ବାଙ୍ଗାଲୋର ଫେରନ୍ତା ଯୁବକଙ୍କୁ ହତ୍ୟା, କାରଣ ଅସ୍ପଷ୍ଟ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୩ା୯- କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅଞ୍ଚଳରେ ବାଙ୍ଗାଲୋରରୁ ଫେରିଥିବା ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ କାଶିନିପଦର ପଞ୍ଚାୟତ ତଳପଡା ଗ୍ରାମର ବିମଳ କହଁର (୨୨) ା ଫିରିଙ୍ଗିଆ ପଞ୍ଚାୟତ ତଣ୍ଡ୍ରିଗାଁ ନାଳ ପାଖ ବିଲରୁ ସୋମବାର ତାଙ୍କ ମୃତଦେହ ମିଳିଛି। ବିମଳଙ୍କ ବେକକୁ ହଣାଯାଇଥିବା ବେଳେ ମୁହଁ ଛେଚି ଦିଆଯାଇଛି। ତେବେ କେଉଁ ପରିସ୍ଥିତିରେ ତାଙ୍କୁ ହତ୍ୟା କରାଯାଇଛି, ସେ ନେଇ ପୋଲିସ ଖୋଳତାଡ ଆରମ୍ଭ କରିଛି ା ମୃତଦେହ ଜବତ କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ବ୍ୟବଚ୍ଛେଦ କରାଯାଇଛି। ଏ ନେଇ ଫିରିଙ୍ଗିଆ ଥାନାରେ ନଂ. ୭୬/୧୯ରେ ଏକ ହତ୍ୟା ମାମଲା ରୁଜୁ ହୋଇଛି ।
ତଳପଡା ଗ୍ରାମର କିତି କହଁରଙ୍କ ପୁଅ ବିମଳ ୫/୬ ବର୍ଷ ହେଲା ବାଙ୍ଗାଲୋରରେ ରହି ଶ୍ରମିକ କାର୍ଯ୍ୟ କରୁଥିଲେ। ଶୁକ୍ରବାର ବିମଳଙ୍କ ସହ ତାଙ୍କ ବାପା ଫୋନ ଯୋଗେ କଥା ହୋଇ ଘରକୁ ଆସିବାକୁ କହିଥିଲେ ା ଆଧାର କାର୍ଡ ଆଣି ଆସିଲେ ବ୍ଲକରେ କାମ ଅଛି ବୋଲି କହିଥିଲେ। ହେଲେ ବିମଳ ଗାଁକୁ ନ ଆସି ଫୋନ ହ୍ବାଟ୍ସ ଆପ୍‌ରେ ଆଧାର ଫଟୋ ପଠାଇ ଦେବେ ବୋଲି କହିଥିଲେ। ସୋମବାର ତଣ୍ଡ୍ରିଗାଁ ନାଳ ପାଖରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଖବର ପ୍ରଚାରିତ ହୋଇଥିଲା ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପଚରାଉଚରା କରିବାରୁ ଯୁବକ ଜଣକ ତଳପଡା ଗ୍ରାମର ବିମଳ ବୋଲି ଜଣାପଡିଥିଲା ା ପୋଲିସ ତାଙ୍କ ଘରକୁ ଖବର ଦେବାରୁ ବାପା ଆସି ମୃତଦେହ ଚିହ୍ନଟ କରିଥିଲେ ା ବାପା କିତି କହିଛନ୍ତି, ବିମଳ ଘରକୁ ଆସିବାକୁ ମନା କରିଥିଲା ା ବାଙ୍ଗାଲୋରରୁ ଫେରୁଥିବା ସମ୍ପର୍କରେ କିଛି ଜଣାଇନି। ପୂର୍ବରୁ କାହା ସହିତ ସେପରି ଶତ୍ରୁତା ନ ଥିଲେ ମଧ୍ୟ ପୁଅକୁ କିଏ ଏଭଳି ବୀଭତ୍ସ ଭାବେ ହତ୍ୟା କରିଛନ୍ତି, ତାହାର ତଦନ୍ତ କରାଯାଉ ବୋଲି କିତି କହିଛନ୍ତି। ଥାନାଧିକାରୀ ପି.ଶ୍ୟାମସୁନ୍ଦର ରାଓ କହିଛନ୍ତି, ପାରିପାର୍ଶ୍ୱିକ ସ୍ଥିତିରୁ ଏହା ଏକ ହତ୍ୟାକାଣ୍ଡ ବୋଲି ଜଣାପଡୁଛି। ବିଭିନ୍ନ ଦିଗକୁ ନେଇ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର

ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ...

ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର

ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଭବ୍ୟ ଶୋଭାଯାତ୍ରା, ଜୟ ଶ୍ରୀରାମ ଧ୍ୱନୀରେ ପ୍ରକମ୍ପିତ ହେଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡି, ୧୭।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବେଶ ଧୁମ୍‌ଧାମରେ ଶ୍ରୀରାମ ନବମୀ ପାଳନ କରାଯାଇଛି। ଏହି ଅବସରରେ ସାମୁହିକ ଭାବେ ହନୁମାନ ଚାଳିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri