ବାଗଡିଆ-ବୁଢାଢିପ ରାସ୍ତା ମରଣଯନ୍ତା

ଛେଣ୍ଡିପଦା,୧୦।୯ (ସ୍ବ.ପ୍ର)

ଛେଣ୍ଡିପଦା ବ୍ଲକ ବାଗଡିଆ ପଞ୍ଚାୟତ ବାଗଡିଆ ଜଗନ୍ନାଥ ମନ୍ଦିରଠାରୁ ବୁଢାଢିପ ଗ୍ରାମକୁ ଯାଇଥିବା ମୁଖ୍ୟରାସ୍ତା ମରଣଯନ୍ତା ପାଲଟିଛି। ଲଗାଣ ବର୍ଷା ଯୋଗୁ ରାସ୍ତାରେ ଗାତ ସୃଷ୍ଟି ହୋଇ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଉକ୍ତ ରାସ୍ତା ଦେଇ ଗ୍ରାମର ସମସ୍ତ ବର୍ଷା ଜଳ ଓ ଡ୍ରେନ ପାଣି ଆସି କଂକ୍ରିଟ ରାସ୍ତାଟି ଦବି ଯିବା ସହିତ ୩ ଫୁଟର ଗଭୀର ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ ଜନ ସାଧାରଣ ଯାତାୟାତରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି, ଏକ ଘରୋଇ ଠିକସଂସ୍ଥା ପକ୍ଷରୁ ୩/୪ ବର୍ଷ ତଳେ ରାସ୍ତା ନିର୍ମାଣ ହୋଇଥିଲା। ନିମ୍ନମାନର କାମ ଯୋଗୁ ରାସ୍ତାଟି ଭାଙ୍ଗିଯାଇଛି। ଏହି ରାସ୍ତାଦେଇ ପ୍ରତିଦିନ ବହୁ ଜନସାଧାରଣ, ଛାତ୍ରୀଛାତ୍ର ଯାତାୟାତ କରିଥାନ୍ତି। ରାସ୍ତାଟି ଦବି ଯିବା ଫଳରେ ଗ୍ରାମବାସୀ ଅସୁବିଧା ଭୋଗୁଛନ୍ତି। ତୁରନ୍ତ ଏହାର ମରାମତି କରିବା ପାଇଁ ଦାବି ହୋଇଛି। ଏ ସମ୍ପର୍କରେ ବାଗଡିଆ ସରପଞ୍ଚ ସଞ୍ଜୟ ଦେହୁରୀ କହିଛନ୍ତି, ପଞ୍ଚାୟତରେ ଅର୍ଥ ନାହିଁ। ଅର୍ଥ ଆସିଲା ପରେ ତୁରନ୍ତ ପଦକ୍ଷେପ ନିଆଯିବ। ଏ ନେଇ ବିଡିଓ ରୋମାଞ୍ଚଳ ଖମାରୀ କୁହନ୍ତି, ପୂର୍ତ୍ତ ବିଭାଗ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ଯନ୍ତ୍ରୀଙ୍କ ସହିତ ଆଲୋଚନା କରାଯାଇ ତୁରନ୍ତ ପାଣି ନିଷ୍କାସନର ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri