ବାଚସ୍ପତି ହେବେ ସୂର୍ଯ୍ୟ ପାତ୍ର, ପ୍ରମିଳା ହେବେ ଶାସକ ଦଳର ମୁଖ୍ୟ ସଚେତକ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଓଡ଼ିଶାର ବରିଷ୍ଠ ବିଜେଡି ନେତା ତଥା ବହୁବାର ବିଧାୟକ ହୋଇଥିବା ସୂର୍ଯ୍ୟ ପାତ୍ର ପରବର୍ତ୍ତୀ ବିଧାନସଭାର ବାଚସ୍ପତି ହୋଇପାରନ୍ତି। ତାଙ୍କୁ ବାଚସ୍ପତି କରିବା ନେଇ ଦଳ ମଧ୍ୟରେ ସହମତି ହୋଇଛି। ଏଥିସହ ନବୀନ ନିବାସରୁ ତାଙ୍କୁ ଫୋନ୍‌ କଲ୍‌ ଯାଇଥିବା ସୂଚନା ମିଳିଛି। ଚଳିତ ଥର ସୂର୍ଯ୍ୟ ପାତ୍ର ଦିଗପହଣ୍ଡି ବିଧାନସଭା ଆସନରୁ ବିଜୟୀ ହୋଇଛନ୍ତି। ସେହିଭଳି ପ୍ରମିଳା ମଲିକ ଦଳର ଶାସକ ଦଳର ମୁଖ୍ୟ ସଚେତକ ହେବେ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ବୁଧବାର ପଞ୍ଚମ ଥର ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ନବୀନ ଶପଥ ଗ୍ରହଣ କରିବେ। ଏ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏଥିପାଇଁ ମଙ୍ଗଳବାର ସଂନ୍ଧ୍ୟାରେ ନବ ନିର୍ବାଚିତ କିଛି ବିଧାୟକଙ୍କ ପାଖକୁ ଫୋନ୍‌ କଲ୍‌ ଯାଇଛି। ଖବର ଲେଖାଯିବା ପର୍ଯ୍ୟନ୍ତ ନିମାପଡ଼ା ବିଧାୟକ ସମୀର ଦାଶ, ମାହାଙ୍ଗା ବିଧାୟକ ପ୍ରତାପ ଜେନା, ଭଟଲୀ ବିଧାୟକ ସୁଶାନ୍ତ ସିଂ, ଭୁବନେଶ୍ୱର ଏକାମ୍ର କ୍ଷେତ୍ର ଅଶୋକ ପଣ୍ଡା ଓ ଟିଟଲାଗଡ଼ ବିଧାୟିକା ଟୁକୁନି ସାହୁ, ଝାରସୁଗୁଡ଼ା ବିଧାୟକ ନବ ଦାସ, ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା, ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଭଞ୍ଜନଗର ବିଧାୟକ ବିକ୍ରମ କେଶରୀ ଆରୁଖ, ସିମୁଳିଆ ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ,ଜୁନାଗଡ଼ ବିଧାୟକ ଦିବ୍ୟଶଙ୍କର ମିଶ୍ରଙ୍କ ନିକଟକୁ ଫୋନ୍‌ କଲ୍‌ ଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡକୋଦଣ୍ଡାରେ ବ୍ୟାପୁଛି ଜଣ୍ଡିସ: ସ୍ଥିତି ଅନୁଧ୍ୟାନ କଲେ ବିଡିଓ-ତହସିଲଦାର

ଭଞ୍ଜନଗର,୮/୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବଡକୋଦଣ୍ଡାରେ ବିଗତ କିଛି ବର୍ଷ ହେବ ଲଗାତାର ଗ୍ରାମର ଲୋକଙ୍କୁ ଜଣ୍ଡିସ ହେଉଛି। ଏହାଦ୍ୱାରା ଗ୍ରାମର ଶିଶୁଠାରୁ ଆରମ୍ଭ…

୧୦ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ମହିଳାଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୮।୬: ରାଜ୍ୟ କ୍ୟାବିନେଟ୍‌ରେ ସୋମବାର ୧୦ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି। ୫ ବିଭାଗର ୧୦ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ରେ ଅନୁମୋଦନ ମିଳିଛି। ଲୋକସେବା ଭବନର…

ଫେରାର୍‌ ହେବାକୁ ଚେଷ୍ଟା କରୁଥିବାବେଳେ ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ, ଜବତ ହେଲା…

ଆନନ୍ଦପୁର/ହାଟଡିହୀ,୮l୬(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ପୋଲିସ ବିଦେଶୀ ମଦ ରଖିବା ଏବଂ ବିକ୍ରି କରିବା ଅଭିଯୋଗରେ ସୋମବାର ପୁରୁଣାଘାଟି ଗ୍ରାମର ସନାତନ ହୋଙ୍କ…

ଇରାନ-ଇସ୍ରାଏଲ ମହାଯୁଦ୍ଧ ଆରମ୍ଭ! ବାଜିଲା ସାଇରନ, ୨୪ ଘଣ୍ଟାରେ ବଦଳିଗଲା ମଧ୍ୟପ୍ରାଚ୍ୟର ଚିତ୍ର

ତେହରାନ, ୮।୬: ପଶ୍ଚିମ ଇରାନରେ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ସମସ୍ତ ବିମାନବନ୍ଦରକୁ ବନ୍ଦ କରିଦିଆଯାଇଛି। ସମସ୍ତ ଭାରତୀୟ ନାଗରିକଙ୍କୁ ଯଥାଶୀଘ୍ର ସମ୍ଭବ ଯେକୌଣସି ଉପାୟରେ ଇରାନ ଛାଡ଼ିବାକୁ…

ପ୍ରକଳ୍ପ ନାହିଁ ତ ଜମି ନାହିଁ, କମ୍ପାନୀ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ରାଜସ୍ବ ମନ୍ତ୍ରୀ

ଛତ୍ରପୁର,୮।୬(ଦିଲୀପ ସାମଲ): ମହେନ୍ଦ୍ରମେଳାରେ ଯୋଗଦେଇ ଛତ୍ରପୁର ସର୍କିଟ ହାଉସ ଆସିଥିବାବେଳେ କିଛି କମ୍ପାନୀମାନେ ପ୍ରକଳ୍ପ ପାଇଁ ଜମି ନେଇଥିବା ବେଳେ ତାହା କୌଣସି କାର୍ଯ୍ୟକାରୀ କରୁ ନ…

ଜଣକ ପରେ ଜଣେ ୨୦ ଏମ୍‌ପି ଛାଡ଼ିଲେ ସାଥ୍‌, ତଥାପି ‘ଦିଦି’ଙ୍କ ସହ ପାହାଡ଼ ଭଳି ଛିଡ଼ା ହେଲେ ଏହି ୨ ବିହାରୀ ବାବୁ! ଜାଣନ୍ତୁ ସେମାନେ କିଏ…

କୋଲକାତା, ୮।୬: ପଶ୍ଚିମବଙ୍ଗ ରାଜନୀତିରେ ଏହି ସମୟରେ ମମତା ବାନାର୍ଜୀ ଏବଂ ଟିଏମସି (TMC) ଉପରେ ଏକ ବଡ଼ ପ୍ରକମ୍ପନ ସୃଷ୍ଟି ହୋଇଛି। ଏହି ପ୍ରକମ୍ପନ ତୃଣମୂଳ…

ଚୋରାଚାଲାଣ କରୁଥିଲେ ଗଞ୍ଜେଇ, ପୋଲିସକୁ ଦେଖି ଭୟରେ ବାଇକ ସହ ଗଞ୍ଜେଇ ଛାଡି ଫେରାର୍‌ ମାରିଲେ ୨ ମାଫିଆ

ଡୁଙ୍ଗୁରିପାଲି, ୮।୬ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ସୋମବାର ସକାଳେ ପାଟ୍ରୋଲିଂ କରୁଥିବାବେଳେ ଶୁଖା-କର୍ଲାଯୁରୀ ରାସ୍ତାର ମହୁଲପାଲି ଛକରେ ଏକ ବାଇକ…

ଭବାନୀପାଟଣାରେ ଯୁବକଙ୍କୁ ଛୁରାମାଡ଼: ଗୁରୁତର ଅବସ୍ଥାରେ ବୁର୍ଲାରେ ଭର୍ତ୍ତିି

ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶବରପଡ଼ାରେ ରବିବାର ରାତିରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ଯୁବକଙ୍କ ନାମ ଶିବ ପ୍ରସାଦ ନାଏକ (୨୫)ବୋଲି ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri