ବାଙ୍କ ସର୍ଗି ବିଦ୍ୟାଳୟ: ବର୍ଷା ହେଲେ ପଢା ବନ୍ଦ

ପାପଡାହାଣ୍ଡି,୨୮।୭(ଡି.ଏନ.ଏ)-ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ମୁହାଁ କରିବା ଲାଗି ହୋଇଛି ବ୍ୟାପକ ଯୋଜନା । ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା । କିନ୍ତୁ ବିଦ୍ୟାଳୟ ଭିତ୍ତିଭୂମିକୁ ଦୃଷ୍ଟି ଦିଆଯାଉ ନାହିଁ। କେଉଁଠି ଭଙ୍ଗା ଆଜବେଷ୍ଟସ ତଳେ ତ ଆଉ କେଉଁଠି ଖୋଳା ଆକାଶ ତଳେ ପାଠ ପଢାଯାଉଛି। ଏପରି ଅବସ୍ଥା ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ପଣ୍ଡିକୋଟ ପଞ୍ଚାୟତ ବାଙ୍କସର୍ଗି ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି । ଶ୍ରେଣୀ ଗୃହର ଆଜବେଷ୍ଟସ ଫାଟି ଯାଇଥିବାରୁ ବର୍ଷା ହେଲେ ଏଠି ପାଠ ପଢା ବନ୍ଦ ହୋଇଥାଏ। ପଣ୍ଡିକୋଟ ପଞ୍ଚାୟତରେ ବାଙ୍କସର୍ଗି ପ୍ରାଥମିକ ବିଦ୍ୟାଳୟ ୧୯୭୧ ମସିହାରେ ସ୍ଥାପନ ହୋଇଥିଲା। ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ପର୍ଯ୍ୟନ୍ତ ୬୪ ଛାତ୍ରୀଛାତ୍ର ପାଠ ପଢୁଥିବା ବେଳେ ୨ ଜଣ ଶିକ୍ଷକ ଅଛନ୍ତି। ଛାତ୍ରୀଛାତ୍ରଙ୍କ ପାଇଁ ରହିଛି ୨ ଟି କୋଠରୀ । ଏହା ଭିତରେ ପିଲାମାନେ ବସି ବହୁ କଷ୍ଟରେ ଶିକ୍ଷା ଗ୍ରହଣ କରିଥାନ୍ତି । ଶ୍ରେଣୀ ଗୃହର ଆଜବେଷ୍ଟସ ଫାଟି ଯାଇଥିବାରୁ ବର୍ଷା ହେଲେ ଏଥିରୁ ପାଣି ଗଳୁଛି। ଫଳରେ ପିଲାମାନେ ବସି ପାଠ ପଢିବା ସମ୍ଭବପର ହୋଇ ନ ଥାଏ। ବିଦ୍ୟାଳୟର ଚତୁଃପାର୍ଶ୍ୱରେ ପାଚେରୀ ନଥିବା ଯୋଗୁଁ ବୁଲା ଗୋରୁ ଓ ଅସାମାଜିକ ଲୋକଙ୍କ ଆଡ୍ଡାସ୍ଥଳୀ ପାଲଟିଛି । ନଳକୂପଟି ଦୀର୍ଘ ଦିନ ହେଲା ଅଚଳ ହୋଇ ପଡିଛି । ପିଲାମାନେ ବିଦ୍ୟାଳୟ ବାହାରକୁ ଯାଇ ପାଣି ପିଇବାକୁ ପଡିଥାଏ। ମରାମତି ଲାଗି ପଞ୍ଚାୟତକୁ ବାରମ୍ବାର ଅଭିଯୋଗ କରିବା ସତ୍ତ୍ୱେ ଏପର୍ଯ୍ୟନ୍ତ କିଛି ପଦକ୍ଷେପ ଗ୍ରହଣ କରାଯାଇନାହିଁ । ଶୌଚାଳୟ ନିର୍ମାଣ ହୋଇଛି କିନ୍ତୁ ପାଣି ନଥିବା ଯୋଗୁଁ ସବୁ ଅପରିଷ୍କାର ହୋଇ ପଡିଛି । ପିଲା ମାନଙ୍କୁ ବାହାରକୁ ଶୌଚ ଓ ପରିସ୍ରା ଯିବାକୁ ପଡୁଛି। ବିଦ୍ୟାଳୟର ସମସ୍ୟାର ସମଧାନ ଲାଗି କମିଟି ସଭାପତି ଚୈତନ୍ୟ ଜାନି ଓ କମିଟି ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍‌ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri