ବାଙ୍କ ସର୍ଗି ବିଦ୍ୟାଳୟ: ବର୍ଷା ହେଲେ ପଢା ବନ୍ଦ

ପାପଡାହାଣ୍ଡି,୨୮।୭(ଡି.ଏନ.ଏ)-ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ମୁହାଁ କରିବା ଲାଗି ହୋଇଛି ବ୍ୟାପକ ଯୋଜନା । ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା । କିନ୍ତୁ ବିଦ୍ୟାଳୟ ଭିତ୍ତିଭୂମିକୁ ଦୃଷ୍ଟି ଦିଆଯାଉ ନାହିଁ। କେଉଁଠି ଭଙ୍ଗା ଆଜବେଷ୍ଟସ ତଳେ ତ ଆଉ କେଉଁଠି ଖୋଳା ଆକାଶ ତଳେ ପାଠ ପଢାଯାଉଛି। ଏପରି ଅବସ୍ଥା ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ପଣ୍ଡିକୋଟ ପଞ୍ଚାୟତ ବାଙ୍କସର୍ଗି ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି । ଶ୍ରେଣୀ ଗୃହର ଆଜବେଷ୍ଟସ ଫାଟି ଯାଇଥିବାରୁ ବର୍ଷା ହେଲେ ଏଠି ପାଠ ପଢା ବନ୍ଦ ହୋଇଥାଏ। ପଣ୍ଡିକୋଟ ପଞ୍ଚାୟତରେ ବାଙ୍କସର୍ଗି ପ୍ରାଥମିକ ବିଦ୍ୟାଳୟ ୧୯୭୧ ମସିହାରେ ସ୍ଥାପନ ହୋଇଥିଲା। ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ପର୍ଯ୍ୟନ୍ତ ୬୪ ଛାତ୍ରୀଛାତ୍ର ପାଠ ପଢୁଥିବା ବେଳେ ୨ ଜଣ ଶିକ୍ଷକ ଅଛନ୍ତି। ଛାତ୍ରୀଛାତ୍ରଙ୍କ ପାଇଁ ରହିଛି ୨ ଟି କୋଠରୀ । ଏହା ଭିତରେ ପିଲାମାନେ ବସି ବହୁ କଷ୍ଟରେ ଶିକ୍ଷା ଗ୍ରହଣ କରିଥାନ୍ତି । ଶ୍ରେଣୀ ଗୃହର ଆଜବେଷ୍ଟସ ଫାଟି ଯାଇଥିବାରୁ ବର୍ଷା ହେଲେ ଏଥିରୁ ପାଣି ଗଳୁଛି। ଫଳରେ ପିଲାମାନେ ବସି ପାଠ ପଢିବା ସମ୍ଭବପର ହୋଇ ନ ଥାଏ। ବିଦ୍ୟାଳୟର ଚତୁଃପାର୍ଶ୍ୱରେ ପାଚେରୀ ନଥିବା ଯୋଗୁଁ ବୁଲା ଗୋରୁ ଓ ଅସାମାଜିକ ଲୋକଙ୍କ ଆଡ୍ଡାସ୍ଥଳୀ ପାଲଟିଛି । ନଳକୂପଟି ଦୀର୍ଘ ଦିନ ହେଲା ଅଚଳ ହୋଇ ପଡିଛି । ପିଲାମାନେ ବିଦ୍ୟାଳୟ ବାହାରକୁ ଯାଇ ପାଣି ପିଇବାକୁ ପଡିଥାଏ। ମରାମତି ଲାଗି ପଞ୍ଚାୟତକୁ ବାରମ୍ବାର ଅଭିଯୋଗ କରିବା ସତ୍ତ୍ୱେ ଏପର୍ଯ୍ୟନ୍ତ କିଛି ପଦକ୍ଷେପ ଗ୍ରହଣ କରାଯାଇନାହିଁ । ଶୌଚାଳୟ ନିର୍ମାଣ ହୋଇଛି କିନ୍ତୁ ପାଣି ନଥିବା ଯୋଗୁଁ ସବୁ ଅପରିଷ୍କାର ହୋଇ ପଡିଛି । ପିଲା ମାନଙ୍କୁ ବାହାରକୁ ଶୌଚ ଓ ପରିସ୍ରା ଯିବାକୁ ପଡୁଛି। ବିଦ୍ୟାଳୟର ସମସ୍ୟାର ସମଧାନ ଲାଗି କମିଟି ସଭାପତି ଚୈତନ୍ୟ ଜାନି ଓ କମିଟି ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ନଳକୂପରୁ ବାହାରୁନି ପାଣି, ଝରଣା ଭରସା

ରାୟଗଡ଼ା,୮।୪(ଆଶିଷ ରଞ୍ଜନ ପଣ୍ଡା): ଗ୍ରୀଷ୍ମଋତୁ ଆରମ୍ଭରୁ ରାୟଗଡ଼ା ଜିଲାରେ ପାନୀୟ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ସ୍ବାଧୀନତାର ୭୫ ବର୍ଷ ପରେ ଆଜି ବି...

ଜିଲା ବିଜେଡିରେ ବଡ଼ ପରିବର୍ତନ, ଭେଟରାନ ନେତାଙ୍କୁ ସଭାପତି ଦାୟିତ୍ୱ

ରାୟଗଡା,୫।୪(ଆଶିଷ ରଞ୍ଜନ ପଣ୍ଡା): ନିର୍ବାଚନକୁ ଆଉ ମାସେ ସମୟ ରହିଥିବା ବେଳେ ଜିଲା ବିଜେଡିରେ ପରିବର୍ତନ । ଯାହାକୁ ନେଇ ଜିଲାରେ ହଟଚମଟ ସୃଷ୍ଟି ହୋଇଛି...

ଦାଦା-ପୁତୁରା, ଅଜା-ନାତି ଲଢ଼େଇ

ଗୁଣପୁର,୫ା୪ (ପ୍ରଦୀପ କୁମାର ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। ବିଜେଡି ପକ୍ଷରୁ ରଘୁନାଥ...

କଂଗ୍ରେସ ତାଲିକାରୁ ଗମାଙ୍ଗ ପରିବାର ବାଦ୍‌

ଗୁଣପୁର,୩ା୪ (ପ୍ରଦୀପ କୁମାର ପାଢ଼ୀ):କଂଗ୍ରେସ ଏବଂ ଭାଜପା ପକ୍ଷରୁ ରାୟଗଡା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ୩ ପ୍ରମୁଖ ରାଜନୈତିକ...

କାଗଜ କଲମରେ ସୀମିତ ଓଡ଼ିଆ ଭାଷା ସୁରକ୍ଷା

ରାୟଗଡା,୧।୪(ଭାଗ୍ୟଶ୍ରୀ ମିଶ୍ର): ସାରା ରାଜ୍ୟରେ ଏପ୍ରିଲ ୧କୁ ଉତ୍କଳ ଦିବସ ଭାବେ ପାଳନ କରାଯାଉଛି l ଭାଷା ଭିତ୍ତିରେ ପ୍ରଥମ ରାଜ୍ୟ ଗଠନ ଏବଂ ସ୍ବତନ୍ତ୍ର...

ଜନସାଧାରଣ, ସମର୍ଥକ ଚାହିଁଲେ ପୁଣି ସ୍ୱାଧୀନରେ ଲଢ଼ିବେ ମକରନ୍ଦ

ରାୟଗଡ଼ା,୩୧/୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ନିର୍ବାଚନମଣ୍ଡଳୀରେ ରାଜ୍ୟର ଏକମାତ୍ର ସ୍ୱାଧୀନ ବିଧାୟକ ଭାବେ ୨୦୧୯ରେ ବିଜୟୀ ହୋଇଥିଲେ ମକରନ୍ଦ ମୁଦୁଲି । ବିଜେଡ଼ିର ପ୍ରାର୍ଥି ତଥା...

ଅନସୂୟାଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ: ପରିବର୍ତ୍ତନ ନ ହେଲେ ଅନ୍ୟ ପନ୍ଥା

ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବିଧାନସଭା ଆସନ ପ୍ରାର୍ଥତ୍ନୀ ଅନସୂୟା ମାଝିଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ ତେଜିବାରେ ଲାଗିଛି। ଶୁକ୍ରବାର ବିଜେଡି ରାଜ୍ୟ ଉପସଭାପତି ଏନ୍‌.ଭାସ୍କର ରାଓଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri