ବାଇକ୍‌ -ସ୍କର୍ପିଓ ମୁହାଁମୁହିଁ : ୩ ଗୁରୁତର; ଟାୟାର ଜାଳି ରାସ୍ତା ଅବରୋଧକଲେ ଲୋକେ

ପରଜଙ୍ଗ,୧୨।୧୧(ଡି.ଏନ୍‌.ଏ): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ଅଧୀନ ଭାଲୁମୁଣ୍ଡା-ଆଲୁଅ ଝରଣ ପୂର୍ତ୍ତବିଭାଗ ରାସ୍ତାର ମହୁଲା ଛକ ନିକଟରେ ମଙ୍ଗଳବାର ସକାଳେ ସଡ଼କ ଦୁର୍ଘଟଣା ଘଟିଛି। ଏକ ସ୍କର୍ପିଓ (ଓଆର୍‌ ୧୯ ଏଚ୍‌ ୦୦୮୧) ସହ ବାଇକ୍‌ (୦୬ ବି ୭୮୭୬) ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ୍‌ ଚାଳକଙ୍କ ସମେତ ତାଙ୍କ ୨ ସମ୍ପର୍କୀୟ ଗୁରୁତର ହୋଇଛନ୍ତି। ସେମାନେ ହେଲେ ମହୁଲା ଗ୍ରାମର ସୌମ୍ୟରଞ୍ଜନ ପଣ୍ଡା, ସମ୍ପର୍କୀୟ ଖୁଡୀ ଅନ୍ନପୂର୍ଣ୍ଣା ପାଣି ଓ କୁନି ଝିଅ ହରପ୍ରିୟା।
ସୂଚନାଯୋଗ୍ୟ, ସୌମ୍ୟରଞ୍ଜନ ନିଜ ବାଇକ୍‌ରେ ଘରୁ କୁମୁସି ମନ୍ଦିରକୁ ଯାଉଥିବା ବେଳେ ସମ୍ମୁଖରୁ ଆସୁଥିବା ସ୍କର୍ପିଓ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଗୁରୁତର ଅବସ୍ଥାରେ ଅନ୍ନପୂର୍ଣ୍ଣା, ହରପ୍ରିୟାଙ୍କୁ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରେ ତାଳଚେର ମଣ୍ଡାପାଳ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସୌମ୍ୟରଞ୍ଜନଙ୍କୁ ପ୍ରଥମେ ମଣ୍ଡାପାଳ ପରେ ଅନୁଗୋଳ ସ୍ଥାନାନ୍ତର କରାଯାଇ ଥିବା ଜଣାପଡ଼ିଛି। ଦୁର୍ଘଟଣା ପରେ ପରଜଙ୍ଗ ଥାନା ଅଧିକାରୀଙ୍କୁ ଅବଗତ କରାଯାଇଥିଲେ ସୁଦ୍ଧା ଦୀର୍ଘ ସମୟ ପର୍ଯ୍ୟନ୍ତ କେହି ନ ପହଞ୍ଚିବାରୁ ସ୍ଥାନୀୟ ଲୋକେ ପୂର୍ତ୍ତ ବିଭାଗ ରାସ୍ତାରେ ଟାୟାର ଜାଳି ଅବରୋଧ କରିଥିଲେ । ପରେ ଥାନାଧିକାରୀ ବିଜୟ କୁମାର ହାଇବ୍ରୁ, ବ୍ରଜ ମଲ୍ଲିକ ପହଞ୍ଚତ୍ ବୁଝାସୁଝା କରିବା ପରେ ରାସ୍ତାରୋକୋ ହଟିଥିଲା। ପୋଲିସ ସ୍କର୍ପିଓ ଓ ବାଇକ୍‌କୁ ଜବତ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ବିକାଶ ଇନଷ୍ଟିଟ୍ୟୁଟ୍ ଅଫ୍ ଆଇଟି ଆଣ୍ଡ ମ୍ୟାନେଜମେଣ୍ଟ: ବିବିଏରେ ଗୁନଗୁନ, ବିସିଏରେ ସଲୋନୀ ଟପ୍ପର…

ଭବାନୀପାଟଣା,୩୦।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଇନଷ୍ଟିଟ୍ୟୁଟ୍ ଅଫ୍ ଆଇଟି ଆଣ୍ଡ ମ୍ୟାନେଜମେଣ୍ଟ ପୁଣିଥରେ ଉତ୍କୃଷ୍ଟ ଶିକ୍ଷାଗତ ସଫଳତା ହାସଲ କରିଛି। ମା’ ମାଣିକେଶ୍ୱରୀ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଅଭାବନୀୟ ଘଟଣା: କେଭିନ୍ ଭିତରେ ଛାତରୁ ଖସିଲା ସିଲିଂ, ମହିଳା ରୋଗୀ

ପାରଳାଖେମୁଣ୍ଡି, ୩୦।୫ (ଗିରିଧାରୀ ପରିଛା): ଗଜପତି  ଜିଲା  ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ମେଡିକାଲକୁ ଚିକିତ୍ସା…

ଦାରିଙ୍ଗବାଡିରେ ଭୋଟ ପରିଚୟପତ୍ରର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟ ଆରମ୍ଭ: ବିଭିନ୍ନ ବୁଥ୍ ବୁଲି ସମୀକ୍ଷା କଲେ ବିଡ଼ିଓ

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ଠାରୁ ଭୋଟ ପରିଚୟ ପତ୍ରର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଆରମ୍ଭ…

ବାଇକ୍ ଦୁର୍ଘଟଣାରେ ଯୁବକ ରକ୍ତ ଜୁଡ଼ୁବୁଡ଼ୁ: ମିଳିଲାନି ଆମ୍ବୁଲାନ୍ସ, ମୋବାଇଲ ଟର୍ଚ୍ଚ ଆଲୁଅରେ ହେଲା ଷ୍ଟିଚ୍!

ଥୁଆମୂଳ ରାମପୁର, ୩୦।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ସ୍ଥିତ ହେଲୋ ପଏଣ୍ଟ (ନାଏକପଡ଼ା) ଛକ ନିକଟରେ ଶନିବାର ମଧ୍ୟାହ୍ନ ପ୍ରାୟ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri