Posted inଖେଳ

ବାଓଟୋ ଏଟିପି ଚ୍ୟାଲେଞ୍ଜର : ସିଙ୍ଗଲ୍ସ, ଡବଲ୍ସରେ ମୁକୁନ୍ଦ ରନର୍ସ-ଅପ୍‌

ବାଓଟୋ,୧।୯(ପି.ଟି.)- ଚାଇନାର ବାଓଟୋରେ ଅନୁଷ୍ଠିତ ହୋଇଥିବା ୫୪,୧୬୦ ଆମେରିକୀୟ ଡଲାର ପୁରସ୍କାର ରାଶି ବିଶିଷ୍ଟ କ୍ଲେ- କୋର୍ଟ ଏଟିପି ଚ୍ୟାଲେଞ୍ଜର ଇଭେଣ୍ଟରେ ଭାରତର ଶଶି କୁମାର ମୁକୁନ୍ଦ କ୍ୟାରିୟର ଶ୍ରେଷ୍ଠ ପ୍ରଦର୍ଶନ କରି ଦୁଇଟି ଇଭେଣ୍ଟରେ ରନର୍ସଅପ୍‌ ହୋଇଛନ୍ତି। ସେ ପୁରୁଷ ସିଙ୍ଗଲ୍ସ ଓ ଡବଲ୍ସ ଫାଇନାଲରେ ପରାସ୍ତ ହୋଇ ରନର୍ସଅପ୍‌ରେ ସନ୍ତୁଷ୍ଟ ହୋଇଛନ୍ତି।
ସିଙ୍ଗଲ୍ସରେ ଦ୍ୱାଦଶ ସିଡ ମାନ୍ୟତା ପାଇଥିବା ମୁକୁନ୍ଦ ଫାଇନାଲରେ ଟପ୍‌ ସିଡ ଅଷ୍ଟ୍ରେଲିଆର ଜେମ୍ସ ଡକଓ୍ବର୍ଥଙ୍କଠାରୁ ୪-୬, ୩-୬ ସେଟରେ ପରାସ୍ତ ହୋଇ ଟାଇଟଲ ହାସଲରୁ ବଞ୍ଚିତ ହୋଇଥିଲେ। ଏହାପୂର୍ବରୁ ଚେନ୍ନାଇ ଓପନ ସେମିଫାଇନାଲରେ ପ୍ରବେଶ କରି ମୁକୁନ୍ଦ ସିଙ୍ଗଲ୍ସରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିଲେ। ଫାଇନାଲରେ ପହଞ୍ଚିବା ସହ ସେ ୪୨୪୦ ଆମେରିକୀୟ ଡଲାର ପୁରସ୍କାର ଓ ୪୦ ର଼୍ୟାଙ୍କିଙ୍ଗ୍‌ ପଏଣ୍ଟ ହାସଲ କରିଛନ୍ତି। ଫଳରେ ୟୁଏସ୍‌ ଓପନ ପରେ ପ୍ରକାଶିତ ହେବାକୁ ଥିବା ନୂଆ ର଼୍ୟାଙ୍କିଙ୍ଗ୍‌ରେ ସେ କ୍ୟାରିୟର ଶ୍ରେଷ୍ଠ ୨୩୫ତମ ସ୍ଥାନକୁ ଉଠିବା ସ୍ପଷ୍ଟ ହୋଇଛି। ଚଳିତ ସେସନରେ ମୁକୁନ୍ଦ ଏହା ପୂର୍ବରୁ ଆଭରେଜ ପ୍ରଦର୍ଶନ କରିଥିଲେ। କୌଣସି ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡ ମଧ୍ୟ ସେ ପାର କରିପାରି ନ ଥିଲେ।
ସେହିପରି ଡବଲ୍ସ ଇଭେଣ୍ଟରେ ମୁକୁନ୍ଦ ଓ ତାଙ୍କ ରୁଷିଆ ପାର୍ଟନର ତେମୁରାଜ ଗାବାଶଭିଲି ଫାଇନାଲରେ ଦ୍ୱିତୀୟ ସିଡ କୋରିଆ ଯୋଡି ଜି ସଙ୍ଗ ନାମ ଓ ମିନ- କ୍ୟୁ ସଙ୍ଗଙ୍କଠାରୁ ୬-୭, ୨-୬ ସେଟରେ ପରାସ୍ତ ହୋଇ ଟାଇଟଲ ହାସଲରୁ ବଞ୍ଚିତ ହୋଇଥିଲେ ମଧ୍ୟ ରନର୍ସଅପ୍‌ରେ ସନ୍ତୁଷ୍ଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri