ବାଉଁଶ ଉତ୍ପାଦନ, ପ୍ରକ୍ରିୟାକରଣକୁ ରାଜ୍ୟ ସରକାରଙ୍କ ଗୁରୁତ୍ୱ: ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜ୍ୟରେ ବାଉଁଶଭିତ୍ତିକ ପ୍ରକଳ୍ପ କାର୍ଯ୍ୟକାରିତାକୁ ରାଜ୍ୟ ସରକାର ଗୁରୁତ୍ୱ ପ୍ରଦାନ କରିଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ ବାଉଁଶ ସମ୍ପର୍କିତ କାର୍ଯ୍ୟକଳାପ ଏବଂ ଯୋଜନା ପାଇଁ ୨୭୩୩ ଲକ୍ଷ ଟଙ୍କା ଅନୁଦାନକୁ ମଞ୍ଜୁର କରାଯାଇଛି। ସମସ୍ତ ଯୋଜନାର ସଫଳ ରୂପାୟନ ପାଇଁ ମୁଖ୍ୟ ଶାସନ ସଚିବ ଓଡ଼ିଶା ବାଉଁଶ ଉନ୍ନୟନ ସଂସ୍ଥା(ଓବିଡିଏ)କୁ ନିର୍ଦ୍ଦେଶ ଦେଇଛନ୍ତି।
ତୃଣମୂଳସ୍ତରରେ ଏହି ଉନ୍ନୟନ ସଂସ୍ଥାକୁ ଯୁଗ୍ମ ଜଙ୍ଗଲ ପରିଚାଳନା କମିଟି, ଜୈବ ଉନ୍ନୟନ କମିଟି ଏବଂ କୃଷକ ଫାର୍ମ ଇତ୍ୟାଦି ସହଯୋଗ କରିବେ। ସେହିପରି ପୂର୍ବ ଯୋଜନା ଅନୁଯାୟୀ ଏହା କାର୍ଯ୍ୟକାରୀ ହୋଇଛି ନା ନାହିଁ, ସେ ନେଇ ତୃତୀୟ ପକ୍ଷ ସମୀକ୍ଷା ମଧ୍ୟ କରିବେ। ବୈଠକରେ ଜଙ୍ଗଲ ଓ ପରିବେଶ ପ୍ରମୁଖ ଶାସନ ସଚିବ ମୋନା ଶର୍ମା ପ୍ରକଳ୍ପ ସମ୍ପର୍କିତ ତଥ୍ୟ ଉପସ୍ଥାପନା କରିଥିଲେ। ସେହିପରି ଓବିଡିଏ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଏ.କେ. ପାଠକ କହିଥିଲେ ଯେ, ସରକାରୀ ଅଣଜଙ୍ଗଲ ଜମି ବ୍ୟତୀତ ରାଜ୍ୟର ବିଭିନ୍ନ ସ୍ଥାନ ତଥା ଘରୋଇ ମାଲିକାନାରେ ଥିବା ଜମିରେ ବାଉଁଶ ଉତ୍ପାଦନକୁ ଗୁରୁତ୍ୱ ଦିଆଯିବ। ଏହା ଦ୍ୱାରା ବାଉଁଶଭିତ୍ତିକ ଶିଳ୍ପ ପାଇଁ କଞ୍ଚାମାଲର ଅଭାବ ଅନୁଭୂତ ହେବ ନାହିଁ। ସେହିପରି ତୁଲ୍‌ଦା, ଭଲଗାରିଜ୍‌ ଏବଂ ନୁଟନ୍ସ ପ୍ରଭୃତି ପ୍ରଜାତି ରୋପଣ କରାଯିବ। ୩ ବର୍ଷ ପାଇଁ ଏକ ହେକ୍ଟର ଖେତରେ ବାଉଁଶ ଉତ୍ପାଦନ ପିଛା ୫୦,୦୦୦ ଟଙ୍କାର ସହାୟତା ପ୍ରଦାନ କରାଯିବ ବୋଲି ବୈଠକରେ ସୂଚନା ଦିଆଯାଇଛି। ଏକ ହେକ୍ଟର ଜମିରେ ପ୍ରାୟ ୪୧୭ଟି ମଞ୍ଜି ରୋପଣ କରାଯାଇପାରିବ। ପ୍ରତି ଚାରା ପିଛା ୧୨୦ ଟଙ୍କା ହିସାବରେ ସହାୟତା ପ୍ରଦାନ କରାଯିବ। ପିସିସିଏଫ୍‌ ସନ୍ଦୀପ ତ୍ରିପାଠୀଙ୍କ ପକ୍ଷରୁ ଗତବର୍ଷ ବାଉଁଶ ଉତ୍ପାଦନ କ୍ଷେତ୍ରରେ ନିଆଯାଇଥିବା ପଦକ୍ଷେପକୁ ପ୍ରଶଂସା କରାଯାଇଥିଲା। ୨୦୧୭-୧୮ରେ ବାଉଁଶ ଉତ୍ପାଦନ ୧୧.୨ ଲକ୍ଷ ହେକ୍ଟର ଜମିରେ ହୋଇଥିବାବେଳେ ୨୦୧୮-୧୯ରେ ଏହା ୧୪ ଲକ୍ଷ ହେକ୍ଟରକୁ ବୃଦ୍ଧି ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri