ବାଇକ୍‌ ଦୁର୍ଘଟଣାରେ ଗୁରୁତର ବୃଦ୍ଧଙ୍କ ଜୀବନ ଗଲା : ପ୍ରତିବାଦରେ ରାସ୍ତା ଅବରୋଧ

ଦିଗପହଣ୍ଡି,୧୮ା୫(ଡି.ଏନ୍‌.ଏ.):ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତାର ବାଗଡ଼ା ଗାଁ ଛକ ନିକଟରେ ବାଇକ ଦୁର୍ଘଟଣାରେ ଶନିବାର ପୂର୍ବାହ୍ନରେ ୨ ଯୁବକଙ୍କ ସମେତ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ଏହାର ପ୍ରତିବାଦରେ ଲୋକେ ପଥର ପକାଇ ରାସ୍ତା ଅବରୋଧ କରିଛନ୍ତି। ପ୍ରକାଶଥାଉ କି, ସେହି ସ୍ଥାନରେ ଶୁକ୍ରବାର ରାତିରେ ବାଇକ ଧକ୍କାରେ ଉଦୟନାଥ ପାଣିଗ୍ରାହୀ ନାମକ ଜଣେ ବୃଦ୍ଧ ଗୁରୁତର ହୋଇଥିଲେ। ତାଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ବ୍ରହ୍ମପୁର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ସେହିପରି ଶନିବାର ପୂର୍ବାହ୍ନରେ ପୁଣି ଏକ ବାଇକ ପଛପଟୁ ଧକ୍କା ଦେବାରୁ ୩ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ଦିଗପହଣ୍ଡି ଏବଂ ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନକୁ ସ୍ଥାନାନ୍ତରିତ କରାଯାଇଛି। ଗୁରୁତରମାନେ ହେଲେ ଚକପଡ଼ାର ତ୍ରିନାଥ ସେଠୀ(୨୭), କୃଷ୍ଣଶରଣପୁରର ବୁଲୁ ଗୌଡ଼(୨୮) ଏବଂ ବାଗଡ଼ାର ମଙ୍ଗୁଳୁ ଡାକୁଆ(୬୦)। ଦୁର୍ଘଟଣା ସମ୍ପର୍କରେ ଦିଗପହଣ୍ଡି ପୋଲିସକୁ ଖବର ଦିଆଯିବା ସତ୍ତ୍ୱେ ଘଟଣାସ୍ଥଳକୁ ନ ଆସିବାରୁ ଗ୍ରାମବାସୀ ରାସ୍ତାରେ ପଥର ପକାଇ ଅବରୋଧ କରିଥିଲେ। ଫଳରେ ଗାଡ଼ି ଚଳାଚଳ ବନ୍ଦ ହୋଇଯାଇଥିଲା। ଥାନା ଏସଆଇ ମଧୁସ୍ମିତା ପ୍ରଧାନ, ମାଧବ ଚନ୍ଦ୍ର ଟାକ୍‌ରି ପ୍ରମୁଖ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ ବୁଝାଶୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା। ଦୁର୍ଘଟଣାଗ୍ରସ୍ତ ଗାଡ଼ିଗୁଡ଼ିକୁ ପୋଲିସ ଜବତ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଘୁମୁସରରୁ ଆରମ୍ଭ ହୋଇଥିଲା ପ୍ରଥମ ଆନ୍ଦୋଳନ, ଓଡ଼ିଆ ଭାଷା ଆନ୍ଦୋଳନରୁ ହିଁ…

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ବୁଧବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସହରରେ ଅନେକ କାର୍ଯ୍ୟକ୍ରମ ହୋଇଥିଲା। ସକାଳେ ଉପଜିଲାପାଳ ଉମାଶଙ୍କର ବେହେରା,…

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri