ଲହୁଣୀପଡା, ୪।୧୨ (ଡି.ଏନ.ଏ)- ସୁନ୍ଦରଗଡ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ ଟକରା ଗ୍ରାମରେ ସୋମବାର ସନ୍ଧ୍ୟାରେ ଦୁର୍ଘଟଣା ଘଟିଛି। ବାଇକ ଧକ୍କାରେ ସ୍ବାମୀ ମୃତ୍ୟୁବରଣ କରିଥିବାବେଳେ ସ୍ତ୍ରୀ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଟକରା ଗ୍ରାମର ପ୍ୟାରା ହରୋ (୫୫) ଓ ତାଙ୍କ ସ୍ତ୍ରୀ ନିମନ୍ତି ହରୋ (୫୦) ଚାଲି ଚାଲି ଆସୁଥିବା ବେଳେ ଓଡି ୨୮- ୩୯୫୦ ବାଇକ ପଛପଟୁ ଧକ୍କା ଦେଇଥିଲା। ଫଳରେ ସ୍ବାମୀ ସ୍ତ୍ରୀ ଗୁରୁତର ଆହତ ହୋଇଥିଲେ। ଉଭୟଙ୍କୁ ସଙ୍ଗେ ସଙ୍ଗେ ଲହୁଣୀପଡା ଡାକ୍ତରଖାନାକୁ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ ମଧ୍ୟ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲକୁ ପଠାଇଥିଲେ ମଧ୍ୟ ମଙ୍ଗଳବାର ପ୍ୟାରା ହରୋଙ୍କ ମୃତ୍ୟୁ ଘଟିଥିଲା। ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ନିମନ୍ତିଙ୍କ ଅବସ୍ଥା ଶୋଚନୀୟ ଥିବା ଜଣାଯାଇଛି। ପୋଲିସ ସୋମବାର ଘଟଣା ସ୍ଥଳକୁ ପହଞ୍ଚତ୍ ବାଇକକୁ ଜବତ କରିଥିବା ବେଳେ ବାଇକ ଆରୋହୀ ଫେରାର ଥିବା ଜଣାଯାଇଛି। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।
Posted inଆମ ଜିଲା ଖବର, ସୁନ୍ଦରଗଡ଼ View All
ଗାଁରେ ଚାଞ୍ଚଲ୍ୟ: ଶୌଚ ପାଇଁ ଯାଇଥିବା ଯୁବକଙ୍କୁ ଜବରଦସ୍ତି ପିଆଇଲେ ପେଟ୍ରୋଲ, ଦେହରେ ଲଗାଇଦେଲେ ନିଆଁ
ବଣାଇ, ୮।୮(ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ ଜିଲା ଲହୁଣୀପଡ଼ା ଥାନାର ଗଣିଘଷା ଗ୍ରାମରେ ଶନିବାର ସକାଳୁ କାହ୍ନୁଚରଣ ମାହାନ୍ତ ଶୌଚ ହେବାକୁ ନିକଟସ୍ଥ ନାଳକୁ ଯାଉଥିବା ବେଳେ…
ଦୋକାନ ଉପରେ ପଡିଲା ରାସ୍ତାକଡରେ ଥିବା ବିଶାଳକାୟ ଗଛ, ଭାଙ୍ଗିଲା ବିଦ୍ୟୁତ୍ ଖୁଣ୍ଟ: ଲୋକଙ୍କ ମଧ୍ୟରେ ଅସନ୍ତୋଷ
ପଟ୍ଟାଙ୍ଗି, ୮।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସ୍ଥିତ ଜାତୀୟ ରାଜପଥ କଡରେ ଥିବା ଏକ ଗଛ ପଡି ଦୋକାନ ଗୃହ…
ଗାଁର ଅଧିଷ୍ଠାତ୍ରୀ ଦେବୀ ଦ୍ୱାରସେନୀ ମନ୍ଦିରରୁ ଚୋରି: ମା’ଙ୍କ ରୂପା ମୁକୁଟ ସହ ନେଇଗଲେ…
ବଲାଙ୍ଗୀର,୮।୮ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ଦ୍ୱାରସେନୀ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି…
ବରଗଡ଼ ୯ବୁଣାକାରଙ୍କୁ ରାଜ୍ୟ ପୁରସ୍କାର: ଜାଣନ୍ତୁ କିଏ କିଏ ପାଇଲେ ଏହି ସମ୍ମାନ
ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ସ୍ଥିତ ବୟନଶିଳ୍ପ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ…
ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର
ଅତାବିରା,୮ା୮ (ଯୁଧିଷ୍ଠିର ମହାପାତ୍ର):ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ…
ବର୍ଷାପାଗ ଯୋଗୁ ବନ୍ଦ ଘୋଷଣା ବାତିଲ: ସ୍ବାଭାବିକ ରହିବ ବିଦ୍ୟୁତ ସେବା
ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଡିଭିଜନ-୨ ଗ୍ରୀଡରୁ ୧୧କେଭି ଟେଲିଫୋନ ଏକ୍ସଚେଞ୍ଜ ଫିଡର୍ ଶନିବାର ସକାଳୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଶୁକ୍ରବାର ଟିପିଡବ୍ଲୁଓଡିଏଲ ଘୋଷଣା…
ଲଗାଣ ବର୍ଷାରେ କ୍ଷୟକ୍ଷତି ଆକଳନରେ ବିଳମ୍ବ
ଅମରପାଲି,୮ା୮(ପୀତାମ୍ବର ସାହୁ): ଜୁନରେ ଅନାବୃଷ୍ଟି ଏବଂ ଜୁଲାଇରେ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅଞ୍ଚଳର ଚାଷୀଙ୍କ ପାଇଁ ଦ୍ୱିମୁଖୀ ବିପର୍ଯ୍ୟୟ ସୃଷ୍ଟି କରିଛି। ଧାନ,…
ଦାୟିତ୍ୱରେ ଅବହେଳା ପଡ଼ିଲା ମହଙ୍ଗା:ଫାଣ୍ଡି ଅଧିକାରୀ ନିଲମ୍ବିତ
ଲୋଇସିଂହା,୮ା୮(ସୁଶାନ୍ତ ବାରିକ):ଦାୟିତ୍ୱରେ ଅବହେଳା କରିବା ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟା ଫାଣ୍ଡି ଅଧିକାରୀ ଭରତ ସାହୁଙ୍କୁ ମହଙ୍ଗା ପଡ଼ିଛି। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀର…
Archives

