ବାଉରୀଯୋର ପୋଲ ଉପରେ ୭ଫୁଟ ପାଣି: ବୀରମହାରାଜପୁରରୁ ରେଢ଼ାଖୋଲ, ବୌଦ୍ଧକୁ ଯୋଗାଯୋଗ ବିଚ୍ଛିନ୍ନ

ଅମରପାଲି, ୧୩।୮(ଡି.ଏନ.ଏ.): ବୀରମହାରାଜପୁର-ରେଢ଼ାଖୋଲ ରାସ୍ତାର ପିତାମହୁଲ ନିକଟ ବାଉରୀଯୋର ପୋଲ ଉପରେ ପ୍ରାୟ ୭ଫୁଟ ପାଣି ଜମି ପ୍ରବାହିତ ହେଉଥିବାରୁ ଉକ୍ତ ବାଟ ଦେଇ ଯାତାୟତ ବ୍ୟାହତ ହୋଇଛି। ଫଳରେ ବୀରମହାରାଜପୁରରୁ ରେଢ଼ାଖୋଲ ଓ ବୌଦ୍ଧକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଛି। ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ତେଲନଦୀ ଓ ମହାନଦୀରେ ବନ୍ୟା ପାଣି ଆସିବାରୁ ଏହି ପରିସ୍ଥିତି ସୃଷ୍ଟି ହୋଇଛି। ମହାନଦୀରେ ଅଧିକ ପାଣି ଆସିିବାରୁ ପୂର୍ବାହ୍ନ ୧୦ଟାରୁ ବାଉରୀଯୋରରେ ଜଳପତ୍ତନ ବୃଦ୍ଧି ପାଇଥିଲା। ମଧ୍ୟାହ୍ନବେଳକୁ ବାଉରୀଯୋର ପୋଲ ଉପରେ ପ୍ରାୟ ୭ ଫୁଟ ପାଣି ଜମି ରହିବାରୁ ଯାତାୟତ ବାଧାପ୍ରାପ୍ତ ହୋଇଛି। ସକାଳୁ ଉକ୍ତ ରାସ୍ତା ଦେଇ ବୌଦ୍ଧ ଓ ରେଢ଼ାଖୋଲକୁ ଯାଇଥିବା ଲୋକେ ଅପରାହ୍ନରେ ଫେରିବା ବେଳେ ହଇରାଣ ହୋଇଛନ୍ତି। ଏପରିକି ଉକ୍ତ ରାସ୍ତା ଦେଇ ସୋନପୁର, ଉଲୁଣ୍ଡା, ବିନିକା, ବଲାଙ୍ଗୀର ଅଞ୍ଚଳର ଲୋକେ ରେଢ଼ାଖୋଲ, ବୌଦ୍ଧ, ଅନୁଗୋଳ ସମେତ ରାଜଧାନୀ ଭୁବନେଶ୍ୱର ଓ କଟକକୁ ଯିବା ଆସିବା କରନ୍ତି । ଏବେ ପୋଲ ଉପରେ ପାଣି ଥିବା ଯୋଗୁଁ ବୀରମହାରାଜପୁର ଉକ୍ତ ଅଞ୍ଚଳକୁ ଯୋଗାଯୋଗ ବିଚ୍ଛିନ୍ନ ରହିଛି। ସୂଚନାଯୋଗ୍ୟ ଉକ୍ତ ଯୋର ଉପରେ ନୂତନ ଭାବରେ ଏକ ଉଚ୍ଚ ପୋଲ ନିର୍ମାଣ ହେଉଥିଲେ ମଧ୍ୟ କାମ ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଏହି ସମସ୍ୟା ଦେଖାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆ ଦିନିକିଆ ଅଧିନାୟକ ପଦରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କିଏ ନେଲା ପ୍ୟାଟ କମିନ୍ସଙ୍କ ସ୍ଥାନ

ନୂଆଦିଲ୍ଲୀ,୨୪।୯: ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ବର୍ତ୍ତମାନ ଡର୍ବାନରେ ଖେଳାଯାଉଛି। ଏହି ମ୍ୟାଚରେ ମିଚେଲ ମାର୍ଶ ଅଷ୍ଟ୍ରେଲୀୟ ଦଳର ଅଧିନାୟକତ୍ୱ କରୁଛନ୍ତି,…

କଳିଙ୍ଗା ଘାଟିରେ ଭୂସ୍ଖଳନ: ଯାତାୟାତ ବନ୍ଦ, ଘଟଣାସ୍ଥଳରେ ପ୍ରଶାସନ

ଜି.ଉଦୟଗିରି, ୨୪।୯ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସମ୍ଭାବ୍ୟ ବାତ୍ୟାର ପ୍ରଭାବ ସହ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲାର କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି।…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଗମନାଗମନ ବନ୍ଦ ଆଶଙ୍କା

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପୁଣି ଭୂସ୍ଖଳନ ହୋଇଛି। ଏଥର ଅନ୍ଧାରୀକୋଟି ମନ୍ଦିର…

ତେନ୍ଦୁଲକର, ରୋହିତଙ୍କୁ ପଛରେ ପକାଇଲେ ବିରାଟ! ଟପ୍‌-୫ ବ୍ୟାଟରଙ୍କ ତାଲିକା ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୪।୯: ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ୨୭ ସେପ୍ଟେମ୍ବରରୁ ଆରମ୍ଭ ହେବ ୩ ମ୍ୟାଚର ରୋମାଞ୍ଚକର ଦିନିକିଆ ସିରିଜ। କ୍ୟାରିବିୟାନ ଦଳ ବିପକ୍ଷରେ ଭାରତ ମଇଦାନକୁ ଓହ୍ଲାଇଲେ ପ୍ରଶଂସକଙ୍କ ନଜର…

ଅଲୋଡା ରେକର୍ଡ କଲେ ଅଭିଷେକ ଶର୍ମା: ଟି-୨୦ରେ ଓପନର ଭାବେ…

ସାନୋ, ୨୩।୯: ଜାପାନ ବିପକ୍ଷ ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଭାରତୀୟ ଓପନର୍‌ ଅଭିଷେକ ଶର୍ମାଙ୍କ ପାଇଁ ନିରାଶାଜନକ ରହିଛି। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ…

କ୍ରିକେଟରେ ଖେଳିଗଲା ଚାଞ୍ଚଲ୍ୟ! ୨ ବଳାତ୍କାର ଅଭିଯୋଗରେ ଖେଳାଳି ନିଲମ୍ବିତ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୨୪।୯: ଇଂଲଣ୍ଡର ଘରୋଇ କ୍ରିକେଟରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏସେକ୍ସ କାଉଣ୍ଟି କ୍ରିକେଟ କ୍ଲବର ୨୪ ବର୍ଷୀୟ ବ୍ୟାଟର ରବିନ ଦାସଙ୍କ ବିରୋଧରେ ଦୁଇଟି…

କୋଲାବ ନଦୀରେ ଭାସିଗଲେ ଶିକ୍ଷକ, ମାଛ ଧରୁଥିବା ବେଳେ…

କୋରାପୁଟ, ୨୪ା୯ (ଅମିତାଭ ବେହେରା): କୋଲାବ ନଦୀର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଶିକ୍ଷକ ନିଖୋଜ ହୋଇଛନ୍ତି । ନିଖୋଜ ଶିକ୍ଷକ ହେଲେ ବନ୍ଦଗୁଡ଼ା ଅଞ୍ଚଳର ଭୀମଧର…

କେତୁଙ୍କ ନକ୍ଷତ୍ର ବଦଳିବା ମାତ୍ରେ ୪ ରାଶିଙ୍କୁ ଅପାର ଧନଲାଭ, ଚାକିରିରେ ପଦୋନ୍ନତି! ସବୁ କ୍ଷେତ୍ରରେ ପାଇବେ ଲାଭ ହିଁ ଲାଭ

ବୈଦିକ ଜ୍ୟୋତିଷରେ କେତୁଙ୍କୁ ରହସ୍ୟ, ଆଧ୍ୟାତ୍ମିକତା, ଗବେଷଣା ଓ ବୈରାଗ୍ୟ ସହ ଜଡ଼ିତ ଗ୍ରହ ଭାବେ ମନାଯାଏ। ନଭେମ୍ବର ଶେଷରେ କେତୁଙ୍କ ନକ୍ଷତ୍ର ପରିବର୍ତ୍ତନ ହେବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?