ବାଇକ୍‌ ଲୁଟ ଘଟଣା, ପୁଣି ଜଣେ ଅଭିଯୁକ୍ତ ଗିରଫ

ବଡ଼ବିଲ, ୨୭ା୪(ସ୍ବ.ପ୍ର.)-ବାଇକ୍‌ ଚୋରି ଘଟଣାରେ କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଆଉ ଜଣେ ଅଭିଯୁକ୍ତଙ୍କୁ ରବିବାର ସୟାବାଲି ଅଞ୍ଚଳରୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ସୟାବାଲି ଗ୍ରାମର ଅଜ୍ଜୁ ଖାନ ଓରଫ ଏମଡି ସଦା।
ବଡ଼ବିଲ ଥାନା ଅନ୍ତର୍ଗତ ଠାକୁରାଣୀରୁ ଅର୍ଜୁନ ମହାନ୍ତଙ୍କଠାରୁ ଦୁର୍ବୃତ୍ତମାନେ ବାଇକ୍‌ ଲୁଟିନେଇଥିଲେ। ଏନେଇ ବଡ଼ବିଲ ପୋଲିସ ଥାନାରେ ଏକ ମାମଲା(ନଂ. ୩୨/୨୦) ରୁଜୁ କରିଥିଲା। ଏହି ଘଟଣାର ତଦନ୍ତ କରି ଗତ କିଛି ଦିନ ତଳେ ପୋଲିସ ଲୁଟ୍‌ ହୋଇଥିବା ବାଇକ ଉଦ୍ଧାର କରିବା ସହ ସମ୍ପୃକ୍ତ ୨ଜଣଙ୍କୁ ଗିରଫ କରିଥିଲା। ରବିବାର ଏହି ଘଟଣାରେ ସମ୍ପୃକ୍ତ ସଦାଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବା ଥାନା ଆଇଆଇସି ସୁଶାନ୍ତ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ବୈତରଣୀ ନଦୀ ପାର୍‌ ହୋଇଆସିଲା ହାତୀ: ଲୋକେ ଭୟଭୀତ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ହାତୀଟି ବ୍ଲକ ଅଧୀନ ବିଭିନ୍ନ ଗାଁ ଏବଂ ଛକ ବଜାରରେ ବୁଲୁଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri