Posted inଜାତୀୟ

ବାଚସ୍ପତିଙ୍କ କୋର୍ଟରେ ବଲ୍‌

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୮ା୭: କର୍ନାଟକରେ ଶାସକ କଂଗ୍ରେସ ଓ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌) ମେଣ୍ଟର ବିଧାୟକମାନେ ଇସ୍ତଫା ଦେବା ପରେ ତେରମାସିଆ ସରକାର ଉପରେ ଘନକଳାବାଦଲ ଉଠିଛି। ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ରବିବାର ରାତିରେ ଆମେରିକାରୁ ଫେରିବା ପରେ ଏହି ସଙ୍କଟକୁ ଟାଳିବା ପାଇଁ ପ୍ରାଣପଣେ ଉଦ୍ୟମ ଚଳାଇଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଜେଡିଏସ୍‌ ସୁପ୍ରିମୋ ଏଚ୍‌.ଡି. ଦେବେଗୌଡ଼ା ପୁଅ କୁମାରସ୍ବାମୀଙ୍କୁ ଇସ୍ତଫା ନ ଦେଇ ଶକ୍ତିପରୀକ୍ଷାର ସମ୍ମୁଖୀନ ହେବାକୁ ପରାମର୍ଶ ଦେଇଛନ୍ତି। ବେଙ୍ଗାଲୁରୁସ୍ଥିତ ଏକ ହୋଟେଲରେ ମାରାଥନ୍‌ ବୈଠକ ଚାଲିଥିବାବେଳେ ସୋମବାର କ୍ୟାବିନେଟ ବୈଠକ ପରେ ଭବିଷ୍ୟତ କାର୍ଯ୍ୟପନ୍ଥା ନେଇ କୁମାରସ୍ବାମୀ ଚୂଡ଼ାନ୍ତ ନିଷ୍ପତ୍ତି ନେବେ। ଅନ୍ୟପକ୍ଷରେ ଭାଜପା ବାଚସ୍ପତିଙ୍କ ନିଷ୍ପତ୍ତିକୁ ଅପେକ୍ଷା କରିଥିବାବେଳେ କଂଗ୍ରେସ ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ପରୋକ୍ଷରେ ଦାବି କରିଥିବା କୁହାଯାଉଛି। ଏହି ରାଜନୈତିକ ସଙ୍କଟରୁ କର୍ନାଟକରେ ଛକାପଞ୍ଝା ଆରମ୍ଭ ହୋଇଯାଇଛି।
କର୍ନାଟକର ରାଜନୈତିକ ଘଟଣାକ୍ରମକୁ ନେଇ ଏଆଇସିସି ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ ବେଙ୍ଗାଲୁରୁରେ ଡେରା ପକାଇ ଉପମୁଖ୍ୟମନ୍ତ୍ରୀ ଜି. ପରମେଶ୍ୱର, ମନ୍ତ୍ରୀ ଡି.କେ. ଶିବକୁମାର ଏବଂ କେପିସିସି କାର୍ଯ୍ୟକାରୀ ସଭାପତି ଈଶ୍ୱର ଖଣ୍ଡରେଙ୍କ ସହ ଘନଘନ ବୈଠକ କରୁଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା ମଙ୍ଗଳବାର ବିଧାୟକ ଦଳ ବୈଠକ ଡାକିଛନ୍ତି। ଇସ୍ତଫା ଦେଇଥିବା କଂଗ୍ରେସ ବିଧାୟକମାନେ ବୈଠକକୁ ନ ଆସିଲେ ଗମ୍ଭୀର ପରିଣାମ ଭୋଗିବେ ବୋଲି ସେ ଚେତାବନୀ ଦେଇଛନ୍ତି। ଦିନେ ଦୁଇଦିନ ମଧ୍ୟରେ ଆହୁରି କେତେଜଣ ବିଧାୟକ ଇସ୍ତଫା ଦେବାକୁ ଯାଉଥିବାରୁ ଏହି ବୈଠକକୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ମନେକରାଯାଉଛି। ସେପଟେ ମୁମ୍ବାଇର ଏକ ହୋଟେଲରେ ରହିଥିବା ଅସନ୍ତୁଷ୍ଟ ବିଧାୟକମାନେ ଇସ୍ତଫାପତ୍ର ପ୍ରତ୍ୟାହାର କରିବେ ନାହିଁ କି ବିଧାୟକ ଦଳ ବୈଠକରେ ଯୋଗଦେବେ ନାହିଁ ବୋଲି ରବିବାର ସ୍ପଷ୍ଟ କରିଛନ୍ତି। କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି, ମେଣ୍ଟ ଭାଙ୍ଗି ସରକାରର ପତନ ଘଟାଇବା ଲାଗି ଭାଜପା ଷଡ଼ଯନ୍ତ୍ର ରଚୁଛି। ମହମ୍ମଦ ବିନ୍‌ ତୋଗ୍‌ଲକ୍‌ ପରେ ନରେନ୍ଦ୍ର ମୋଦି ନାମରେ ସମାନ ପ୍ରକୃତିର ଆଉ ଜଣେ ବ୍ୟକ୍ତି ଆସିଛନ୍ତି ବୋଲି ଖାର୍ଗେ ଟୁଇଟ୍‌ କରିଛନ୍ତି। ସେହିପରି ତାଙ୍କୁ କର୍ନାଟକର ମୁଖ୍ୟମନ୍ତ୍ରୀ କରାଯିବା ପାଇଁ କଂଗ୍ରେସ ପକ୍ଷରୁ ଦାବି କରାଯାଉଥିବା ଖବରକୁ ସେ ଖଣ୍ଡନ କରିଛନ୍ତି।
ପ୍ରକାଶ ଯେ, କଂଗ୍ରେସର ୯ ଏବଂ ଜେଡିଏସ୍‌ର ୩ ବିଧାୟକ ଶନିବାର ବାଚସ୍ପତି କେ.ଆର. ରମେଶ କୁମାରଙ୍କୁ ଇସ୍ତଫା ଦେଇ ରାଜ୍ୟପାଳ ଭଜୁଭାଇ ଭାଲାଙ୍କୁ ଭେଟିବା ପରେ ମୁମ୍ବାଇ ଯାଇଥିଲେ। ଏହା ପୂର୍ବରୁ କଂଗ୍ରେସର ଆଉ ଜଣେ ବିଧାୟକ ମଧ୍ୟ ଇସ୍ତଫା ଦେଇଥିଲେ। ଫଳରେ ୨୨୪ ସଦସ୍ୟ ବିଶିଷ୍ଟ ବିଧାନସଭାରେ ୧୧୮ ବିଧାୟକଙ୍କୁ ନେଇ ଚାଲିଥିବା ମେଣ୍ଟ ସରକାର ସଂଖ୍ୟାଲଘୁରେ ପରିଣତ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଏମାନଙ୍କ ଇସ୍ତଫା ଗୃହୀତ ହେଲେ ମେଣ୍ଟର ବିଧାୟକ ସଂଖ୍ୟା ୧୦୩କୁ ଖସିଯିବ। ଏଭଳି ସମୟରେ ଭାଜପା ବାଚସ୍ପତିଙ୍କ ନିଷ୍ପତ୍ତିକୁ ଅପେକ୍ଷା କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ସୂଚନା ଦେଇଛନ୍ତି। ଶାସକ ମେଣ୍ଟର ବିଧାୟକଙ୍କ ଇସ୍ତଫା ପଛରେ ଭାଜପାର ହାତ ଥିବା ଅଭିଯୋଗକୁ ସେ ଖଣ୍ଡନ କରି ଦଳର କେନ୍ଦ୍ରୀୟ ନେତୃତ୍ୱ ଏହି ଘଟଣାକ୍ରମ ଉପରେ ତୀକ୍ଷ୍ଣ ନଜର ରଖିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri