ଗୋପାଳପୁର,୧୫ ।୭-ଗୋଳନ୍ଥରା ଥାନା ଅନ୍ତର୍ଗତ କନିଷି ହାଟ ତୁଳୁ ରାସ୍ତାରେ ରବିବାର ରାତିରେ ବାଇକ୍ ସାଇକେଲ ଧକ୍କାରେ ୨ଜଣଙ୍କ ମୃତ୍ୟୁ ଘଟିଛି । ସେମାନେ ହେଲେ ହିଞ୍ଜିଳାପଲ୍ଲୀ ଗ୍ରାମର ସଦାନନ୍ଦ ଦାସ (୬୩) ଓ ବାହାଦୁରପେଟା ଗ୍ରାମର ଡି. ଶ୍ରୀନୁ ରେଡ୍ଡୀ (୨୩)। ଶ୍ରୀନୁ ରବିବାର ରାତି ପ୍ରାୟ ୮ଟାରେ ମାର୍କଣ୍ଡି ଗ୍ରାମର ଜଣେ ସମ୍ପର୍କୀୟଙ୍କ ଘରୁ କନିଷି ତୁଳୁ ରାସ୍ତା ଦେଇ ବାଇକ୍ ଯୋଗେ ଆସୁଥିଲୋ ସେହି ସମୟରେ ହିଞ୍ଜିଳାପଲ୍ଲୀ ଗ୍ରାମର ସଦାନନ୍ଦ ସାଇକେଲ ଯୋଗେ କନିଷି ହାଟକୁ ଯାଉଥିଲେ । ବାଇକ୍ରେ ଦ୍ରୁତ ଗତିରେ ଥିବା ଶ୍ରୀନୁ ସାଇକେଲକୁ ପିଟି ଦେଇଥିଲେ। ଫଳରେ ଉଭୟ ରାସ୍ତାକଡ଼ରେ ପଡି ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡ଼ାକ୍ତର ଶ୍ରୀନୁଙ୍କୁ ମୃତ ଘୋଷଣା କରିଥିବା ବେଳେ ବିଳମ୍ବିତ ରାତିରେ ସଦାନନ୍ଦଙ୍କ ମୃତ୍ୟୁ ଘଟିଥିଲା। ଗୋଳନ୍ଥରା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ସାଇକେଲ ଓ ବାଇକ୍ ଜବତ କରି ନଂ. ୧୭୦/୧୯ରେ ଦୁର୍ଘଟଣା ଜନିତ ମାମଲା ରୁଜୁ କରିଛି ।
ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ
ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…
ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…
ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…
ମଦ ପିଇ ବସ୍ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍ ଆନାଲାଇଜର୍ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍ ସସ୍ପେଣ୍ଡ ସହ…
ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…
ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…
ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…
ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…
ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…
‘ଶିକ୍ଷା ସଚେତନତା ରଥ’ ଉଦ୍ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…
ଚାଲିଛି ଆଇପିଏଲ ସିଜନ୍: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ
ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…
ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା
ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…
Archives

