ବାଘୁଆ ଜଳଭଣ୍ଡାରର ୪ ଗେଟ୍‌ ଖୋଲିଲା

ବୁଗୁଡ଼ା,୨୫ା୧୦(ଡି.ଏନ୍‌.ଏ.)- ବୁଗୁଡା ବ୍ଲକ ଅନ୍ତର୍ଗତ ମତାଝରି ନିକଟସ୍ଥ ବାଘୁଆ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ପାଇଁ ଗୁରୁବାର ସକାଳୁ ୪ ଗେଟ ଖୋଲାଯାଇଛି। ଜଳପତ୍ତନ ବଢୁଥିବାରୁ ଜଳଭଣ୍ଡାରର ସୁରକ୍ଷା ପାଇଁ ଏପରି ପଦକ୍ଷେପ ନିଆଯାଇଛି ବୋଲି ସହ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁଚରଣ ସାହୁ କହିଛନ୍ତି। ବାଘୁଆ ଜଳ ଭଣ୍ଡାର ଜଳସ୍ତର ୧୧୩.୮୫ ମିଟର। କିନ୍ତୁ ବର୍ତ୍ତମାନ ଏହାର ଜଳସ୍ତର ୧୧୩.୭୧ ମିଟରେ ପହଞ୍ଚତ୍ ବିପଦ ସଙ୍କେତ ନିକଟତର ହେବାରେ ଲାଗିଛି। ବାଘୁଆ ଜଳଭଣ୍ଡାରର ଜଳଧାରଣ କ୍ଷମତା ୩୧୦୦ ହେକ୍ଟୋମିଟର ଥିବାବେଳେ ବର୍ତ୍ତମାନ ଜଳସ୍ତର ୨୯୮୭ ହେକ୍ଟୋମିଟରରେ ପହଞ୍ଚତ୍ଛି। ତେଣୁ ଜଳ ଭଣ୍ଡାରରୁ ୪ ଗେଟ ଦେଇ ବନ୍ୟାଜଳ ନିଷ୍କାସନ କରାଯାଇ ନଦୀକୁ ଛଡ଼ାଯାଇଛି। ବାଘୁଆରେ ବୁଧବାରଠାରୁ ଗୁରୁବାର ୧୦ଟା ପର୍ଯ୍ୟନ୍ତ ୧୩ ମିଲିମିଟର ବର୍ଷା ହୋଇଛି। ବାଘୁଆ ଜଳଭଣ୍ଡାରକୁ ବର୍ତ୍ତମାନ ପ୍ରତି ସେକେଣ୍ଡରେ ୨୭୦ ଘନମିଟର ଜଳ ପ୍ରବେଶ କରୁଥିବାବେଳେ ୪ ଗେଟ ଦେଇ ପ୍ରତି ସେକେଣ୍ଡରେ ୨୫୩ ଘନ ମିଟର ଜଳ ନିଷ୍କାସନ କରାଯାଉଛି। ଜଳ ଛଡ଼ାଯିବା ଫଳରେ କେତେକ ଗ୍ରାମର ଲୋକେ ବାହାରକୁ ବାହାରି ପାରୁନାହାନ୍ତି। ବୁଧବାର ଡ଼େଙ୍ଗୁରା ମାଧ୍ୟମରେ ନଦୀକୂଳିଆ ଗ୍ରାମବାସୀଙ୍କୁ ପ୍ରଶାସନ ସତର୍କ ସୂଚନା ଜାରି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ରାସ୍ତାରେ ପଡ଼ିଲା ବିରାଟକାୟ ଗଛ

ମୋହନା,୧୧।୪(ମନ୍ମଥ ମିଶ୍ର) :ବର୍ଷା ଅଛି ନା ପବନ ଅଛି । ତଥାପି ରାସ୍ତା ଉପରେ ପଡ଼ିଲା ବିରାକାୟ ଗଛ । ଅଟକି ରହିଲା ଅନେକ ଗାଡ଼ି ରାସ୍ତାର…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri