ବାଇକ୍‌ ପଛରୁ ଧକ୍କାଦେଲା ଟ୍ରକ୍‌: ଜଣେ ମୃତ, ୨ ଗୁରୁତର

ମାର୍ଶାଘାଇ,୩।୨:(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଜାତୀୟ ରାଜପଥ ନଂ.୫(କ) ଟିକରପଙ୍ଗା ଛକ ନିକଟରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ମହାକାଳପଡ଼ା ଥାନା ସାହାବାଜପୁର ଗାଁର ରାଜେଶ ଜେନା। ତେବେ ଗୁରୁତର ରାଜେଶଙ୍କ ଭଉଣୀ ଓ ତାଙ୍କ ଛୋଟ ଭାଣିଜିଙ୍କ ନାମ ଜଣାପଡ଼ି ନାହିଁ।
ସୂଚନାଯୋଗ୍ୟ, ରାଜେଶ, ତାଙ୍କ ଭଉଣୀ ଓ ଛୋଟ ଭାଣିଜି ଏକ ବାଇକ୍‌ ଯୋଗେ ପାରାଦୀପ ଯାଉଥିବା ବେଳେ ଟିକରପଙ୍ଗା ନିକଟରେ ତାଙ୍କ ବାଇକ୍‌ ପଛକୁ ଏକ ଟ୍ରକ୍‌ ଧକ୍କା ଦେଇଥିଲା। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ସେମାନଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ରାଜେଶଙ୍କୁ ମୃତ ଘୋଷଣା କରିଛନ୍ତି। ଗୁରୁତର ରାଜେଶଙ୍କ ଭଉଣୀ ଓ ତାଙ୍କ ଭାଣିଜୀଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର…

ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ

କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ…

ଥରିଲା ଚାଇନା: ଭୟରେ ଲୋକେ ଦୌଡ଼ିଲେ

ବେଜିଂ,୨୮।୭: ଦକ୍ଷିଣ-ପଶ୍ଚିମ ଚାଇନାର ସିଚୁଆନ ପ୍ରଦେଶରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଚାଇନା ଭୂକମ୍ପ ନେଟୱାର୍କସ ସେଣ୍ଟର (CENC) ଅନୁଯାୟୀ, ଲଙ୍ଗଚାଙ୍ଗ ସହରରେ ୫.୧ ତୀବ୍ରତାର ଭୂକମ୍ପ…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ ଚେକ୍‌ କରନ୍ତୁ ଆକାଉଣ୍ଟ

ନୟାଗଡ଼,୨୮ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଲାଠିପଡ଼ାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଗହ୍ମାପୂର୍ଣ୍ଣିମା ଅବସରରେ ୫ମ କିସ୍ତି ସୁଭଦ୍ରା ଅନୁଦାନ ପ୍ରଦାନ କରିଛନ୍ତି। ଆଜିର…

ମୋହନ ଭାଗବତଙ୍କ ଭିଜା ରଦ୍ଦ ପାଇଁ ୟୁଏସ୍‌ସିଆଇଆର୍‌ଏଫ୍‌ର ଦାବି

ଓ୍ବାଶିଂଟନ,୨୮।୮(ପି.ଟି.): ନ୍ୟୁୟର୍କକୁ ୩ ଦିନିଆ ଗସ୍ତରେ ଯାଇଥିବା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ଭିଜା ରଦ୍ଦ କରିବାକୁ ଆମେରିକାର ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା…

ଆଖଡ଼ାଶାଳୀ ସ୍ଲୁଇସ୍‌ କ୍ରୀକ୍‌ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍‌ଶୀଘ୍ର ହେବ…

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା…

ଗ୍ରାହକଙ୍କୁ ବଡ଼ ଝଟ୍‌କା ବଢିଲା କ୍ଷୀର ଦର: ଏବେ ଲିଟର ପିଛା…

ମୁମ୍ବାଇ,୨୮।୮: ପାର୍ବଣ ଋତୁ ଆରମ୍ଭରୁ ଗ୍ରାହକଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ସେପ୍ଟେମ୍ବର ୧, ୨୦୨୬ଠାରୁ, ମୁମ୍ବାଇରେ କ୍ଷୀର କିଣିବା ସାଧାରଣ ଲୋକଙ୍କ ପକେଟ ଉପରେ ଭାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri