ବାଇଗଣରେ ପୋକ ଥାଉ, ଭୂତାଣୁ ନ ଥାଉ: ବାଗ୍‌ଚୀ

ଭୁବନେଶ୍ୱର, ୧୧ା୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ପ୍ରତିଦିନ ସୂଚନା ପ୍ରଦାନ କରୁଛନ୍ତି। ଶୁକ୍ରବାର ମଧ୍ୟ ଜନସାଧାରଣଙ୍କୁ ଦୁଇଟି ପରାମର୍ଶ ଦେଇଛନ୍ତି। ଗୋଟିଏ ଉଦାହରଣରେ ସେ ବାଇଗଣର କଥା କହିଥିବାବେଳେ ଅନ୍ୟଟିରେ ମାସ୍କ ପିନ୍ଧିବା କେତେ ଜରୁରୀ ସେନେଇ ବୁଝାଇଛନ୍ତି। ସେ କହିଛନ୍ତି, ବଜାରକୁ ଗଲେ ସାମାଜିକ ଦୂରତ୍ୱକୁ ବଜାୟ ରଖୁଛୁ। କିନ୍ତୁ ଆମର ପୁରୁଣା ଅଭ୍ୟାସ ରହିଛି ଯେ, ଆମେ ପରିବା କିଣିବାକୁ ଗଲାବେଳେ ପ୍ରତି ପରିବାକୁ ନିଜେ ବାଛି ବାଛି ଆଣୁ। ପରିବାକୁ ଘାଣ୍ଟିବା ଦ୍ୱାରା ସଂକ୍ରମଣର ଅଧିକ ଆଶଙ୍କା ଥାଏ। ତେଣୁ ବର୍ତ୍ତମାନ ସମୟରେ ବାଇଗଣରେ ପୋକ ପଛେ ଥାଉ ହେଲେ ଭୂତାଣୁ ନ ଥାଉ ବୋଲି ବାଗ୍‌ଚୀ କହିଛନ୍ତି। ପୋକ ଥିଲେ ସେଥିରୁ କିଛି କାଟି ଫୋପାଡି ପାରିବା। ହେଲେ ଭୂତାଣୁ ଥିଲେ ନିଜ ସହ ସାରା ପରିବାର ବିପଦଗାମୀ ହୋଇପଡ଼ିବ। ତେଣୁ ପରିବା ବେପାରୀ ଯାହା ବାଛିକି ଦେବେ ତାହାକୁ ସମ୍ମାନ ଦେଇ କିଣି ଆଣିବାକୁ ସେ ଅନୁରୋଧ କରିଛନ୍ତି।
ଅନ୍ୟପକ୍ଷରେ ବ୍ରିଟିଶ ବ୍ରଡ୍‌କାଷ୍ଟିଂ କର୍ପୋରେଶନ୍‌ (ବିବିସି)ର ସୂଚନାକୁ ଆଧାରକରି ବାଗ୍‌ଚୀ ୨୦୧୫ର ଏକ ଆନ୍ତର୍ଜାତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଥିଲେ। ପ୍ରତିଦିନ ଆମେ ଘଣ୍ଟାକୁ ହାରାହାରି ୨୩ଥର ମୁହଁରେ ହାତ ଲଗାଉ। ତେଣୁ ଏଠାରେ କୋଭିଡ୍‌ ୧୯ ସଂକ୍ରମଣର ଆଶଙ୍କା ଅଧିକ ରହିଛି। ସେଥିପାଇଁ ମାସ୍କ ପିନ୍ଧିବାକୁ ରାଜ୍ୟ ସରକାର ବାରମ୍ବାର କହୁଛନ୍ତି। ମାସ୍କ ପିନ୍ଧିଲେ ମୁହଁକୁ ହାତ ଆଉ ଯିବନି ଏବଂ ସଂକ୍ରମଣର ଆଶଙ୍କା କମ୍‌ ରହିବ ବୋଲି ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri