ଦେବଗଡ଼/ ବାରକୋଟ, ୧୫।୧୨ (ଡି.ଏନ.ଏ.)- ଦେବଗଡ଼ ଜିଲା ଦେବଗଡ଼ ସଦର ଥାନା ଅନ୍ତର୍ଗତ କଣ୍ଢଳ ଗ୍ରାମଠାରେ ୪୯ ନମ୍ବର ଜାତୀୟ ରାଜପଥ ଉପରେ ଶନିବାର ସନ୍ଧ୍ୟାରେ ବାଇକ ଦୁର୍ଘଟଣା ଘଟି ରମାକାନ୍ତ ରାଉତ (୨୩) ଏବଂ କନ୍ଦରପ ସାହୁ (୬୨) ନାମକ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। କଣ୍ଢଳ ଗ୍ରାମର ଗିରିଧାରି ରାଉତଙ୍କ ପୁଅ ରମାକାନ୍ତ ନିଜ ବାଇକ ନଂ. ଓଡି ୨୮ ଏ- ୨୫୩୧ ଯୋଗେ ଦ୍ରୁତଗତିରେ ଦେବଗଡ ପଟକୁ ଯାଉଥିବା ବେଳେ କଣ୍ଢଳ ତାରିଣୀ ଛକ ବସଷ୍ଟାଣ୍ଡ ନିକଟରେ ଦୁର୍ଘଟଣା ଘଟିଥିଲା। ଫଳରେ ଘଟଣାସ୍ଥଳରେ ଉଭୟେ ଛିଟିକି ପଡି ଗୁରୁତର ହୋଇଥିଲେ । ଉଭୟଙ୍କୁ ପ୍ରଥମେ କଣ୍ଢଳ ସ୍ଥିତ ଏକ କ୍ଲିନିକ ନେଇ ପ୍ରାଥମିକ ଚିକିତ୍ସା ପରେ ଦେବଗଡ ପଠାଯାଇଥିଲା । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଉଭୟେ ମୃତ୍ୟୁବରଣ କରିଥିଲେ।
ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…
ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…
ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ
ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…
ପ୍ରେମର ପାଠପଢାଇ ଫସିଲେ ବିଜ୍ଞାନ ଶିକ୍ଷକ: ସ୍କୁଲ ଫାଟକରେ ତାଲା, ଥାନାରେ ପହଞ୍ଚିଲା ମାମଲା…
ଦେବଗଡ,୧୩।୨(ଶଶାଙ୍କ ଶେଖର ଝାଙ୍କର): ସ୍କୁଲ ଛାତ୍ରୀଙ୍କୁ ବିଜ୍ଞାନ ଶିକ୍ଷକଙ୍କ ଅଶାଳୀନ ବ୍ୟବହାର। କୁଣ୍ଢେଇଗୋଳା ହାଇସ୍କୁଲ ଶିକ୍ଷକ ତପନ ମିଶ୍ର ଥାନାରେ ଅଟକ। ଛାତ୍ରୀଙ୍କ ମା’ ଦେଇଥିବା ଅଭିଯୋଗ…
ଦେବଗଡ ଥାନା ପୋଲିସକୁ ସଫଳତା, ଚୋରି ସାମଗ୍ରୀ ଠାବ ସହ ୨ଜଣଙ୍କୁ ବାନ୍ଧିଲା
ଦେବଗଡ,୧୩|୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ପୋଲିସ ବହୁ ପରିମାଣର ଚୋରି ସାମଗ୍ରୀ ଉଦ୍ଧାର କରିବାସହ ବସାଲଇ ଗ୍ରାମର ଦୁଷ୍ମନ୍ତ ପ୍ରଧାନ (୨୨) ଓ ବଣିଆକିଲିଣ୍ଡା ଗ୍ରାମର…
ସ୍କୁଲରେ ବିଜ୍ଞାନ ଶିକ୍ଷକଙ୍କ ‘ପ୍ରେମ ପାଠ’: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ଥାନାରେ ମାମଲା ରୁଜୁ
ଦେବଗଡ,୧୨।୨(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟାଳୟରେ ଶିକ୍ଷକଙ୍କ ଅଭଦ୍ରାମି। ବିଜ୍ଞାନ ପାଠ ବଦଳରେ ଛାତ୍ରୀଙ୍କୁ ପଚାରୁଛନ୍ତି ‘ହଗ୍-ଡେ’ ଓ ‘ପ୍ରପୋଜ୍-ଡେ’। ଦେବଗଡ଼ ଜିଲା ରିଆମାଳ ବ୍ଲକରୁ ଆସିଛି ଏଭଳି…
ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା
ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ…
ଖେଳ ପଡିଆରୁ ଟେକି ନେଇ ନାବାଳିକାଙ୍କୁ ବଳାତ୍କାର, ୫୯ ବର୍ଷୀୟ ବ୍ୟକ୍ତି ଗିରଫ
ଦେବଗଡ,୧୦।୨(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୪ ବର୍ଷୀୟା ନାବାଳିକାକୁ ବଳାତ୍କାର ଅଭିଯୋଗରେ ଦେବଗଡ ଥାନା ପୋଲିସ ସୋମବାର ଖୁଂଟିଆପାଲି ଗ୍ରାମର ଗୌରହରୀ ବିଶ୍ୱାଳ(୫୯) ନାମକ ଜଣେ ବ୍ୟକ୍ତିକୁ…
ପଥର କୋଇଲା ବୋଝେଇ ପିକ୍ଅପ୍ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ
ଦେବଗଡ଼,୨ା୨(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଖିଲେଇ ନିକଟରୁ ବେଆଇନ ପଥର କୋଇଲା ବୋଝେଇ ଏକ ପିକ୍ଅପ୍କୁ ପୋଲିସ ଜବତ କରିଛି।…
Archives

