ବାଉନ୍ସର ଆସିବା ଘଟଣାରେ ହେଲାନି ଆଲୋଚନା: ପ୍ରଦୀପ

ଭୁବନେଶ୍ୱର,୨୨ା୧(ବ୍ୟୁରୋ):କଂଗ୍ରେସ କାର୍ଯ୍ୟାଳୟକୁ ବାଉନ୍ସର ଆସିବା ଘଟଣା ନୂଆ ମୋଡ଼ ନେଇଛି। ଏହାକୁ ନେଇ ବିବାଦ ତେଜିଥିବା ବେଳେ ବାଉନ୍ସର କୌଣସି ଦଳୀୟ ନେତା ନୁହେଁ, ବରଂ ବିରୋଧୀ ପଠାଇଥିବା କଂଗ୍ରେସ ନେତାଙ୍କ ମୁହଁରୁ ଶୁଣିବାକୁ ମିଳିଛି। ଅନ୍ୟପଟେ ଏହି ଘଟଣା ଉପରେ କୌଣସି ଆଲୋଚନା ହୋଇ ନ ଥିବା ଜଣାପଡିଛି। କଂଗ୍ରେସ ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ କହିଛନ୍ତି, ବାଉନ୍ସର କେଉଁଠୁ ଆସିଲେ ଜଣାନାହିଁ। କିନ୍ତୁ କୌଣସି ଦଳୀୟ ଲୋକ ସେମାନଙ୍କୁ ଡାକି ନ ଥିଲେ। ଏହା ଦଳକୁ ବଦନାମ କରିବାକୁ ଯୋଜନା ବୋଲି ସେ କହିଛନ୍ତି। ଉଲ୍ଲେଖଯୋଗ୍ୟ, ଗତ ୧୭ ତାରିଖରେ କେନ୍ଦ୍ରୀୟ ନେତାଙ୍କ ଉପସ୍ଥିତିରେ କଂଗ୍ରେସ ଭବନରେ କେତେଗୁଡିଏ ଜିଲାର ନିର୍ବାଚନୀ ସମୀକ୍ଷା ବୈଠକ ଚାଲିଥିଲା। ଏହି ସମୟରେ କେତେଜଣ କର୍ମୀ ଓ ନେତା ଦଳୀୟ କାର୍ଯ୍ୟାଳୟ ବାହାରେ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତିଙ୍କୁ ପରିବର୍ତ୍ତନ ଲାଗି ଦାବି କରିଥିଲେ। ଏଭଳି ପରିସ୍ଥିତିରେ ଦଳୀୟ କାର୍ଯ୍ୟାଳୟରେ କେତେଜଣ ବାଉନ୍ସର ଉପସ୍ଥିତ ରହିବା ସହିତ ଧାରଣାରତ କର୍ମୀଙ୍କୁ କାର୍ଯ୍ୟାଳୟରୁ ତଡି ଦେଇଥିଲେ। ଏହାକୁ ନେଇ ବିବାଦ ଉଠିବା ପରେ ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ଏହି ଘଟଣାକୁ ନିନ୍ଦା କରିଥିଲେ। ଏନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସହ ଆଲୋଚନା କରି ଘଟଣାର ତଦନ୍ତ କରିବାକୁ ଦାବି କରିବେ ବୋଲି କହିଥିଲେ। ମାତ୍ର ମଙ୍ଗଳବାର ଦଳୀୟ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ଏ ସମ୍ପର୍କରେ କୌଣସି ଆଲୋଚନା ହୋଇ ନ ଥିବା ସେ କହିଛନ୍ତି। ପ୍ରଦୀପ କହିଛନ୍ତି ଯେ, ସୁଭାଷ ବୋଷଙ୍କ ଜୟନ୍ତୀ, ଜାନୁୟାରୀ ୨୬ ପାଳନ ଏବଂ ଆସନ୍ତା ୩୦ରେ ହେବାକୁ ଥିବା ଏକତା ଦିବସ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଛି। ମାତ୍ର ଏଭଳି ଘଟଣା ଦଳରେ ଖରାପ ପରମ୍ପରା ସୃଷ୍ଟି କରୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଲହରୀ’ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ

ଭୁବନେଶ୍ୱର,୧୯।୭ (ସୌମ୍ୟରଞ୍ଜନ ରାଉତ): ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ୨୦୨୪ ବର୍ଷ ପାଇଁ ଶନିବାର ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ‘ଲହରୀ’ ଶ୍ରେଷ୍ଠ…

ଆଡ଼ପମଣ୍ଡପରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୧୯।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି…

ଏଇ ଭାରତରେ

ପ୍ରଦ୍ୟୋତ ଭୋଲେଟି ଗରିବ ଓ ଅସହାୟ ପିଲାଙ୍କୁ ମାଗଣାରେ ବାସ୍କେଟବଲ ପ୍ରଶିକ୍ଷଣ ଦେଉଛନ୍ତି। ସେ ଡ୍ରିବଲ ଏକାଡେମୀ ମାଧ୍ୟମରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ସେ…

ନୂଆ ପିଢ଼ି ପାଇଁ ଅପରିଚିତ ଅକ୍ଷର

ଭାଷା କେବଳ ଭାବ ବିନିମୟର ମାଧ୍ୟମ ନୁହେଁ; ଏହା ଏକ ଜାତିର ସଭ୍ୟତା, ସଂସ୍କୃତି, ଇତିହାସ ଓ ଅସ୍ମିତାର ବାହକ। ମଣିଷର ଚିନ୍ତାଧାରା, ସୃଜନଶୀଳତା ଏବଂ ସାଂସ୍କୃତିକ…

ବ୍ୟାଙ୍କ ଜାତୀୟକରଣର ପୃଷ୍ଠଭୂମି

ଇଷ୍ଟ ଇଣ୍ଡିଆ କମ୍ପାନୀ ଭାରତରେ କାୟା ବିସ୍ତାର କରି ୧୭୭୦ ମସିହାରେ କଲିକତାରେ ବ୍ୟାଙ୍କ ଅଫ୍‌ ହିନ୍ଦୁସ୍ତାନ ନାମକ ବାଣିଜି୍ୟକ ବ୍ୟାଙ୍କ ଖୋଲିଥିଲା। ଏ ବ୍ୟାଙ୍କ ତିଷ୍ଠି…

ଆନ୍ଦୋଳନର ତିନୋଟି କଥା

କକ୍‌ରୋଚ୍‌ ଜନତା ପାର୍ଟିର ବିକ୍ଷୋଭ ପ୍ରଦର୍ଶନକୁ ନେଇ ମୋ ମନକୁ କିଛି କଥା ବା ବିଚାର ଆସୁଛି। ପ୍ରଥମ କଥା ହେଉଛି, ସୋନମ ୱାଙ୍ଗଚୁକଙ୍କ ସମେତ ଏହାର…

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଘର ଛାତରୁ ଖସି ପଡ଼ିଲେ ମହିଳା: ଗୁରୁତର ଅବସ୍ଥାରେ ବ୍ରହ୍ମପୁର…

ଦିଗପହଣ୍ଡି, ୧୮।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri