ବାଇକ୍‌ ଷ୍ଟାଣ୍ଡ୍‌ରେ ଗଡୁଛି ମଦ ବୋତଲ

କେନ୍ଦୁଝର,୨୦ା୫(ସ୍ବ.ପ୍ର.): କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ଅବ୍ୟବସ୍ଥା ଘେରରେ ରହିଛି। ରକ୍ଷଣାବେକ୍ଷଣ, ସୁରକ୍ଷା ଢିଲା କାରଣରୁ ପରିସରରେ ମଦ୍ୟପଙ୍କ ଆଡ୍ଡା ଜମୁଛି। ସାମାନ୍ୟ ବର୍ଷା ହେଲେ ଜଳ ନିଷ୍କାସନ ହୋଇପାରୁ ନ ଥିବାରୁ ରାସ୍ତା ନଷ୍ଟ ହେଉଛି। ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେବା ସହ ଯାତାୟାତରେ ସମସ୍ୟା ସୃଷ୍ଟି ହେଉଛି। ଖୋଦ୍‌ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏଭଳି ଅବସ୍ଥାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
ପ୍ରକାଶ ଯେ, ନିକଟରେ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟ ରାସ୍ତା ଉନ୍ନତୀକରଣ କରାଯାଇଥିଲା। ମାତ୍ର ଡ୍ରେନେଜ ବ୍ୟବସ୍ଥା ନ ଥିବାରୁ ପରିସରରେ ପାଣି ଜମା ହୋଇ ରହୁଛି। ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ହେଉ ନ ଥିବାରୁ ପରିସରରେ ଥିବା ଆପତ୍‌କାଳୀନ ବିଭାଗ କାର୍ଯ୍ୟାଳୟ ନିକଟ ତଥା ପାଣି ଟାଙ୍କି ନିକଟରେ ଥିବା ବାଇକ ଷ୍ଟାଣ୍ଡ୍‌ରେ ମଦ୍ୟପଙ୍କ ସୁରକ୍ଷିତ ପିଇବା ସ୍ଥାନ ପାଲଟିଛି। ଚାରିଆଡ଼େ ମଦ ବୋତଲ ପଡ଼ି ଥିଲେ ହେଁ ସଫେଇ ହେଉନାହିଁ କିମ୍ବା କଟକଣା କରାଯାଉ ନାହିଁ। ନିୟମିତ ସଫେଇ ହେଉ ନ ଥିବାରୁ ଚାରିଆଡ଼େ ମଇଳା ଆବର୍ଜନା ମାସରୁ ଅଧିକ ଦିନ ପଡ଼ି ରହୁଛି। ସେହିପରି ନିକଟରେ ଥିବା ୨୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଶୌଚାଳୟ କାମରେ ଲାଗୁନାହିଁ। ଫଳରେ ବାହାରୁ ଆସୁଥିବା ଲୋକେ ଓ କର୍ମଚାରୀମାନେ ବହୁ ଅସୁବିଧା ଭୋଗୁଛନ୍ତି। ଅଭିଯୋଗ ପ୍ରକୋଷ୍ଠ ତଥା ଅନ୍ୟାନ୍ୟ କାମରେ ଆସୁଥିବା ଲୋକେ ବିଶେଷ କରି ମହିଳାମାନେ ଅକଥନୀୟ ସମସ୍ୟା ଭୋଗୁଛନ୍ତି। ଶୌଚାଳୟ କାମରେ ଲାଗୁ ନ ଥିବାରୁ ଲୋକମାନେ ଏଣେତେଣେ ପରିସ୍ରା କରିବାକୁ ବାଧ୍ୟ ହୋଇଥାନ୍ତି ବୋଲି ସାମାଜିକ କର୍ମୀ ଦିଲ୍ଲୀପ ସାହୁ କହିଛନ୍ତି। ପୂର୍ବତନ ବିଧାୟକ ସୁବର୍ଣ୍ଣ ନାୟକ କହିଛନ୍ତି, ଜିଲାପାଳଙ୍କ କାର୍ଯ୍ୟାଳୟକୁ ଜିଲା ତଥା ରାଜ୍ୟ ବାହାରୁ ବହୁ ଭିଆଇପି ଆସିଥାନ୍ତି। ଏହା ସତ୍ତ୍ୱେ ପରିସରକୁ ସରସ ସୁନ୍ଦର ତଥା ଲୋକଙ୍କ ସୁବିଧା କରାଯାଇପାରୁନାହିଁ। ରକ୍ଷଣାବେକ୍ଷଣ ପାଇଁ ନିଯୁକ୍ତ କର୍ମଚାରୀ ବାବୁମାନଙ୍କ ଘରେ କାମ କରୁଥିବାରୁ ପରିସର ଅବହେଳିତ ହୋଇଛି ବୋଲି ସେ କହିଛନ୍ତି। ଜିଲାପାଳ ଉକ୍ତ ସମସ୍ୟା ଦିଗରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ଦାବି କରିଛନ୍ତି। ଘଟଣାରେ ଜିଲାପାଳଙ୍କ ମତାମତ ପାଇଁ ଯୋଗାଯୋଗ କରାଯାଇଥିଲେ ହେଁ ସମ୍ଭବ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri