ବାଙ୍ଗାଲୋରରେ ହତ୍ୟାକାଣ୍ଡ ଘଟଣା : ଅଭିଯୁକ୍ତ ଯୁବକ ଇରମରୁ ଗିରଫ

ବାସୁଦେବପୁର, ୬।୭ (ଡି.ଏନ.ଏ.) – ବାଙ୍ଗାଲୋରରେ ଘଟିଥିବା ଏକ ହତ୍ୟାକାଣ୍ଡ ଘଟଣାର ଅଭିଯୁକ୍ତ ଯୁବକ ଆକାଶ ଗୌଡ଼(୨୨)ଙ୍କୁ ବାସୁଦେବପୁର ଥାନା ଅଧୀନ ଇରମ ଆଡ଼ିଆ ଗ୍ରାମରୁ ଗତ ଶୁକ୍ରବାର ପୋଲିସ ଗିରଫ କରି ବାଙ୍ଗାଲୋର ପୋଲିସକୁ ହସ୍ତାନ୍ତର କରିଛି। ପୋଲିସ ସୂଚନା ଅନୁଯାୟୀ, ଗିରଫ ଅଭିଯୁକ୍ତ ଆକାଶଙ୍କ ଘର ବାଙ୍ଗାଲୋର ସିଟି ଭେଲିକାଭେଲ ଥାନା ଅଧୀନ କେମ୍ପାଗୌଡନଗରରେ। ଗତ ଜୁନ୍‌ ୧୬ ତାରିଖରେ ବାଙ୍ଗାଲୋର ସିଟି ଅଞ୍ଚଳର ମାଲେଶ୍ୱରମ୍‌ ଛକ ସାମ୍ନାରେ ଆକାଶ ଓ ତାଙ୍କର ଅନ୍ୟ ଦୁଇଜଣ ସହଯୋଗୀ ଶ୍ରୀନିବାସ ରାଓ ନାମକ ଜଣେ ବ୍ୟବସାୟୀଙ୍କ ପୁତ୍ରଙ୍କୁ ମାରଣାସ୍ତ୍ରରେ ହାଣି ହତ୍ୟା କରି ଫେରାର ହୋଇଯାଇଥିଲେ। ଏ ନେଇ ଶ୍ରୀନିବାସଙ୍କ ଅଭିଯୋଗ କ୍ରମେ ଭେଲିକାଭେଲ ଥାନାରେ ଦଫା ୩୦୨, ୩୦୭, ୩୪ ଆଇପିସିରେ ଏକ ମାମଲା(ନଂ. ୫୨/୧୯) ରୁଜୁ ହୋଇ ପୋଲିସ ତଦନ୍ତ ଜାରି ରଖିଥିଲା। ସ୍ଥାନୀୟ ଅଞ୍ଚଳରେ ଅଭିଯୁକ୍ତ ଆକାଶ ଥିବା ଜାଣିବା ପରେ ଶୁକ୍ରବାର ବାସୁଦେବପୁର ଥାନା ଆଇଆଇସି ଉମାଶଙ୍କର ନାୟକ ସଦଳବଳ ଚଢ଼ାଉ କରି ଇରମ ଆଡ଼ିଆ ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରୁ ତାଙ୍କୁ ଧରିଥିଲେ। ପରେ ତାଙ୍କୁ ବାଙ୍ଗାଲୋର ପୋଲିସକୁ ହସ୍ତାନ୍ତର କରାଯାଇଛି।
ପ୍ରକାଶ ଯେ, ଇରମ ଅଞ୍ଚଳର ଜନୈକ ବ୍ୟକ୍ତିଙ୍କର ଏକ ଦୋକାନ ବାଙ୍ଗାଲୋରରେ ଅଛି। ସେଠାରେ ତାଙ୍କର କେତେକ ସମ୍ପର୍କୀୟ ରହନ୍ତି। ଏହି ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ଆକାଶ ଏହି ବ୍ୟକ୍ତିଙ୍କ ପୁଅ ସହ ରଥଯାତ୍ରା ଦେଖିବାକୁ ଓଡ଼ିଶା ପଳାଇ ଆସି ଇରମରେ ରହିଥିଲେ। ଏ ସମ୍ପର୍କରେ ବାଙ୍ଗାଲୋର ପୋଲିସ ବାସୁଦେବପୁର ପୋଲିସକୁ ଅବଗତ କରିବା ପରେ ଆକାଶଙ୍କୁ ଧରିବା ପାଇଁ ପୋଲିସ ଜାଲ ବିଛାଇ ସଫଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri