ିଥିବା ଓ ଦେଢ଼ଲକ୍ଷ ଟଙ୍କା ଗାଏବ୍‌ ହୋଇଯାଇଥିବା ଦେଖିବାକୁ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri