ବାଇକ୍‌ ପଛପଟୁ ପିଟିଲା ଟ୍ରକ୍‌: ମା’, ଝିଅ ମୃତ; ବାପା ଗୁରୁତର

ରୂପ୍‌ସା/ବସ୍ତା, ୧।୧୦(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ରୂପ୍‌ସା ଥାନା ଅନ୍ତର୍ଗତ ଜୁକନଣ୍ଡି ଛକଠାରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍‌କୁ ପଛପଟୁ ଏକ ଟ୍ରକ ଧକ୍କା ଦେବାରୁ ଘଟଣାସ୍ଥଳରେ ମା’ ଓ ଝିଅଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ଘଟାଇ ଟ୍ରକ ଖସି ପଳାଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଲୋକେ ରାସ୍ତାରେ ମୃତଦେହ ରଖି ଆନ୍ଦୋଳନ କରିଥିଲେ। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବି ସହ ଛକ ପାର୍ଶ୍ୱରେ ଥିବା ଦୋକାନ ଉଚ୍ଛେଦ ଲାଗି ଆନ୍ଦୋଳନକାରୀ ଦାବି କରିଥିଲେ। ରୂପ୍‌ସା ଥାନାଧିକାରୀ ସୁଚନ୍ଦ୍ର ମହାଳିକ, ବସ୍ତା ଆଇଆଇସି ଧନେଶ୍ୱର ସାହୁ ପ୍ରମୁଖ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ରାସ୍ତାରୋକୋ ହଟିଥିଲା। ମୃତକ ହେଲେ ରୂପ୍‌ସା ଥାନା ଆଘିରିଆ ଗ୍ରାମର ରାଧାକୃଷ୍ଣ ପରିଡ଼ାଙ୍କ ସ୍ତ୍ରୀ ଅନୁପମା (୪୦) ଓ ଝିଅ ମୋନାଲିସା (୧୪)।

ରାଧାକୃଷ୍ଣ ବାଇକ୍‌ରେ ଅନୁପମା ଓ ମୋନାଲିସାଙ୍କୁ ନେଇ ବସ୍ତା ଅଭିମୁଖେ ଯାଉଥିଲେ। ଜୁକନଣ୍ଡି ଛକଠାରେ ସେମାନେ ଦୁର୍ଘଟଣାର ଶିକାର ହୋଇଥିଲେ। ରାଧାକୃଷ୍ଣ ସାମାନ୍ୟ ଆହତ ହୋଇଛନ୍ତି। ମା’ଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଦେଖି ଝିଅ ଜଣକ ମା’ଙ୍କୁ ଛାତିରେ ଜାବୁଡ଼ି ଧରି ପ୍ରାଣ ହରାଇଥିବା ଦେଖିବାକୁ ମିଳିଛି। ଉଲ୍ଲେଖଯୋଗ୍ୟ, ଜୁକନଣ୍ଡି ଛକଠାରେ ରାଜପଥ ପାର୍ଶ୍ୱରେ ଏକ ଢ଼ାବା ଓ ଚା’ ଦୋକାନ ଥିବାରୁ ଟ୍ରକ୍‌, ଭ୍ୟାନ୍‌ ପାର୍କିଂ କରାଯାଉଛି। ରାସ୍ତା ସଂକୀର୍ଣ୍ଣ ହେବା ଯୋଗୁ ସେଠାରେ ଯାତାୟାତରେ ସମସ୍ୟା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri